ଚଳନ୍ତା ଟ୍ରେନ୍‌ରେ ସ୍ବାମୀଙ୍କ ସାମ୍ନାରେ ସ୍ତ୍ରୀଙ୍କୁ ଗଣବଳାତ୍କାର

ମୁମ୍ବାଇ,୯ା୧୦: ଲକ୍ଷ୍ନୌରୁ ମୁମ୍ବାଇ ଯାଉଥିବା ପୁଷ୍ପକ ଏକ୍ସପ୍ରେସରେ ଜଣେ ମହିଳାଙ୍କୁ ଗଣବଳାତ୍କାର ହୋଇଥିବା ଖବର ସାମ୍ନାକୁ ଆସିଛି। ଏପରି ନିନ୍ଦନୀୟ ଘଟଣା ଶୁକ୍ରବାର ରାତିରେ ଘଟିଛି।

ସୂଚନାଯୋଗ୍ୟ, ଇଗତପୁରୀ-କସାରା ମଧ୍ୟରେ ୮ ଦୁର୍ବୃତ୍ତ ଟ୍ରେନ୍‌ର ବଗି ନଂ-୨ରେ ଚଢ଼ିଥିଲେ। ଏହି ବଗିରେ ଥିବା ଯାତ୍ରୀମାନଙ୍କଠାରୁ ସମସ୍ତ ଜିନିଷ ଲୁଟିଥିଲେ। ଘାଟି ଅଞ୍ଚଳ ହୋଇଥିବାରୁ ଯାତ୍ରୀମାନେ କାହାଠାରୁ କୌଣସି ସହାୟତା ପାଇ ପାରି ନ ଥିଲେ। ଏହି ଲୁଟ୍‌ପାଟ ସମୟରେ ଜଣେ ମହିଳା ତାଙ୍କ ସ୍ବାମୀଙ୍କ ସହ ଯାଉଥିଲେ। ତାଙ୍କୁ ଦୁର୍ବୃତ୍ତମାନେ ଗଣବଳାତ୍କାର ମଧ୍ୟ କରିଥିଲେ। ଏଥିରେ ଭୟଭୀତ ହୋଇପଡ଼ିଥିଲେ ସ୍ବାମୀ ଜଣକ।

କସାରା ଷ୍ଟେଶନରେ ପହଞ୍ଚିବା ପରେ ଯାତ୍ରୀମାନେ ରେଲଓ୍ବେକୁ ସହାୟତା ମାଗିଥିଲେ। ମୁମ୍ବାଇ ଜିଆରପି ତୁରନ୍ତ ତଦନ୍ତ ଆରମ୍ଭ କରିଥିଲା। ଜିଆରପି କମିଶନର କେଶର ଖାଲିଦ କହିଛନ୍ତି, ୮ ଦୁର୍ବୃତ୍ତ ଟ୍ରେନ୍‌ରେ ଚଢ଼ିଥିଲେ। ସେମାନେ ପ୍ରଥମେ ଯାତ୍ରୀଙ୍କଠାରୁ ଲୁଟ୍‌ପାଟ କରିଥିଲେ। ପରେ ଜଣେ ମହିଳା ଯେ କି ତାଙ୍କ ସ୍ବାମୀଙ୍କ ସହ ଯାତ୍ରା କରୁଥିଲେ ସେମାନେ ତାଙ୍କୁ ଗଣବଳାତ୍କାର କରଛନ୍ତି। ଭାରତୀୟ ରେଳ ଆକ୍ଟ ଅନୁଯାୟୀ, କେସ ନଂ ୩୭ ଏବଂ ୧୫୩ରେ ମାମଲା ରୁଜୁ କରାଯାଇଛି। ଏହି ଆଧାରରେ ୮ ଜଣଙ୍କ ମଧ୍ୟରୁ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ ଆଉ ୪ ଜଣ ଫେରାର ଥିବା ଜିଆରପି କମିଶନର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ: ୨୨ରୁ ପୁଣି ବର୍ଷା, ୧୫ ଜିଲାକୁ ୟେଲୋ ୱାର୍ନିଂ

ଭୁବନେଶ୍ୱର,୧୯ା୮(ସୌମ୍ୟରଞ୍ଜନ ରାଉତ) – ପଛକୁ ପଛ ଲଘୁଚାପ ଯୋଗୁ ପ୍ରବଳ ବର୍ଷା ହେବାରୁ ରାଜ୍ୟରେ ବନ୍ୟା ଦୁର୍ଦ୍ଦଶା ବଢ଼ି ଚାଲିଛି। ଏପରି ସ୍ଥିତିରେ ଆସୁଛି ଆଉ ଏକ…

ଜାତୀୟ ରାଜପଥରେ ପିକ୍‌ଅପ୍‌ ଭ୍ୟାନ୍‌ ଅଟକାଇ ଲୁଟ୍‌ ଘଟଣାର ପର୍ଦ୍ଦାଫାଶ: ଜେଲ ଗଲେ ୩ ଅଭିଯୁକ୍ତ,୪ ନାବାଳକ…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ପାଟପୁର ପୋଲିସ ଏକ ବଡ଼ଧରଣର ଡକାୟତି ଘଟଣାର ପର୍ଦ୍ଦାଫାସ କରିଛି। ବ୍ରହ୍ମପୁର-ରାୟଗଡ଼ା ୩୨୬ ନଂ ଜାତୀୟ ରାଜପଥର ମାର୍ଥାପୁର ନିକଟରେ ପିକ୍‌ଅପ୍‌ ଭ୍ୟାନ୍‌…

ରାଜ୍ୟର ଅଧିକାର ଛଡ଼ାଇ ନେବ ଏମ୍‌ଏମ୍‌ଡିଆର୍‌ ବିଲ୍‌: ଚେତାଇଲେ ନବୀନ, BJPକୁ ଟାର୍ଗେଟ୍ କରି…

ଭୁବନେଶ୍ୱର,୧୯।୮(ସୁନିତ୍‌ ମିଶ୍ର): ୨୦୦୦ ମସିହାରେ ଯେତେବେଳେ ବିଜେଡି ଶାସନ କ୍ଷମତାକୁ ଆସିଲା, ସେତେବେଳକୁ ଓଡ଼ିଶାର ଅର୍ଥନୀତି ବହୁ ଖରାପ ଅବସ୍ଥାରେ ଥିଲା। ସରକାର ଓଭରଡ୍ରାଫ୍ଟ ଉପରେ ନିର୍ଭର…

Facebookରେ ଲାଇଭ୍‌ ଆସିଲେ,ବେକରେ ରଶି ଲଗାଇ ଝୁଲି ପଡ଼ିଲେ…ସ୍ତ୍ରୀଙ୍କ ସହ ବିବାଦ ପରେ…

ବରେଲୀ,୧୯।୮: ଉତ୍ତରପ୍ରଦେଶର ବରେଲୀ ଜିଲାରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ପାରିବାରିକ ବିବାଦକୁ କେନ୍ଦ୍ର କରି ଜଣେ ଯୁବକ ଫେସବୁକ୍‌ରେ ଲାଇଭ୍ ଆସି ଆତ୍ମହତ୍ୟା…

କେବେ ବାନ୍ଧିବେ ରାକ୍ଷୀ? ୨୭ ନା ୨୮, ଜାଣନ୍ତୁ ତାରିଖ

ରାକ୍ଷୀ ପୂର୍ଣ୍ଣିମା ଏକ ଲୋକପ୍ରିୟ ପାରମ୍ପରିକ ହିନ୍ଦୁ ପର୍ବ । ଏହି ପର୍ବ ଭାଇ ଓ ଭଉଣୀଙ୍କ ମଧ୍ୟରେ ବନ୍ଧୁତ୍ୱକୁ ଦୃଢ଼ କରିଥାଏ । ଏହି ଦିନ…

ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନିତ କରିବ ପାକିସ୍ତାନ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଇସଲାମାବାଦ,୧୯।୮: ପାକିସ୍ତାନ ସରକାର ମହମ୍ମଦ ଅଲୀ ଜିନ୍ନାଙ୍କ ଗୁରୁତର ଅସୁସ୍ଥତାକୁ ଗୋପନ ରଖିବା ଏବଂ ତାଙ୍କର ଚିକିତ୍ସା କରିଥିବା ଦୁଇ ଭାରତୀୟ ଡାକ୍ତରଙ୍କୁ ସମ୍ମାନ ଦେବାକୁ ଘୋଷଣା…

ପାକିସ୍ତାନକୁ ବିଶ୍ୱକପ୍‌ରୁ ବିଦା କଲା ଭାରତ

ନୂଆଦିଲ୍ଲୀ,୧୯।୮: FIH ହକି ବିଶ୍ୱକପ୍ ୨୦୨୬ ର ଏକ ରୋମାଞ୍ଚକର ମ୍ୟାଚ୍‌ରେ ଭାରତୀୟ ପୁରୁଷ ହକି ଦଳ ପାକିସ୍ତାନକୁ ୫-୩ ଗୋଲ୍‌ରେ ପରାସ୍ତ କରି ପରବର୍ତ୍ତୀ ରାଉଣ୍ଡ…

ଦେଶୀ ମଦ ଚୋରାଚାଲାଣ ବେଳେ ମାଡିବସିଲା ଅବକାରୀ ବିଭାଗ; ମହିଳାଙ୍କ ସମେତ ୩ ଗିରଫ, ମିଳିଲା…

ଦିଗପହଣ୍ଡି,୧୯।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପଦ୍ମପୁର ଗ୍ରାମ ନିକଟ ଦୁର୍ଗମ ଜଙ୍ଗଲରେ ବୁଧବାର ଦିଗପହଣ୍ଡି ଓ ଚିକିଟି ଅବକାରୀ ବିଭାଗ ପକ୍ଷରୁ ମିଳିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri