ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ ଅଭିଯୁକ୍ତକୁ ଗୁରୁବାର ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଏନେଇ ହିଞ୍ଜିଳି ଥାନାରେ ଏକ ମାମଲା(ନଂ. ୩୩୮/୨୬) ରୁଜୁ ହୋଇଛି । ନାବାଳିକାଙ୍କ ବାପା ଏହି ସମ୍ପର୍କରେ ଥାନାରେ ଅଭିଯୋଗ କରିଛନ୍ତି ।

