ପାଲା ଦେଖିବାକୁ ଯାଇଥିବା ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲଦଣ୍ଡାଦେଶ

କେନ୍ଦୁଝର,୧୧।୭(ସ୍ବ.ପ୍ର.): କେନ୍ଦୁଝର ଅତିରିକ୍ତ ଜିଲା ଓ ସ୍ବତନ୍ତ୍ର ଜଜ ଶୁଭଶ୍ରୀ ତ୍ରିପାଠୀ ଜଣେ ନାବାଳିକାଙ୍କ ବଳାତ୍କାର ମାମଲାର ଶୁଣାଣି କର ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହା ସହ ୫୩ ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଦେଢ ବର୍ଷ ଅଧିକ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏହି ମାମଲାରେ ପୂର୍ବରୁ ଦୁଇ ଜଣଙ୍କୁ ୨୦ ବର୍ଷ ଜେଲଦଣ୍ଡ ହୋଇଥିଲା ।
ସୂଚନାଯୋଗ୍ୟ, ୨୦୧୭ ଏପ୍ରିଲ ୧୯ରେ ନାବାଳିକା ପାଲା ଦେଖିବାକୁ ଯାଇଥିବା ବେଳେ ଅନ୍ୟ ଦୁଇଜଣଙ୍କ ସହିତ ମିଶି ଅଭିଯୁକ୍ତ ତାଙ୍କୁ ବଳାତ୍କାର କରିଥିଲୋ ପରେ ତାଙ୍କୁ କାହାରିକୁ ନ କହିବା ପାଇଁ ଧମକ ଦେଇଥିଲେ। ଏହି ଘଟଣା ଜାଣିବା ପରେ ପରିବାର ଲୋକ ଘଟଗାଁ ଥାନାରେ ଏକ ଏତଲା ଦେଇଥିଲେ। ପରେ ପୋଲିସ ୨୦ ତାରିଖ କେସ୍‌ ନମ୍ବର ୭୪/୨୦୧୭ରେ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲା। ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରାଯାଇଥିବା ବେଳେ ସେ ସମୟରେ ଏହି ୧୭ ବର୍ଷ ବୟସ ନାବାଳକଙ୍କୁ ଜୁଭେନାଇଲ କୋର୍ଟରେ ହାଜର କରାଯାଇଥିଲା।
୨୨ ଜଣ ସାକ୍ଷୀ ଓ ପୋଲିସ ତଦନ୍ତ ରିପୋର୍ଟକୁ ଭତ୍ତିକରି କୋର୍ଟ ପକ୍ଷରୁ ଏଭଳି ଆଦେଶ ହୋଇଥିବା ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଗଣେଷ ପ୍ରସାଦ ମହାପାତ୍ର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା: କାଲି ଏସବୁ ଜିଲାରେ ସ୍କୁଲ, କଲେଜ-ଅଙ୍ଗନବାଡ଼ି ବନ୍ଦ, ସତର୍କ ରହିବାକୁ…

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଏବଂ ସମ୍ଭାବ୍ୟ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରଛାତ୍ରୀଙ୍କ ସୁରକ୍ଷା ପାଇଁ ବିଭିନ୍ନ ଜିଲାର ଜିଲାପାଳମାନେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି।…

ଆସନ୍ତା ୨୪ ଘଣ୍ଟା ଅତି ଗୁରୁତ୍ୱପୂର୍ଣ୍ଣ: ୩ ବରିଷ୍ଠ ଆଇଏଏସଙ୍କୁ ୩ ଜିଲା ଦାୟିତ୍ବ, ଜାଣନ୍ତୁ …

ଭୁବନେଶ୍ୱର,୨୮।୭: ରାଜ୍ୟରେ ଲାଗିରହିଥିବା ଲଗାଣ ବର୍ଷା ଓ ବନ୍ୟା ଆଶଙ୍କାକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ଘଣ୍ଟା ବାଲେଶ୍ୱର, ଭଦ୍ରକ ଏବଂ ଯାଜପୁର ଜିଲା ପାଇଁ ବହୁତ…

ତାରାତାରିଣୀଙ୍କ ଦର୍ଶନ କଲେ ଉପମୁଖ୍ୟମନ୍ତ୍ରୀ: ଓଡିଶାବାସୀଙ୍କ କଲେ ମଙ୍ଗଳକାମନା,ମନ୍ଦିରର ପୂର୍ଣ୍ଣାଙ୍ଗ ବିକାଶ ପାଇଁ…

ପୁରୁଷୋତ୍ତମପୁର, ୨୮।୭(ସବିତା ମିଶ୍ର): ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ଗଞ୍ଜାମ ଜିଲା ଗସ୍ତରେ ଆସିଥିବା ଅବସରରେ ମଙ୍ଗଳବାର ରାତ୍ରିରେ ଦକ୍ଷିଣ ଓଡ଼ିଶାର ପ୍ରସିଦ୍ଧ ଆରାଧ୍ୟାଦେବୀ ମା’…

ରେମାଳ ନଦୀର ପ୍ରଖର ସୁଅରେ ଭାସିଗଲେ ଯୁବତୀ: ମିଳୁନି ପତ୍ତା, କେଶଦୁରାପାଳ ଗାଁରେ ଶୋକାକୂଳ…

ଆନନ୍ଦପୁର, ୨୮।୭(ସୁଶାନ୍ତ କୁମାର ସାହୁ): ଲଗାଣ ବର୍ଷା ଯୋଗୁ ଫୁଲିଉଠିଥିବା ରେମାଳ ନଦୀରେ ଭାସିଯାଇ ଜଣେ ୨୫ ବର୍ଷୀୟା ଯୁବତୀ ନିଖୋଜ ହୋଇଯାଇଛନ୍ତି। ଘସିପୁରା ବ୍ଲକ୍ ଅନ୍ତର୍ଗତ…

ଲଗାଣ ବର୍ଷା ଯୋଗୁ ଭୁଶୁଡ଼ି ପଡ଼ିଲା ମାଟି କାନ୍ଥ, ଚାଲିଗଲା ୩ ବର୍ଷର ଶିଶୁପୁତ୍ର ଜୀବନ,ଶୋକାକୂଳ…

ରିଆମାଳ, ୨୮।୭(ବଦ୍ରିନାରାୟଣ ଅଗ୍ରୱାଲା): ଦେବଗଡ଼ ଜିଲା ରିଆମାଳ ଥାନା ଅନ୍ତର୍ଗତ କଂସର ଫାଣ୍ଡି ଦୁଧିଆନାଳି ଗ୍ରାମପଞ୍ଚାୟତର ବେଲମୁଣ୍ଡା ଗ୍ରାମରେ ଲଗାଣ ବର୍ଷା ଯୋଗୁ ଘରର କାନ୍ଥ ପଡ଼ି…

ଲଗାଣ ବର୍ଷାରେ ଭାଙ୍ଗିଲା ଫାଫୁଡ଼ିଆ ନାଳ ପୋଲ, ଶାଳପଡ଼ା–ସରେଇଁ ଯାତାୟାତ ଠପ୍,…..

ଆନନ୍ଦପୁର/ବଞ୍ଚୋ ,୨୮।୭(ସୁଶାନ୍ତ କୁମାର ସାହୁ/ପ୍ରଦୋଷ ବିଶ୍ୱାଳ): ଗତ ଦୁଇ ଦିନ ଧରି ଲାଗି ରହିଥିବା ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡରେ ବନ୍ୟା ଭଳି…

ବୁଧବାର ବରଗଡ଼ରେ ସ୍କୁଲ ଛୁଟି, ଜିଲା ଶିକ୍ଷା ବିଭାଗର ଘୋଷଣା:

ବରଗଡ଼,୨୮।୭(ପ୍ରେମାନନ୍ଦ ଖମାରୀ)- ପ୍ରବଳ ବର୍ଷା ସମ୍ଭାବନାକୁ ଦୃଷ୍ଟିରେ ରଖି ବରଗଡ଼ ଜିଲାର ସମସ୍ତ ସ୍କୁଲକୁ ଆସନ୍ତାକାଲି ଅର୍ଥାତ୍ ବୁଧବାର ବନ୍ଦ ରଖିବାକୁ ଜିଲା ପ୍ରଶାସନ ପକ୍ଷରୁ ନିଷ୍ପତ୍ତି…

କଳା ଉତ୍ସବରେ କେଭି ଭଞ୍ଜନଗରର ସଫଳତା: ଆଞ୍ଚଳିକ ସ୍ତରକୁ ଚୟନ

ଭଞ୍ଜନଗର,୨୮।୭(ବାବୁଲା ପ୍ରଧାନ)- ପିଏମ୍ ଶ୍ରୀ କେନ୍ଦ୍ରୀୟ ବିଦ୍ୟାଳୟ ଆସିକାଠାରେ ମଙ୍ଗଳବାର ଅନୁଷ୍ଠିତ କ୍ଲଷ୍ଟର ସ୍ତରୀୟ ‘କଳା ଉତ୍ସବ’ ପ୍ରତିଯୋଗିତାରେ କେନ୍ଦ୍ରୀୟ ବିଦ୍ୟାଳୟ ଭଞ୍ଜନଗରର ଛାତ୍ରଛାତ୍ରୀମାନେ ଉଲ୍ଲେଖନୀୟ ସଫଳତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri