ବିବାହ ପ୍ରଲୋଭନ ଦେଖାଇ ଯୁବତୀଙ୍କୁ ବଳାତ୍କାର ଘଟଣା: ଅଭିଯୁକ୍ତ ଯୁବକ ଗିରଫ

ଦେବଗଡ,୬।୧୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର କରିଥିବା ବାରକୋଟ ଥାନା ଠାକୁରପାଲି ଗ୍ରାମର ସମୀର ମହାକୁଳ(୧୯)ଙ୍କୁ ଦେବଗଡ ଥାନା ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ମାତ୍ର ଅଦାଲତରେ ଜାମିନ ନାମଞ୍ଜୁର ହେବାରୁ ତାକୁ ଜେଲ ହାଜତକୁ ପଠାଇ ଦିଆଯାଇଛି।
ସୂଚନାଯୋଗ୍ୟ ଯେ, ଠାକୁରପାଲି ଗ୍ରାମର ସମୀର ମହାକୁଳ(୧୯) ନାମକ ଜଣେ ଯୁବକ ଗତ ମାର୍ଚ୍ଚ ମାସରେ ଦେବଗଡ ଥାନା ଅନ୍ତର୍ଗତ ଏକ ନିର୍ଦ୍ଦିଷ୍ଟ ଗ୍ରାମର ଜଣେ ଯୁବତୀ (୨୦)ସହ ବନ୍ଧୁତା ସ୍ଥାପନ କରିବା ପରେ ପ୍ରେମ ନିବେଦନ କରିଥିଲା । ଏଥିସହ ଗତ ଏପ୍ରିଲ ମାସରରେ ଘରର ପରିବାର ଲୋକେ ଅନୁପସ୍ଥିତ ଥିବା ସମୟରେ ଯୁବତୀଙ୍କ ଘରେ ପଶି ଯୁବତୀଙ୍କ ଅନିଚ୍ଛା ସତ୍ତ୍ୱେ ବଳାତ୍କାର କରିଥିଲା। ଯୁବତୀ ଜଣକ ଭୟଭୀତ ହୋଇ କାନ୍ଦାବାରୁ ତାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବାରମ୍ବାର ବଳାତ୍କାର କରି ଆସୁଥିଲା। ଏହି କ୍ରମରେ ଗତ ୨୮ ତାରିଖ ଦିନ ଉକ୍ତ ଯୁବତୀଙ୍କୁ ବଳାତ୍କାର କରୁଥିବାବେଳେ ତାଙ୍କ ମା’ ଓ ଗ୍ରାମବାସୀ ମାନେ ସମୀରକୁ କାବୁ କରବା ସହ ଉଭ୍ୟଙ୍କ ମଧ୍ୟରେ ବିବାହ କରାଇବା ପାଇଁ ସମୀରର ପରିବାର ଲୋକଙ୍କୁ ପରାମର୍ଶ ଦେଇଥିଲେ। ମାତ୍ର ଏଥିରେ ସମୀରର ପରିବାର ଲୋକେ ରାଜି ନ ହେବାରୁ ପୀଡିତା ଯୁବତୀ ଜଣକଗତ ୩ ତାରିଖ ରାତ୍ରୀରେ ଦେବଗଡ ଥାନାରେ ଏନେଇ ଲିଖିତ ଅଭିଯୋଗ କରିଥିଲେ । ଅଭିଯୋଗ ଆଧାରରେ ଦେବଗଡ ଥାନା ପୋଲିସ ଅଭିଯୁକ୍ତ ସମୀର ବିରୋଧରେ ଏକ ବଳାତ୍କାର ମାମଲା ଋଜୁ କରିବାସହ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ସେହିପରି ଅଧିକ ତଦନ୍ତ ନିମନ୍ତେ ସାଇଣ୍ଟିଫିକ ଟିମର ସହାୟତା ଲୋଡିଥିଲା। ଅଭିଯୁକ୍ତ ସମୀରକୁ ଗିରଫ କରି କୋର୍ଟଚାଲାଣ କରିଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ରାଜାରାଣୀଙ୍କ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ ପୌଷ ପର୍ବ

ଥୁଆମୂଳ ରାମପୁର,,୧୫।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଠାରେ ମାଳି ଚଗା ବା ରାଜାରାଣୀ ଝାମୁ ଯାତ୍ରା ସହ ଶେଷ ହେଲା ଆଦିବାସୀଙ୍କ...

ଶ୍ରୀମନ୍ଦିରରେ ଟଳିପଡ଼ିଲେ ସୁଆର ବଡୁ ସେବାୟତ

ପୁରୀ,୧୫ା୧(ଅଜିତ ମହାନ୍ତି): ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ସେବା କରିବା ସମୟରେ ଜଣେ ସୁଆରବଡୁ ସେବକଙ୍କ ମୃତ୍ୟୁ ଘଟିଛି। ମୃତ ସେବାୟତ ଜଣଙ୍କ ହେଉଛନ୍ତି ଜଗନ୍ନାଥ ସୁନାଥାଳି। ଶ୍ରୀମନ୍ଦିରରେ...

ଟ୍ରଲରକୁ ଧକ୍କା ଦେଇ ବୁଡ଼ିଲା ବୋଟ୍‌, ୮ ଯାତ୍ରୀଙ୍କୁ ଉଦ୍ଧାର କଲେ ମତ୍ସ୍ୟଜୀବୀ

ଚାନ୍ଦବାଲି,୧୫ା୧(ଅଶୋକ ପଣ୍ଡା): ଭଦ୍ରକ ଜିଲା ଧାମରାଠାରେ ମାଛଧରା ଟ୍ରଲରକୁ ଧକ୍କା ଦେଇ ବୁଧବାର ଏକ ଯାତ୍ରୀବାହୀ ବୋଟ୍‌ ବୁଡ଼ିଯାଇଛି। ଖବରରୁ ପ୍ରକାଶ ଏକ ଯାତ୍ରୀବାହୀ ବୋଟ୍‌...

ବାଲି ବୋଝେଇ ହାଇଓ୍ବା ଧକ୍କାରେ ମୋପେଡ ଚାଳକଙ୍କ ଜୀବନ ଗଲା

ହିଞ୍ଜିଳିକାଟୁ,୧୫ା୧(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଚୈତନ୍ୟପଡ଼ା ନିକଟରେ ଏକ ନଦୀ ବାଲି ବୋଝେଇ ହାଇଓ୍ବା ଧକ୍କାରେ ଜଣେ ମୋପେଡ ଚାଳକଙ୍କ ଜୀବନ ଯାଇଛି।...

ଗଞ୍ଜାମ ଜିଲାରେ ବର୍ଦ୍ଧିତ ଭତ୍ତା ପାଇଲେ ୨୬୧୩୪ ଜଣ ହିତାଧିକାରୀ

ଛତ୍ରପୁର,୧୫ା୧(ଦିଲ୍ଲୀପ ସାମଲ): ସରକାର ଲୋକଙ୍କ ହିତ ପାଇଁ ବହୁ ଯୋଜନା ପ୍ରଣୟନ କରିଛନ୍ତି। ସେଥିମଧ୍ୟରୁ ପେନ୍‌ସନ୍‌ ଯୋଜନା ଅନ୍ୟତମ। ଯୋଗ୍ୟ ହିତାଧିକାରୀ ତଥା ଦିବ୍ୟାଙ୍ଗ, ବିଧବା,...

୩ ବ୍ୟବସାୟୀଙ୍କୁ ଲହୁଲୁହାଣ କରି ୧୫ ଲକ୍ଷ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ଉମରକୋଟ,୧୫ା୧(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ଥମୁନି ଲୁଟେରାଙ୍କ ଆତଙ୍କରାଜ। ସଂଘବଦ୍ଧ ଆକ୍ରମଣ କରି ୧୫ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି ଲୁଟେରା। ଦୁଇ ଦିନ ତଳେ...

୧୯, ୧୦୬ ଜଣ ହିତାଧିକାରୀ ପାଇଲେ ବର୍ଦ୍ଧିତ ଭତ୍ତା

ଖୋର୍ଦ୍ଧା,୧୫ା୧(ପ୍ରଭାତ ପାଣିଗ୍ରାହୀ): ସାମାଜିକ ସୁରକ୍ଷା ଭତ୍ତା ୩୫୦୦ ଟଙ୍କାକୁ ବୃଦ୍ଧି ପାଇଲା। ମଧୁବାବୁ ଭତ୍ତା ଯୋଜନା ଓ ଜାତୀୟ ସାମାଜିକ ସୁରକ୍ଷା ଅଧୀନରେ ବୃଦ୍ଧାବୃଦ୍ଧଙ୍କୁ ମିଳିବ...

ମାଟ୍ରିକ୍‌ ପ୍ରଶ୍ନପତ୍ରରେ ରହିବ ବାର୍‌କୋଡ୍‌

କଟକ,୧୫ା୧:(କାର୍ତ୍ତିକ ସାହୁ): ମାଟ୍ରିକ୍‌ ପରୀକ୍ଷାରେ ପ୍ରଶ୍ନପତ୍ର ଭାଇରାଲ ରୋକିବାକୁ ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ପକ୍ଷରୁ ଚଳିତବର୍ଷ ନୂତନ ପଦକ୍ଷେପ ନିଆଯାଇଛି। ଏଥର ମାଟ୍ରିକ୍‌ ପରୀକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri