Posted inଅପରାଧ

ଭାଙ୍ଗ ଖୁଆଇ ନାବାଳିକାଙ୍କୁ ବଳାତ୍କାର

କଟକ ସଦର,୧୦।୧(ଡି.ଏନ୍‌.ଏ.): କଟକ ବଡ ଡାକ୍ତରଖାନା ପରିସରରେ ଜଣେ ୧୫ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିଲା। ଘଟଣାଟି ଗତ ୬ ତାରିଖରେ ଘଟିଥିଲେ ମଧ୍ୟ ଜଗତ୍‌ସିଂହପୁର ଜିଲା ବିରିଡି ଥାନାରେ ଶନିବାର ଏ ନେଇ ଅଭିଯୋଗ ହୋଇଛି। ଏହି ଅଭିଯୋଗକୁ ଭିତ୍ତିକରି ପୋଲିସ ଦଫା ୩୭୬(୩) ଓ ପୋକ୍‌ସୋ ଆଇନ ଧାରା ୪ ଅନୁଯାୟୀ ଏକ ମାମଲା(ନଂ.୭/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଛି। ଘଟଣାଟି କମିଶନରେଟ୍‌ ପୋଲିସ ଅଞ୍ଚଳରେ ଘଟିଥିଲେ ମଧ୍ୟ ସରକାର ଓ କୋର୍ଟଙ୍କ ନିର୍ଦ୍ଦେଶକ୍ରମେ ଅଭିଯୋଗକାରିଣୀ ଯେକୌଣସି ଥାନାରେ ଅଭିଯୋଗ କଲେ ତାହା ଗ୍ରହଣଯୋଗ୍ୟ ହେବ। ସେହି ଦୃଷ୍ଟିରୁ ବିରିଡି ଥାନାରେ ମାମଲା ରୁଜୁ କରାଗଲା ବୋଲି ଥାନାଧିକାରୀ ଦିଲୀପ କୁମାର ସାହୁ କହିଛନ୍ତି।

ପୋଲିସ ସୂତ୍ରରୁ ପ୍ରକାଶ, ବୁଧବାର ନାବାଳିକା ଜଣକ ମାଆଙ୍କ ଦେଖାରଖା କରିବା ପାଇଁ ଡାକ୍ତରଖାନାକୁ ଯାଇଥିଲେ। ସେହିଦିନ ଅଭିଯୁକ୍ତଙ୍କ ସ୍ତ୍ରୀ ମଧ୍ୟ ପ୍ରସୂତି ଓ୍ବାର୍ଡରେ ଚିକିତ୍ସାଧୀନ ଥିଲେ। ଅଭିଯୁକ୍ତ ଓ ନାବାଳିକା ଗୋଟିଏ ଗ୍ରାମର ହୋଇଥିବାରୁ ପରସ୍ପର ମଧ୍ୟରେ ଚିହ୍ନା ପରିଚୟ ହୋଇଥିଲା। ସେହିଦିନ ରାତି ୧୦ଟାରେ ଅଭିଯୁକ୍ତ ବାହାରକୁ ବୁଲିଯିବାର ବାହାନା ଦେଖାଇ ନାବାଳିକାଙ୍କୁ ଡାକିଥିଲେ। ପରେ ଭାଙ୍ଗ ଖାଇବାକୁ ଦେବାରୁ ନାବାଳିକା ଅଚେତ ହୋଇପଡିଥିଲେ। ଏହାପରେ ତାଙ୍କୁ ଏକ ନିଛାଟିଆ ସ୍ଥାନକୁ ନେଇ ଅଭିଯୁକ୍ତ ଜଣକ ବଳାତ୍କାର କରିଥିଲେ। ନାବାଳିକା ଗଁାକୁ ଫେରିବା ପରେ ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ ଜଣାଇଥିଲେ। ଶେଷରେ ସ୍ଥାନୀୟ ଲୋକ ପ୍ରତିନିଧିଙ୍କ ପରାମର୍ଶକ୍ରମେ ନାବାଳିକାଙ୍କ ମାଆ ଥାନାରେ ଏତଲା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନୟାପଲ୍ଲୀ ବଳାତ୍କାର ମାମଲା: ମୁଖ୍ୟ ଅଭିଯୁକ୍ତଙ୍କ ୨ ସହଯୋଗୀଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୪ା୧୦: ରାଜଧାନୀରେ ଚର୍ଚ୍ଚାର ବିଷୟ ପାଲଟିଥିବା ନୟାପଲ୍ଲୀ ବଳାତ୍କାର ମାମଲାରେ ପୋଲିସକୁ ମିଳିଛି ଆଉ ଏକ ବଡ଼ ସଫଳତା। ବଳାତ୍କାର ମାମଲାର ମୁଖ୍ୟ ଅଭିଯୁକ୍ତ ଶ୍ରୀଧର ପଣ୍ଡାର…

ପୈତୃକ ସମ୍ପତ୍ତି ଭାଗବଣ୍ଟାକୁ ନେଇ ହଣାକଟା: ୫ ଆହତ, ଦମ୍ପତି ଗୁରୁତର

ଦିଗପହଣ୍ଡି,୪ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏରେଣ୍ଡ୍ରା ପଞ୍ଚାୟତ ଆମ୍ବଠା ଗ୍ରାମରେ ପୈତୃକ ସମ୍ପତ୍ତି ଭାଗ ବଣ୍ଟନକୁ କେନ୍ଦ୍ର କରି ରବିବାର ସକାଳେ ଦୁଇ…

ପରିଚୟ ବଦଳାଇ ଦୁଇ ବାଂଲାଦେଶୀ ଯୁବତୀ ଯାଉଥିଲେ ବେଙ୍ଗାଲୁରୁ, ବହ୍ମପୁର ରେଳଷ୍ଟେଶନରୁ ପଡ଼ିଲେ ଧରା

ବ୍ରହ୍ମପୁର,୪ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ରେଳଷ୍ଟେଶନରୁ ଦୁଇ ସନ୍ଦିଗ୍ଧ ବାଂଲାଦେଶୀ ଯୁବତୀଙ୍କୁ ଜିଆରପି ପୋଲିସ ଅଟକ ରଖି ପଚରାଉଚରା କରୁଛି। ସେମାନେ ହେଲେ ମହାମୁଦା ମଣ୍ଡଳ (୩୧)…

ନୟାପଲ୍ଲୀ ବଳାତ୍କାର ଘଟଣା: ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୩ା୧୦: ରାଜଧାନୀ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଅଞ୍ଚଳରେ ଘଟିଥିବା ଚର୍ଚ୍ଚିତ ଯୁବତୀ ବଳାତ୍କାର ଘଟଣାରେ ପୋଲିସକୁ ମିଳିଛି ବଡ଼ ସଫଳତା। ଅଭିଯୁକ୍ତଙ୍କୁ ଗିରଫ କରିବା ପାଇଁ ଚଢ଼ାଉ…

ଲଜ୍‌କୁ ଡାକି ଛାତ୍ରୀଙ୍କୁ ବଳାତ୍କାର କଲେ ଯୁବକ, ଡାକ୍ତରୀମାଇନା ପରେ…

ହାଟଡିହୀ,୩ା୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ସୋସୋ ଥାନା ଅଞ୍ଚଳରେ ଜଣେ ଯୁକ୍ତ-୩ ଛାତ୍ରୀଙ୍କୁ ଲଜ୍‌ରେ ବଳାତ୍କାର କରାଯାଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏହି…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?