କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର, ଅଭିଯୁକ୍ତ ୬ ସାଙ୍ଗ କୋର୍ଟଚାଲାଣ

କଟକ,୮।୧୧(କାର୍ତ୍ତିକ ସାହୁ): କଟକ ସହରରେ ଜଣେ ଦଳିତ କଲେଜ ଛାତ୍ରୀଙ୍କୁ ଗଣବଳାତ୍କାର କରାଯାଇଛି। ଦୁର୍ଗାପୂଜା ସମୟରେ ଏଭଳି ଏକ ଲଜ୍ଜାଜନକ ଘଟଣା ଘଟିଥିବାବେଳେ ୩ ଦିନ ତଳେ ଛାତ୍ରୀଜଣକ ବାଦାମବାଡ଼ି ଥାନାର ଦ୍ୱାରସ୍ଥ ହୋଇଛନ୍ତି। ପୀଡ଼ିତା ଛାତ୍ରୀଙ୍କ ପୁରୁଷବନ୍ଧୁ ଓ ତାଙ୍କ ସାଙ୍ଗମାନେ ଗଣବଳାତ୍କାର କରିଥିବା ସେ ଅଭିଯୋଗରେ ଦର୍ଶାଇଛନ୍ତି। ଏପରି କି ଛାତ୍ରୀଙ୍କ ଅଶ୍ଳୀଳ ଭିଡିଓ ମଧ୍ୟ କରାଯାଇଛି। ଉକ୍ତ ଭିଡିଓ ଜରିଆରେ ଛାତ୍ରୀଙ୍କୁ ବ୍ଲାକମେଲ୍‌ କରି ଅଭିଯୁକ୍ତମାନେ ବାରମ୍ବାର ବଳାତ୍କାର କରିଥିବା ସେ ଏତଲାରେ ଉଲ୍ଲେଖ କରିଛନ୍ତି। ପୋଲିସ ଏକ ମାମଲା ରୁଜୁ କରି ଅଭିଯୁକ୍ତ ୬ଯୁବକଙ୍କୁ ବୁଧବାର କୋର୍ଟଚାଲାଣ କରିଛି।

ଗତ ଦଶହରା ସମୟରେ କଟକ ପୁରୀଘାଟ ଥାନା ଅଞ୍ଚଳର ଏକ କାଫେରେ ଛାତ୍ରୀଜଣକ ତାଙ୍କ ପୁରୁଷବନ୍ଧୁଙ୍କ ସହ ଜନ୍ମଦିନ ପାଳନ କରିଥିଲେ। ସେଠାରେ ଛାତ୍ରୀଙ୍କ ଅଜାଣତରେ ତାଙ୍କର ଅଶ୍ଳୀଳ ଭିଡିଓ ଉତ୍ତୋଳନ କରିଥିଲେ ପୁରୁଷବନ୍ଧୁ। ଏଥିରେ ସହଯୋଗ କରିଥିଲେ କାଫେ ମାଲିକ। କାଫେ ମାଲିକ ଓ ପୁରୁଷବନ୍ଧୁଙ୍କ ସାଙ୍ଗମାନେ ପୀଡ଼ିତାଙ୍କୁ ବାରଙ୍ଗ ଅଞ୍ଚଳର ଏକ ଘରକୁ ଡାକି ଉକ୍ତ ଭିଡିଓ ଦେଖାଇଥିଲେ। ଏହାପରେ ସେମାନେ ତାଙ୍କୁ ଗଣବଳାତ୍କାର କରିଥିଲେ।

ପୋଲିସ ମାମଲାର ତଦନ୍ତ କରି ଘଟଣାରେ ସମ୍ପୃକ୍ତ ଯୁବକମାନଙ୍କୁ ଧରିଛି। ଗିରଫ ଅଭିଯୁକ୍ତମାନଙ୍କ ମଧ୍ୟରୁ ୩ ଜଣ ଝାଞ୍ଜିରିମଙ୍ଗଳା, ଜଣେ ବାରଙ୍ଗ, କାଫେ ମାଲିକ ଭଗତପୁର ଅଞ୍ଚଳର ଏବଂ ଅନ୍ୟ ଜଣେ ଅଭିଯୁକ୍ତ ଖୋର୍ଦ୍ଧା ନୟାଗଡ଼ ଅଞ୍ଚଳର ବୋଲି ସୂଚନା ମିଳିଛି। ଏସିପି ସ୍ବସ୍ତିକ ପଣ୍ଡାଙ୍କ କହିବାନୁସାରେ, ଗଣବଳାତ୍କାର ଘଟଣାଟି ପୁରୀଘାଟ ଥାନା ଓ ବାରଙ୍ଗ ଥାନା ଅଞ୍ଚଳରେ ଘଟିଥିବା ଅଭିଯୋଗ ହୋଇଛି। ତେବେ ଛାତ୍ରୀଜଣକ ବାଦାମବାଡ଼ି ଥାନା ଅଞ୍ଚଳର ଏକ କଲେଜରେ ପଢ଼ୁଥିବାରୁ ସେ ଏଠାରେ ଏତଲା ଦେଇଛନ୍ତି। ଗୁରୁତ୍ୱର ସହ ମାମଲାର ତଦନ୍ତ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ…

ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା

ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ…

ପୋଲିସ ଯାଞ୍ଚ୍‌ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି

ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍‌ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ…

ବୈଶିଙ୍ଗାରେ ଲଜ୍ଜା: ଶିଶୁ କନ୍ୟାକୁ ଜଙ୍ଗଲକୁ ନେଇ ଯୌନ ନିର୍ଯାତନା

ବୈଶିଙ୍ଗା,୨୧।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ୧୩ ବର୍ଷିୟ ସମ୍ପର୍କୀୟ ନାବାଳକ ଭାଇ ଯୌନ ନିର୍ଯାତନା ଦେଇଥିବା…

ଆଉନାହାନ୍ତି ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ ରଥ: ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି,୨୧।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ପଦ୍ମନାଭପୁର ପଞ୍ଚାୟତ ଭୀମପୁର ଶାସନ ବାସିନ୍ଦା ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ରଥ (୬୪)ଙ୍କ ହୃଦଘାତରେ ପରଲୋକ…

ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି

ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?