ରଜରେ ନାବାଳିକାଙ୍କୁ ଗଣବଳାତ୍କାର

ବାରିପଦା ଅଫିସ,୧୯।୬: ମୟୂରଭଞ୍ଜ ଜିଲା ରରୁଆଁ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଘଟଣାରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରବି ଚାତାର୍ଡ ଏବଂ ଅତୁଲ ମହାକୁଡ଼। ପୋଲିସ ପୀଡ଼ିତା ଓ ୨ ଅଭିଯୁକ୍ତଙ୍କ ଡାକ୍ତରୀମାଇନା କରାଇଛି।
ସୂଚନାଯୋଗ୍ୟ, ଗତ ୧୬ ତାରିଖ ରଜ ପର୍ବରେ ରବି ଓ ଅତୁଲ ବିଳମ୍ବିତ ରାତିରେ ନାବାଳିକାଙ୍କୁ ଘରୁ ଟେକି ନେଇ ବଳାତ୍କାର କରିଥିଲେ। ପୀଡ଼ିତା ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ପରିବାର ଲୋକେ ଥାନାରେ ଏତଲା ଦେଇଥିଲେ। ପୋଲିସ ଏକ ମାମଲା (ନଂ.୮୬/୨୧) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲେ।