ନାବାଳିକା ଛାତ୍ରୀଙ୍କୁ ବଳାତ୍କାର ମାମଲା: ଅଭିଯୁକ୍ତଙ୍କୁ ୩ବର୍ଷ ଜେଲ ସହ ଜରିମାନା

ବ୍ରହ୍ମପୁର ଅଫିସ,୩୧ା୧: ବ୍ରହ୍ମପୁର ପୋକ୍‌ସୋ କୋର୍ଟ ଜଜ୍‌ ବିକ୍ରମ ପଟ୍ଟନାୟକ ସୋମବାର ଏକ ନାବାଳିକା ଛାତ୍ରୀ ବଳାତ୍କାର ମାମଲାର ଶୁଣାଣି କରିଥିଲେ। ସାକ୍ଷ୍ୟ ପ୍ରମାଣକୁ ଅଧାରକରି ଅଭିଯୁକ୍ତ ଗାଙ୍ଗପୁର ଅଞ୍ଚଳର ସତ୍ୟନାରାୟଣ ସ୍ବାଇଁ(୨୪)ଙ୍କୁ ୩ବର୍ଷ ସଶ୍ରମ ସହ ୫ହଜାର ଟଙ୍କା ଜରିମାନା ଦେବାକୁ ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅତିରିକ୍ତ ୨ମାସ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଗିରଫ ପରଠାରୁ ସତ୍ୟନାରାୟଣ ବ୍ରହ୍ମପୁର ମଣ୍ଡଳକାରାଗାରରେ ବିଚାରାଧୀନ ବନ୍ଦୀ ଥିବା ବେଳେ ସୋମବାର ଉକ୍ତ ମାମଲାର ରାୟ ପ୍ରକାଶ ସମୟରେ ତାଙ୍କୁ କୋର୍ଟରେ ହାଜର କରାଯାଇଥିଲା।
ପ୍ରକାଶ ଯେ, ଗାଙ୍ଗପୁର ଥାନା ଅଞ୍ଚଳରେ ଜଣେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ଅସଦାଚରଣ ଓ ବଳାତ୍କାର କରାଯାଇଥିବା ୨୦୨୦ ମାର୍ଚ୍ଚ ୧୪ରେ ଅଭିଯୋଗ ହୋଇଥିଲା। ପୋଲିସ ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତ ସତ୍ୟନାରାୟଣଙ୍କୁ ମାର୍ଚ୍ଚ ୧୬ରେ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ୨୦୨୦ ମେ ୧୫ରେ କୋର୍ଟରେ ତତ୍କାଳୀନ ଆଇଆଇସି ଧୂରେଶ କୁମାର ଦାଶ ଚାର୍ଜଶିଟ୍‌ ଦାଖଲ କରିଥିଲେ। ମାମଲା ବିଚାର ସମୟରେ ୧୨ଜଣଙ୍କ ସାକ୍ଷ୍ୟ ବୟାନ ରେକର୍ଡ କରାଯାଇଥିଲା। ଅସଦାଚରଣ ମାମଲାରେ
ଉପଯୁକ୍ତ ସାକ୍ଷ୍ୟ ପ୍ରମାଣ ମିଳିବାରୁ ଜଜ ଉକ୍ତ ରାୟ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲର୍‌ଙ୍କ ଘର ବାହାରେ ବ୍ଲାଙ୍କ ଫାୟାରିଂ ଅଭିଯୋଗ

ଖଲ୍ଲିକୋଟ,୨୬।୪(ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ଏନ୍‌ଏସି କାଉନ୍‌ସିଲରଙ୍କ ଘରେ ପଶି ମାର୍‌ପିଟ ସହ ବ୍ଲାଙ୍କ ଫାୟାରିଂ କରାଯାଇଥିବା ଅଭିଯୋଗ ହୋଇଛି। ଖବର ପାଇ...

ଓଏଚ୍‌ଆର୍‌ସିରେ କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣ ମାମଲା: ଏନ୍‌ଏଚ୍‌ଏଆଇକୁ ରିପୋର୍ଟ ତଲବ

କଟକ,୨୬ା୪ (କାର୍ତ୍ତିକ ସାହୁ)- କଟକ-ସମ୍ବଲପୁର ଜାତୀୟ ରାଜପଥ ନିର୍ମାଣରେ ଅହେତୁକ ବିଳମ୍ବ ହେତୁ ଦୁର୍ଘଟଣା ବଢ଼ିଚାଲିଛି। ଏହି ରାଜପଥର ନିର୍ମାଣ କାର୍ଯ୍ୟ ଦୀର୍ଘ ୧୨ ବର୍ଷ...

କଂଗ୍ରେସରେ ମିଶିଲେ ବିଜେଡିର ପୁରୁଖା ନେତ୍ରୀ

ଭୁବନେଶ୍ୱର,୨୬।୪: ବିଜେଡିର ପୁରୁଖା ନେତ୍ରୀ ବୈଜୟନ୍ତୀମାଳା ମହାନ୍ତି ଆଜି ହାତ ଧରିଛନ୍ତି। ସେ ଶୁକ୍ରବାର ବିଧିବଦ୍ଧ ଭାବେ କଂଗ୍ରେସରେ ସାମିଲ ହୋଇଛନ୍ତି । ନୟାଗଡ ଜିଲା...

ଭଦ୍ରକ-ଯାଜପୁର ଜେଲ୍‌ରେ କ୍ଷମତାଠାରୁ ଅଧିକ କଏଦୀ: ଭିଡ ହଟାଇବାକୁ ପଦକ୍ଷେପ ନେଇ ଜଣାଇବାକୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୨୬ା୪ (କାର୍ତ୍ତିକ ସାହୁ)- ଭଦ୍ରକ ଓ ଯାଜପୁର ଜିଲା ଜେଲରୁ ଭିଡ଼ ହଟାଇବାକୁ କି ପଦକ୍ଷେପ ନେଇଛ ଜଣାଅ ବୋଲି ରାଜ୍ୟ ସରକାରଙ୍କୁ ହାଇକୋର୍ଟ ଶୁକ୍ରବାର...

ଗୋଟିଏ ଜୁଇରେ ଜଳିଲା ଦୁଇ ଭଉଣୀଙ୍କ ମୃତଦେହ

ଗୋପ,୨୬ା୪(ଭାରତୀ ଭୂଷଣ ଉପାଧ୍ୟାୟ): ଗାଁ ଶଶ୍ନାନର ଗୋଟିଏ ଜୁଇରେ ଦୁଇ ଭଉଣୀଙ୍କ ମୃତଦେହ ଦାହ କରାଯାଇଛି। ଗୁରୁବାର ବିଳମ୍ବିତ ରାତିରେ ଏହି ଦାହ ସମୟରେ ଡଭାର...

ପୁଣି ପ୍ରାର୍ଥୀ ବଦଳାଇବ ଭାଜପା, ପର୍ଶୁରାମ ଧଡାଙ୍କ ଘର ବାହୁଡା ପରେ ଜୋର ଧରିଲା ଚର୍ଚ୍ଚା

ଭୁବନେଶ୍ୱର,୨୬।୪: ପୁଣିଥରେ ପ୍ରାର୍ଥୀ ବଦଳାଇପାରେ ଭାରତୀୟ ଜନତା ପାର୍ଟି । ସୋର ବିଧାୟକ ପର୍ଶୁରାମ ଧଡା ଭାଜପାରେ ସାମିଲ ହେବା ପରେ ପ୍ରାର୍ଥୀ ପରିବର୍ତନ ନେଇ...

ଜାତୀୟ ରାଜପଥ କଡ଼ରେ କୁଆଁ କୁଆଁ ଶବ୍ଦ: ନବଜାତ ଶିଶୁପୁତ୍ରକୁ ଛାଡ଼ି ମା’ ଫେରାର

ଛତ୍ରପୁର,୨୬।୪(ଦିଲ୍ଲୀପ ସାମଲ): ରାସ୍ତାକଡ଼ରେ ନବଜାତକକୁ ଛାଡ଼ି ମା’ ଫେରାର। ଛତ୍ରପୁରରୁ ଏଭଳି ଏକ ଖବର ସାମ୍ନାକୁ ଆସିଛି। ଶୁକ୍ରବାର ରାତିରେ ଜାତୀୟ ରାଜପଥ କଡ଼ରେ ଶିଶୁପୁତ୍ରଟିଏ...

ମଇଦାନକୁ ଓହ୍ଲାଇବେ ମୋକିମଙ୍କ ଝିଅ ସୋଫିଆ, ବିରୋଧୀ ଛାନିଆ

କଟକ,୨୬।୪: ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିରଦୋସ୍‌ ଏଥର ବାରବାଟୀ-କଟକ ଆସନରୁ ଲଢ଼ିବା ପ୍ରାୟତଃ ନିଶ୍ଚିତ । କେବଳ ଏଆଇସିସିର ଘୋଷଣାକୁ ବାକି ରହିଛି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri