ଶିଶୁକନ୍ୟାଙ୍କୁ ବଳାତ୍କାର: ବାପା ଗିରଫ

କୁଚିଣ୍ଡା,୨୫ା୭(ବିରଞ୍ଚତ୍ ଦର୍କା): ମଦନିଶା କିଭଳି ମଣିଷକୁ ପିଶାଚ କରିଦିଏ ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ। ଜଣେ ବ୍ୟକ୍ତି ତାଙ୍କର ୬ ବର୍ଷୀୟା ଶିଶୁକନ୍ୟାକୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଆଉ ଥାନାରେ ଅଭିଯୋଗ କରିଛନ୍ତି ପୀଡ଼ିତା ଶିଶୁକନ୍ୟାଙ୍କ ମା’। ସମ୍ବଲପୁର ଜିଲାରେ ଏହି ଘଟଣା ଆଲୋଡ଼ନ ସୃଷ୍ଟି କରିଛି। ଅଭିଯୋଗ ଆଧାରରେ ମହୁଲପାଲି ଥାନାରେ ବିଏନ୍‌ଏସ୍‌ ୬୪(୨)/୬୫(୨)ପୋକ୍‌ସୋ ଧାରାରେ ଏକ ମାମଲା (ନଂ.୧୨୮/୨୪) ରୁଜୁ କରି ପୋଲିସ ଅଭିଯୁକ୍ତ ବାପାଙ୍କୁ ଗିରଫ କରି ଗୁରୁବାର ସମ୍ବଲପୁର ଜିଲା ସେସନ୍ସ କୋର୍ଟକୁ ଚାଲାଣ କରିଛି। ଜାମିନ ନାମଞ୍ଜୁର ହେବାରୁ ଅଭିଯୁକ୍ତଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି।

ସୂଚନା ଅନୁଯାୟୀ, ପୀଡିତା ଶିଶୁକନ୍ୟାଙ୍କ ମା’ ବିଲକୁ କାମ କରିବାକୁ ଯାଇଥିଲେ। ଘରେ ୬ବର୍ଷର ଝିଅ ଓ ତାଙ୍କ ସ୍ବାମୀ ଥିଲେ। ଅପରାହ୍ନ ୫ଟାରେ ମହିଳା ଜଣଙ୍କ ଘରକୁ ଫେରି ଝିଅ ପୋଷାକରେ ରକ୍ତ ଲାଗିଥିବା ଦେଖି ବ୍ୟସ୍ତ ହୋଇପଡିଥିଲେ। ପଚରାଉଚରା ପରେ ନିଶାଗ୍ରସ୍ତ ଅବସ୍ଥାରେ ଥିବା ସ୍ବାମୀ ଝିଅକୁ ବଳାତ୍କାର କରିଥିବା କହିଥିଲେ। ବୁଧବାର ସକାଳେ ଝିଅକୁ ମହିଳା ଜଣକ କେଶାଇବାହାଲ ମେଡିକାଲ ନେଇଥିଲେ। ହେଲେ ଡ୍ୟୁଟିରେ ଥିବା ଡାକ୍ତର ଘଟଣା ସମ୍ପର୍କରେ ମହୁଲପାଲି ପୋଲିସକୁ ସୂଚନା ଦେଇ ଶିଶୁର ଉନ୍ନତ ଚିକିତ୍ସା ନିମନ୍ତେ କୁଚିଣ୍ଡା ଉପଖଣ୍ଡ ମେଡିକାଲକୁ ରେଫର କରିଥିଲେ।

ଖବରପାଇ ମହୁଲପାଲି ଥାନା ଅଧିକାରୀ ସୁମିତ ଫିରୋଜ ଏକ୍କା ଓ କୁଚିଣ୍ଡା ଏସ୍‌ଡିପିଓ ଅମିତାଭ ପଣ୍ଡା କୁଚିଣ୍ଡା ମେଡିକାଲରେ ପହଞ୍ଚି ଘଟଣାର ତଦନ୍ତ କରିବା ସହ ଅଭିଯୁକ୍ତ ବାପାଙ୍କୁ ଗିରଫ କରିଥିଲେ। ସୂଚନାଯୋଗ୍ୟ, ଗତ ରବିବାର ଏହି ମହୁଲପାଲି ଥାନା ଅଞ୍ଚଳରେ ଜଣେ ୬୪ ବର୍ଷୀୟା ବୃଦ୍ଧାଙ୍କୁ ବଳାତ୍କାର ଘଟଣାର ସପ୍ତାହେ ନ ପୂରୁଣୁ ପୁଣି ଏକ ଶିଶୁକନ୍ୟା ବଳାତ୍କାର ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ସଡ଼କ ଦୁର୍ଘଟଣାରେ ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କ ପରଲୋକ

ଭଦ୍ରକ,୭ା୧୨: ଓଡ଼ିଶାର ଜଣାଶୁଣା ଯାତ୍ରା କଳାକାର ଗୁରୁ ପୃଷ୍ଟିଙ୍କର ଆଜି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ପରଲୋକ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଗୁରୁ ପୃଷ୍ଟି...

ନୂଆପଡ଼ା ସହରରେ ବୁଲୁଛନ୍ତି ଭାଲୁ

ନୂଆପଡ଼ା,୭।୧୨(ମକାରୁ ବେମାଲ): ନୂଆପଡ଼ା ସହରକୁ ୨ଟି ଭାଲୁ ପଶି ଆସିଥିଲେ। ସହରର ବିଭିନ୍ନ ସ୍ଥାନରେ ବୁଲାବୁଲି କରି ଅଇଠାପତ୍ର, ଫଳ ଦୋକାନରେ ଫିଙ୍ଗି ଦିଆଯାଉଥିବା ଫଳ...

RSFI ରାଜ୍ୟ ଚାମ୍ପିଅନସିପରେ ଗଜପତି ସ୍କେଟର୍ସଙ୍କ ଚମକ: ଜାତୀୟ ପାଇଁ ୭ ଜଣ ଯୋଗ୍ୟତା ହାସଲ

ଗଜପତି,୭ା୧୨(ଗିରିଧାରୀ ପରିଛା): ଜିଲା ପାଇଁ ଏକ ଗର୍ବର ମୁହୂର୍ତ୍ତରେ, ଗଜପତିର ସ୍କେଟର୍ସମାନେ RSFI ରାଜ୍ୟ ସ୍କେଟିଂ ଚାମ୍ପିଅନସିପରେ ଉତ୍କୃଷ୍ଟ ପ୍ରଦର୍ଶନ କରି ଅନେକ ପଦକ ହାସଲ...

ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡିର ସାଇକ୍ରିଷ୍ଣା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର) ଜଗତସିଂହପୁରରେ ଆୟୋଜିତ ୬୯ତମ ଆନ୍ତଃ ରାଜ୍ୟସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡ଼ା ପ୍ରତିଯୋଗିତାରେ ଦିଗପହଣ୍ଡି ବ୍ଳକ ଅଧୀନ ବମକୋଇ ଗ୍ରାମ ଶିବାନନ୍ଦ ନୋଡାଲ...

ଡକାୟତି, ହତ୍ୟା ଉଦ୍ୟମ: ୨ବର୍ଷ ପରେ ଧରାପଡ଼ିିଲେ ଫେରାର ଅଭିଯୁକ୍ତ

ଦିଗପହଣ୍ଡି,୭ା୧୨(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ଅଧୀନ ତେଣ୍ଟୁଆପଡା ଗ୍ରାମରେ ୨୦୨୩ରେ ଘଟିଥିବା ଏକ ଡକାୟତି ଓ ହତ୍ୟା ଉଦ୍ୟମ ମାମଲାର ଅଭିଯୁକ୍ତଙ୍କୁ...

ମହମ୍ମଦ ସାହେବ ପୁଣି କଳାହାଣ୍ଡି କଂଗ୍ରେସ ଯୁବ ସଭାପତି

ଭବାନୀପାଟଣା,୭।୧୧(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଂଗ୍ରେସ ଯୁବ ସଭାପତି ଭାବେ ରବିବାର ପୁଣି ଥରେ ମହମ୍ମଦ ଅବଦୁଲ ମୋହସିନ(ମହମ୍ମଦ ସାହେବ) ନିଯୁକ୍ତ ହୋଇଛନ୍ତି। ଏ...

ଯେଉଁ ହାତରେ ଗଢିଥିଲି, ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି: ପ୍ରେମାନନ୍ଦ

ବଲାଙ୍ଗୀର,୭।୧୨(ସୁନିଲ କୁମାର ମହାନ୍ତି): ଯେଉଁ ହାତରେ ଗଢିଥିଲି ଆଜି ସେହି ହାତରେ ଶ୍ରଦ୍ଧାଞ୍ଜଳୀ ଦେଲି। ହ୍ୟୁମାନ ସବୁ ସମୟରେ ମୋତେ ଟିଟିଲାଗଡ଼ ଆସିବାକୁ କହୁଥିଲା। ହ୍ୟୁମାନ...

ଚାଷୀ ସଂଗଠନର ରଣହୁଙ୍କାର: ମଣ୍ଡିରୁ ଧାନ ଉଠା ନ ଗଲେ ଆନ୍ଦୋଳନ

ବରଗଡ଼,୭।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତମାସ ୨୮ ତାରିଖରୁ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। କିନ୍ତୁ ଏପର୍ଯ୍ୟନ୍ତ ଧାନ ବିକ୍ରିରେ ଅଚଳାବସ୍ଥା ଜାରି ରହିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri