ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୩ବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୩୧ା୧: ବ୍ରହ୍ମପୁର ପୋକ୍‌ସୋ କୋର୍ଟ ଜଜ୍‌ ବିକ୍ରମ ପଟ୍ଟନାୟକ ସୋମବାର ଏକ ନାବାଳିକା ଛାତ୍ରୀ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ସାକ୍ଷ୍ୟ ପ୍ରମାଣକୁ ଅଧାରକରି ଅଭିଯୁକ୍ତ ଗାଙ୍ଗପୁର ଅଞ୍ଚଳର ସତ୍ୟନାରାୟଣ ସ୍ବାଇଁ(୨୪)ଙ୍କୁ ୩ବର୍ଷ ସଶ୍ରମ ସହ ୫ହଜାର ଟଙ୍କା ଜରିମାନା ଦେବାକୁ ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅତିରିକ୍ତ ୨ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଗିରଫ ପରଠାରୁ ସତ୍ୟନାରାୟଣ ବ୍ରହ୍ମପୁର ମଣ୍ଡଳକାରାଗାରରେ ବିଚାରାଧୀନ ବନ୍ଦୀ ଥିବା ବେଳେ ସୋମବାର ଉକ୍ତ ମାମଲାର ରାୟ ପ୍ରକାଶ ସମୟରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା।
ପ୍ରକାଶ ଯେ, ଗାଙ୍ଗପୁର ଥାନା ଅଞ୍ଚଳରେ ଜଣେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଓ ବଳାତ୍କାର କରାଯାଇଥିବା ୨୦୨୦ ମାର୍ଚ୍ଚ ୧୪ରେ ଅଭିଯୋଗ ହୋଇଥିଲା। ପୋଲିସ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତ ସତ୍ୟନାରାୟଣଙ୍କୁ ମାର୍ଚ୍ଚ ୧୬ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ୨୦୨୦ ମେ ୧୫ରେ କୋର୍ଟରେ ତତ୍କାଳୀନ ଆଇଆଇସି ଧୂରେଶ କୁମାର ଦାଶ ଚାର୍ଜଶିଟ୍‌ ଦାଖଲ କରିଥିଲେ। ମାମଲା ବିଚାର ସମୟରେ ୧୨ଜଣଙ୍କ ସାକ୍ଷ୍ୟ ବୟାନ ରେକର୍ଡ କରାଯାଇଥିଲା। ଅସଦାଚରଣ ମାମଲାରେ
ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ମିଳିବାରୁ ଜଜ ଉକ୍ତ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ-ଏନ୍‌ସିଆର୍‌ରେ ଭୂକମ୍ପ ଝଟ୍‌କା: ଭୟରେ ଘରୁ ବାହାରି ଆସିଲେ ଲୋକେ

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ-ଏନ୍‌ସିଆର୍‌ (Delhi-NCR) ସମେତ ଉତ୍ତର ଭାରତର ବିଭିନ୍ନ ଅଞ୍ଛଳରେ ମୃଦୁ ରୁ ମଧ୍ୟମ ଧରଣର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ରାତି ୧୦ଟା ୨୩ ମିନିଟ୍‌ରେ…

BCCIର ବଡ଼ ଘୋଷଣା; ରିଷଭ ପନ୍ତ ନୁହଁନ୍ତି, ଧ୍ରୁବ ଜୁରେଲଙ୍କୁ କରାଗଲା ଅଧିନାୟକ, ଏହା ହେଉଛି କାରଣ

ନୂଆଦିଲ୍ଲୀ,୬।୧୦: ନ୍ୟୁଜିଲାଣ୍ଡ ‘ଏ’ ବିପକ୍ଷରେ ହେବାକୁ ଥିବା ୩ ଟିକିଆ ଅନଅଫିସିଆଲ୍ ଟେଷ୍ଟ ସିରିଜ୍ ପାଇଁ ଭାରତୀୟ କ୍ରିକେଟ୍ କଣ୍ଟ୍ରୋଲ ବୋର୍ଡ (BCCI) ୧୫ ଜଣିଆ ଇଣ୍ଡିଆ…

ଖାଦ୍ୟ ସନ୍ଧାନରେ ଗାଁକୁ ପଶିଲା ଦନ୍ତା: ଭାଙ୍ଗିଲା ଘର, ଦଳିଚକଟି ଦେଲା ବ୍ୟାପକ ଧାନ ଫସଲ

ଥୁଆମୂଳ ରାମପୁର, ୬।୧୦ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି-ରାୟଗଡ଼ା ସୀମାନ୍ତବର୍ତ୍ତୀ ଅଞ୍ଚଳରେ ଏକ ଦନ୍ତା ହାତୀର ଉପଦ୍ରବ ଯୋଗୁ ସ୍ଥାନୀୟ ଅଞ୍ଚଳବାସୀଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି ହୋଇଛି।…

ଜୁଆଆଡ୍ଡା ଭାଗବଣ୍ଟାକୁ ନେଇ ମହାଭାରତ: ଗୋଷ୍ଠୀ ସଂଘର୍ଷ, ମନ୍ଦିର ହୁଣ୍ଡି ଓ ସ୍କୁଟି ଛଡ଼ାଇ ନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୬।୧୦(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ କାଣ୍ଡସର ଗ୍ରାମ ନିକଟରେ ଚାଲିଥିବା ବେଆଇନ ଜୁଆଆଡ୍ଡା ପରିଚାଳନାକୁ ନେଇ ଦୁଇ ଗୋଷ୍ଠୀ…

ପରକୀୟା ପ୍ରୀତିରୁ ମହାଭାରତ: ୨ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ, ୬ ଆହତ; ୫ ଗିରଫ ହୋଇ ଜେଲ୍‌ରେ

ଦିଗପହଣ୍ଡି/ଚିକିଟି,୬|୧୦(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ରାମଚନ୍ଦ୍ରପୁର ଗ୍ରାମରେ ପାରିବାରିକ ହିଂସାକୁ ନେଇ ଦୁଇ ପରିବାର ମଧ୍ୟରେ ଘଟିଛି ରକ୍ତାକ୍ତ…

ଭିଏଚ୍‌ପି ପାଇଁ ଅତୁଳନୀୟ ଅବଦାନ: ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ସମାରୋହରେ ମଦନମୋହନ ଦ୍ୱିବେଦୀ ସମ୍ବର୍ଦ୍ଧିତ

ପାଟଣା,୬।୧୦ (ବୀର କିଶୋର ଦାଶ): କଟକସ୍ଥିତ ବିଜୁ ପଟ୍ଟନାୟକ ଛକସ୍ଥିତ ସାରଳା ମଣ୍ଡପଠାରେ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ପକ୍ଷରୁ ଅଶୋକ ସିଂଘଲଙ୍କ ଜନ୍ମଶତାବ୍ଦୀ ବର୍ଷର ଉଦ୍‌ଘାଟନୀ…

ନାକା ଚେକିଂ ବେଳେ ଘଟଗାଁ ପୋଲିସକୁ ବଡ଼ ସଫଳତା: ୨ ଦେଶୀ ବନ୍ଧୁକ, ଧନୁ-ତୀର ସହ ୩ ଶିକାରୀ

ପାଟଣା, ୬।୧୦ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ଘଟଗାଁ ଥାନା ପୋଲିସକୁ ମିଳିଛି ବଡ଼ ସଫଳତା। ପାଟଣା ବ୍ଲକ୍ ଭୀମକୁଣ୍ଡ ନିକଟରେ ନାକା ଚେକିଂ ସମୟରେ…

ମୃତ୍ୟୁ ସହ ୧୦ ଦିନର ସଂଗ୍ରାମ ପରେ ହାରିଗଲେ ସଞ୍ଜୟ: ନାଗ ସାପ ଚୋଟରେ ଚାଲିଗଲା ୨୮ ବର୍ଷର ଉଦ୍ଦଣ୍ଡ ଯୁବକଙ୍କ ଜୀବନ

ଗୁଡ଼ାରି,୬।୧୦(ପ୍ରମୋଦ କୁମାର ପତି ): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକ ଅନ୍ତର୍ଗତ ଅସଡ଼ା ଗ୍ରାମପଞ୍ଚାୟତର ବାମୁଣୀଡଙ୍ଗର ଗ୍ରାମରେ ମଙ୍ଗଳବାର ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସାପ କାମୁଡ଼ାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?