ନାବାଳିକାଙ୍କୁ ବଳାତ୍କାର: ବନ୍ଧା ହେଲେ ଯୁବକ

ଚିତ୍ରଡ଼ା,୨୫ା୭(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲା ମୋରଡ଼ା ଥାନା ଅଞ୍ଚଳର ଜନୈକା ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ପୋଲିସ ଜଣେ ବିବାହିତ ଯୁବକଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଲୁଗୁ ମାରାଣ୍ଡି(୨୦)। ଡାକ୍ତରୀମାଇନା ପରେ ଶନିବାର ସନ୍ଧ୍ୟାରେ ତାଙ୍କୁ କୋର୍ଟ ଚାଲାଣ କରାଯାଇଛି। ଏ ନେଇ ଥାନାରେ ନଂ. ୧୦୯/୨୦୨୦ ଏକ ମାମଲା ରୁଜୁ ହୋଇଛି।
ପୋଲିସ ସୂଚନା ଅନୁଯାୟୀ, ଗତ ୧୩ରେ ଅଭିଯୁକ୍ତ ଲୁଗୁ ସମ୍ପୃକ୍ତ ନାବାଳିକାଙ୍କୁ ବଳାତ୍କାର କରିବା ସମୟରେ ଗ୍ରାମବାସୀଙ୍କ ଦ୍ୱାରା ଧରାପଡ଼ିଥିଲେ। ଏନେଇ ଭଦ୍ରଲୋକଙ୍କ ଉପସ୍ଥିତିରେ ଏକ ବୈଠକ ବସିଥିଲା। ପୀଡ଼ିତାଙ୍କୁ ବିବାହ କରିବେ ବୋଲି ଲୁଗୁ ଘରକୁ ନେଇଆସିଥିଲେ। ଦୁଇ ଦିନ ପରେ ନାବାଳିକାଙ୍କୁ ଘରୁ ବାହାର କରି ଦେଇଥିଲେ। ଏନେଇ ନାବାଳିକା ଜଣକ ଥାନାରେ ଅଭିଯୋଗ କରିବାରୁ ପୋଲିସ ଘଟଣାର ତଦନ୍ତ ଚଳାଇ ଅଭିଯୁକ୍ତଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇ ନାଳରେ ବୁଡ଼ିଗଲେ ବୃଦ୍ଧ, ମୃତଦେହ ଉଦ୍ଧାର କରି…

ବାରିପଦା,୨୭ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମାଛ ଧରିବାକୁ ଯାଇ ନାଳର ଗଭୀର ପାଣିରେ ବୁଡ଼ି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ବାରିପଦା ସଦର ଥାନା ଅନ୍ତର୍ଗତ…

ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଓଡ୍ରାଫ ଯବାନଙ୍କୁ କାମୁଡ଼ିଲା ସାପ

ବାରିପଦା, ୨୭।୯ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ବନ୍ୟା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ଜଣେ ଓଡ୍ରାଫ ଯବାନଙ୍କୁ ସାପ କାମୁଡ଼ିଥିବା ଜଣାପଡ଼ିଛି। ବେତନଟୀ ବ୍ଲକ ଅନ୍ତର୍ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?