ହିନ୍ଦୁ ମହିଳାଙ୍କୁ ଗଣବଳାତ୍କାର

ଇସ୍‌ଲାମାବାଦ୍‌, ୨୪।୧: ପାକିସ୍ତାନର ସିନ୍ଧ ପ୍ରଦେଶରେ ଜଣେ ହିନ୍ଦୁ ମହିଳାଙ୍କୁ ପ୍ରଥମେ ଅପହରଣ ଓ ପରେ ଗଣବଳାତ୍କାର କରାଯାଇଥିବା ଘଟଣା ସାମ୍ନାକୁ ଆସିଛି। ପୀଡ଼ିତାଜଣକ ଏ ନେଇ ସୋସିଆଲ ମିଡିଆରେ ଏକ ଭିଡିଓ ପୋଷ୍ଟ କରିଛନ୍ତି। ପାକିସ୍ତାନ ଉପମାର୍କେଟ ଜିଲା ସମାରୋ ଟାଉନ୍‌ରେ ୩ ଯୁବକ ଇବ୍ରିହିମ୍‌ ମାଙ୍ଗୋରିଓ, ପୁନହୋ ମାଙ୍ଗୋରିଓ ଓ ସେମାନଙ୍କର ଜଣେ ବନ୍ଧୁ ମହିଳାଙ୍କୁ ଗଣବଳାତ୍କାର କରିଥିବା ଭିଡିଓରେ ପୀଡ଼ିତା କହିଛନ୍ତି। ସିନ୍ଧ ପ୍ରଦେଶରୁ ଅଭିଯୁକ୍ତମାନେ ତାଙ୍କୁ ଅପହରଣ କରି ଧର୍ମପରିବର୍ତ୍ତନ ପାଇଁ କହିଥିଲେ। ହେଲେ ପୀଡ଼ିତା ସେମାନଙ୍କ କଥାରେ ରାଜି ନ ହେବାରୁ ୩ ଦିନ ଧରି ତାଙ୍କୁ ବଳାତ୍କାର କରାଯାଇଥିଲା। କିନ୍ତୁ କୌଶଳବଶତଃ ମହିଳା ଜଣକ ଅଭିଯୁକ୍ତଙ୍କ କବଳରୁ ଖସି ପଳାଇ ଆସିଥିବା ଭିଡିଓରେ ପ୍ରକାଶ କରିଛନ୍ତି। ତେବେ ଏ ନେଇ ସ୍ଥାନୀୟ ପୋଲିସ ଅଭିଯୋଗ ଦାଏର କରି ନ ଥିବା ସ୍ଥାନୀୟ ହିନ୍ଦୁ ସଙ୍ଗଠନର ସଦସ୍ୟ କହିଛନ୍ତି। ପାକିସ୍ତାନରେ ଅଳ୍ପସଂଖ୍ୟକ ହିନ୍ଦୁଙ୍କ ଉପରେ ଅତ୍ୟାଚାର କ୍ରମାଗତ ଭାବେ ବଢ଼ିବାରେ ଲାଗିଛି। ବିଶେଷ କରି ଧର୍ମ ପରିବର୍ତ୍ତନ ଓ ବଳାତ୍କାର ଘଟଣା ଅଧିକ ଘଟିବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

୨ ଫାଇଲ ହଜିବା ଘଟଣା, ନବୀନ ଜେରା ହୋଇପାରନ୍ତି କହିଲେ ମନ୍ତ୍ରୀ ପୂଜାରୀ

ଭୁବନେଶ୍ୱର,୧୮।୬(ସୁନିତ୍‌ ମିଶ୍ର):ନିକଟରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରୁ ୨ଟି କମିଶନଙ୍କ ରିପୋର୍ଟ ସମ୍ପର୍କିତ ଫାଇଲ୍‌ ହଜିଥିବା ଅଭିଯୋଗ ହୋଇଛି। ଗୃହ ବିଭାଗ ପକ୍ଷରୁ ଏନେଇ କ୍ୟାପିଟାଲ ଥାନାରେ ମଧ୍ୟ ଅଭିଯୋଗ…

ଦୁଇ ସମ୍ପ୍ରଦାୟର ସ୍ଥିତି

ଭାରତରେ ଜୈନ ଏବଂ ୟୁରୋପର ଇହୁଦୀ ସମ୍ପ୍ରଦାୟ ମଧ୍ୟରେ ତୁଳନା କଲେ ଜଣାଯାଏ ଯେ ଏହି ଦୁଇ ସଂଖ୍ୟାଲଘୁ ସମ୍ପ୍ରଦାୟ ନିଜ ଜନସଂଖ୍ୟା ତୁଳନାରେ ଅର୍ଥନୈତିକ କ୍ଷେତ୍ରରେ…

ବରଗଡ଼ରେ ବଢ଼ିଲା ସ୍କୁଲ-କଲେଜ ଛୁଟି ଅବଧି, ଏହି ଦିନ ଖୋଲିବ

ବରଗଡ଼,୧୮।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ସ୍କୁଲ, କଲେଜର ଗ୍ରୀଷ୍ମ ଅବକାଶ(ଖରାଛୁଟି) ଅବଧିକୁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି । ପାଣିପାଗ ବିଭାଗର ରିପୋର୍ଟକୁ ନେଇ…

୪ ନୂଆ ଟାଉନ୍‌ ପ୍ଲାନ୍‌ ସ୍କିମ୍‌ ଘୋଷଣାକଲା ବିଡିଏ

ଭୁବନେଶ୍ୱର,୧୮ା୬(ରବିନାରାୟଣ ଜେନା): ଓଡ଼ିଶା ଉନ୍ନୟନ କର୍ତ୍ତୃପକ୍ଷ (ଓଡିଏ) ଆକ୍ଟର ୧୯୮୨ର ଧାରା ୨୩(୧)ର ବ୍ୟବସ୍ଥା ଅନୁଯାୟୀ, ବିଡିଏ ଭୁବନେଶ୍ୱର ବିକାଶ ଯୋଜନା ଅଞ୍ଚଳ (ବିଡିପିଏ)ରେ ୪ଟି ନୂଆ…

ମାଟିତଳୁ ମିଳିଲା ବଙ୍କର ହିଲ୍‌ ଯୁଦ୍ଧ ସମୟର ଦୁର୍ଗ, ଗୁଳି

ବୋଷ୍ଟନ, ୧୮ା୬ (ଏ.ପି.): ଆମେରିକାର ସ୍ୱାଧୀନତା ସଂଗ୍ରାମର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ରଣାଙ୍ଗନ ଭାବେ ପରିଚିତ ‘ବଙ୍କର ହିଲ୍‌’ର ମାଟି ତଳୁ ପ୍ରତ୍ନତତ୍ତ୍ୱବିତ୍‌ମାନେ ୧୭୭୫ ମସିହା ଯୁଦ୍ଧର ଅନେକ…

ଫିଲ୍ମ ଷ୍ଟାଇଲ୍‌ ଲୁଟ୍‌ ପରେ ପୋଲିସର ଏନ୍‌କାଉଣ୍ଟର, ୨ ସୁନା ଲୁଟେରା ଗୁରୁତର

ଅନୁଗୋଳ,୧୮।୬( ଜ୍ୟୋତି ରଞ୍ଜନ ସାହୁ ): ତାଳଚେରରେ ଏକ ସୁନା ରିଫାଇନେରୀ ଦୋକାନରେ ଫିଲ୍ମ ଷ୍ଟାଇଲରେ ଲୁଟ୍‌ ଘଟଣା ପରେ ଅନୁଗୋଳ ପୋଲିସ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ…

ଜୁଲାଇ ୧୫ରେ କାର୍ଯ୍ୟକାରୀ ହେବ ଭାରତ-ବ୍ରିଟେନ୍‌ ଟ୍ରେଡ୍‌ ଡିଲ୍‌

ଏଭିଆନ୍‌-ଲେସ୍‌-ବାଏନ୍ସ, ୧୮।୬: ଭାରତ ଓ ବ୍ରିଟେନ୍‌ ମଧ୍ୟରେ ବିସ୍ତୃତ ଅର୍ଥନୈତିକ ଓ ବାଣିଜ୍ୟ ଚୁକ୍ତିନାମା ଜୁଲାଇ ୧୫ରୁ କାର୍ଯ୍ୟକାରୀ ହେବ। ଏହି ଐତିହାସିକ ଚୁକ୍ତି ସ୍ବାକ୍ଷର ହେବାର…

ମୋଦିଙ୍କୁ ଭେଟିବା ପରେ ଭନ୍‌ ଡେର୍‌ ଲେୟେନ୍‌ଙ୍କ ଘୋଷଣା, ବର୍ଷ ଶେଷ ସୁଦ୍ଧା ଭାରତ-ୟୁରୋପୀୟ ସଂଘ ମଧ୍ୟରେ…

ଏଭିଆନ୍‌-ଲେସ୍‌ବାଏନ୍ସ,୧୮।୬(ପି.ଟି.): ଚଳିତ ବର୍ଷ ଶେଷ ସୁଦ୍ଧା ଭାରତ ଏବଂ ୟୁରୋପୀୟ ସଂଘ (ଇୟୁ) ମଧ୍ୟରେ ମହତ୍ତ୍ୱାକାଂକ୍ଷୀ ମୁକ୍ତ ବାଣିଜ୍ୟ ଚୁକ୍ତିନାମା (ଏଫ୍‌ଟିଏ) ସ୍ବାକ୍ଷର ହେବ ବୋଲି ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri