ହାଣ୍ଡିଆ ଗୋଦାମରେ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ୨୦ ବର୍ଷ ଜେଲ୍‌

କେନ୍ଦୁଝର,୫ା୩ (ନରେଶ ଚନ୍ଦ୍ର ପଟ୍ଟନାୟକ): ବୁଧବାର କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ବିଜୟ କୁମାର ମିଶ୍ର ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ସଦର ଥାନା ଅନ୍ତର୍ଗତ ନୂଆଗାଁ ଗ୍ରାମର ଅଭିଯୁକ୍ତ କୁନୁ ଓରଫ ଜଗନ୍ନାଥ ମୁଣ୍ଡା(୨୦) ଙ୍କୁ ସଶ୍ରମ କାରାଦଣ୍ଡାଦେଶ ସହ ୧୦ ହଜାର ଟଙ୍କା ଜୋରିମାନା ଏବଂ ଜରିମାନା ଅନାଦେୟ ଅଧିକ ୬ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ପୀଡ଼ିତାକୁ ୭ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ ନିମନ୍ତେ ଜିଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି ।
ଘଟଣାରୁ ପ୍ରକାଶ ଯେ, ତା ୪ା୧୦ା୨୦୨୨ ରିଖ ଦିନ ଅଭିଯୁକ୍ତ ପୀଡ଼ିତାଙ୍କ ଘରକୁ ଯାଇ ଯାତ୍ରା ଦେଖାଇବା ପାଇଁ କହି ପୀଡ଼ିତାକୁ ଝୁମ୍ପୁରାକୁ ନେଇଥିଲେ ଏବଂ ନେବା ରାସ୍ତାରେ ଏକ ନିଛାଟିଆ ହାଣ୍ଡିଆ ଗୋଦାମରେ ପୀଡ଼ିତା(୧୧ବର୍ଷ) ସହ ବଳାତ୍କାର କରିଥିଲେ। ପୀଡ଼ିତା ଘରେ ଆସି ଖବର ଦେଇଥିଲେ ଯେ, ପୀଡ଼ିତା ଯାତ୍ରାରେ ହଜି ଯାଇଛ। ପରେ ପୀଡ଼ିତାଙ୍କ ଘର ଲୋକ ଖବର ପାଇ ଜାଣିଲେ ଯେ ପୀଡ଼ିତା ତା’ ନିଜ କକା ଘରେ ଅଛି ଏବଂ ପରଦିନ ପରିବାର ଲୋକ ପୀଡ଼ିିତାକୁ ଯାଇ ପଚାରିବାରୁ ପୀଡ଼ିତା ସହ ଗତ ରାତିରେ ହୋଇଥିବା ବଳାତ୍କାର କଥା ଜଣାଇବା ପରେ ପୀଡ଼ିତାଙ୍କ ମାଆ ସଦର ଥାନାରେ ଏକ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତି କରି ସଦର ଥାନା କେସ୍‌ ନଂ ୪୦୨ ତା ୬ା୧୦ା୨୦୨୨ ରୁଜୁ କରି ଆସାମୀଙ୍କୁ ଭାରତୀୟ ପିଙ୍ଗଳ କୋଡ୍‌ ଧାରା ୩୭୬(ଏବି),୫୦୬ ଏବଂ ପୋକ୍ସୋ ଧାରା ୬ ଅନୁସାରେ କୋର୍ଟ ଚାଲାଣ କରିଥିଲ ପୋଲିସ। ବୁଧବାର ଫାଷ୍ଟଟ୍ରାକ୍‌ କୋର୍ଟର ବିଚାରପତି ୧୯ ଜଣ ସାକ୍ଷୀଙ୍କ ବୟାନ ଓ ତଦନ୍ତ ରିପୋର୍ଟକୁ ଆଧାର କରି ଅଭିଯୁକ୍ତକୁ ଦୋଷୀ ସାବ୍ୟସ୍ତ କରି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ତରଫରୁ ସ୍ବତନ୍ତ୍ର ପିପି ଜ୍ଞାନେନ୍ଦ୍ର ନାଥ ଜେନା କେସ୍‌ ପରିଚାଳନା କରୁଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଦ ହେବ ରୁଷିଆ-ୟୁକ୍ରେନ ଯୁଦ୍ଧ! ୩ ଘଣ୍ଟା ଚାଲିଲା ଟ୍ରମ୍ପ-ଜେଲେନସ୍କି ସାକ୍ଷାତ, ଜାଣନ୍ତୁ କ’ଣ କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୯।୧୨:ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ୟୁକ୍ରେନ ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି। ଏହି ବୈଠକ ୟୁକ୍ରେନ-ରୁଷିଆ ଯୁଦ୍ଧର ଅନ୍ତ ପାଇଁ...

ବିବାହ କରିବାକୁ ଯାଉଥିଲେ ନିଶ୍ଚିତ ଯାଞ୍ଚ କରନ୍ତୁ ଏସବୁ, ନଚେତ୍‌ ପରେ କରିବେ ପଶ୍ଚାତାପ

ବିବାହ ହେଉଛି ଜୀବନର ସବୁଠାରୁ ବଡ଼ ତଥା ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ମଧ୍ୟରୁ ଗୋଟିଏ। ଏହା କେବଳ ଦୁଇଟି ଲୋକ ମଧ୍ୟରେ ସୀମିତ ସମ୍ପର୍କ ନୁହେଁ। ଦୁଇଟି...

କଂସ ବ୍ୟସ୍ତବିବ୍ରତ, ଆଜି ରଙ୍ଗସଭା

ମଥୁରାନଗରୀ/ଗୋପପୁର,୨୯ା୧୨ (ପ୍ରେମାନନ୍ଦ ଖମାରୀ:ରବିବାର ଥିଲା ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବର ପଞ୍ଚମ ଦିବସ। ଉଭୟ ମଥୁରାନଗରୀ ଏବଂ ଗୋପପୁର ଦୃଶ୍ୟାଭିନୟ ଚିତ୍ତାକର୍ଷକ ଥିଲା।...

ଫ୍ରେଞ୍ଚ ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କ ପରଲୋକ

ପ୍ୟାରିସ୍‌,୨୯ା୧୨:୫୦ ଦଶକରେ ଫ୍ରେଞ୍ଚ୍‌ ସିନେମାରେ ବିପ୍ଳବ ଆଣିବା ସହ ଯୌନ ଉଦାରତାର ପ୍ରତୀକ ପାଲଟିଥିବା ଅଭିନେତ୍ରୀ ବ୍ରିଗିଟ୍ଟେ ବାର୍ଡୋଟଙ୍କର ପରଲୋକ ହୋଇଯାଇଛି। ତାଙ୍କୁ ୯୧ ବର୍ଷ...

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର: ଖୋଲିଲା ଶିଖରଚଣ୍ଡୀ

ଭୁବନେଶ୍ୱର,୨୯ା୧୨: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିଲା ଶିଖରଚଣ୍ଡୀ ପୀଠ। ପାହାଡ଼ରୁ ଦନ୍ତା ବିଦା ହେବା ପରେ ଖୋଲିଛି ଶିଖରଚଣ୍ଡୀ ପୀଠ। ମା’ଙ୍କ ଦର୍ଶନ ସହ...

ପର କରିଦେଲେ ପୁଅ: ଅର୍ଦ୍ଧନିର୍ମିତ ଘରେ ଦୟନୀୟ ଜୀବନ କାଟୁଛନ୍ତି ବୃଦ୍ଧ ଦମ୍ପତି

ଲୋଇସିଂହା,୨୯ା୧୨(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ୍‌ ହୀରାପୁର ପଞ୍ଚାୟତ ଅଧୀନ ପନେସରା ଗ୍ରାମର ବୃଦ୍ଧ ଦମ୍ପତି ବିଜୁଳି ନାଏକ(୬୫), ସ୍ବାମୀ ସୁରଭି ନାଏକ(୭୦) ବେସାହାରା ହୋଇ...

ଟାଟା-ଏର୍ନାକୁଲମ୍‌ ଏକ୍ସପ୍ରେସ୍‌ରେ ହଠାତ୍‌ ଲାଗିଲା ନିଆଁ: ଜଳିଗଲା ୨ ବଗି

ଅମରାବତୀ,୨୯ା୧୨: ସୋମବାର ଆନ୍ଧ୍ରପ୍ରଦେଶର ୟେଲାମାଞ୍ଚିଲିରେ ଏକ ବଡ଼ ରେଳ ଦୁର୍ଘଟଣା ଘଟିଛି। ଟାଟା-ଏର୍ନାକୁଲମ ଏକ୍ସପ୍ରେସ୍‌ର B1 ଏବଂ M2 ବଗିରେ ହଠାତ୍‌ ନିଆଁ ଲାଗିଗଲା। ଅଗ୍ନିକାଣ୍ଡ...

ହନିମୁନ୍‌ ଅଧାରୁ ଫେରି ଆତ୍ମହତ୍ୟା କଲେ ନବଦମ୍ପତି: କାରଣ ଜାଣିଲେ ହୋଇଯିବେ ଆଶ୍ଚର୍ଯ୍ୟ…

ବେଙ୍ଗାଲୁରୁ,୨୯ା୧୨:ବେଙ୍ଗାଲୁରୁର ଏକ ନବଦମ୍ପତି ପରସ୍ପରଠାରୁ ୧,୦୦୦ କି.ମି. ଦୂରରେ ଆତ୍ମହତ୍ୟା କରିଛନ୍ତି। ଗତ ଅକ୍ଟୋବର ୨୯ରେ ସୂରଜ ଶିବାନ୍ନା(୩୬) ବେଙ୍ଗାଲୁରୁରେ ଗାନ୍‌ଭିଙ୍କୁ ବିବାହ କରିଥିଲେ। ଗତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri