ନାବାଳିକାଙ୍କୁ ବଳାତ୍କାର: ଦୋଷୀଙ୍କୁ ୨୦ ବର୍ଷ କାରାଦଣ୍ଡ

ଜଗତ୍‌ସିଂହପୁର, ୨୬ା୮ (ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୨୦୧୯ରେ ଅପହରଣ ସହ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ଶୁକ୍ରବାର ପ୍ରକାଶ ପାଇଛି। ଜଗତ୍‌ସିଂହପୁର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଅଜୟ କୁମାର ମହାନ୍ତି ଏହାର ବିଚାର କରି ଏରସମା ଥାନା ଧୋବେଇ ଗଁାର ମାନସ ସାମଲ ଓରଫ ହଡ଼ାଙ୍କୁ ୨୦ ବର୍ଷ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଏଥିସହ ୨୫ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି। ଏହି ରାଶି ଅନାଦାୟ ହେଲେ ଅଧିକ ୫ ମାସ ଜେଲ ଭୋଗିବାକୁ ପଡ଼ିବ ବୋଲି ରାୟରେ ଉଲ୍ଲେଖ ରହିଛି। ଏଥିସହ ପୀଡ଼ିତାଙ୍କୁ ୭ ଲକ୍ଷ ଟଙ୍କା କ୍ଷତିପୂରଣ ଦେବାକୁ ଜିଲା ଆଇନସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦେଇଛନ୍ତି। ଏ ସମ୍ପର୍କରେ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରିଥିବା ଓକିଲ ଦୋଳଗୋବିନ୍ଦ ଦାସ କହିଛନ୍ତି, ୪ା୪ା୧୯ ଅପରାହ୍ନ ସାଢେ ୪ଟା ରେ ପୀଡ଼ିତାଙ୍କୁ ମାନସ ଅପହରଣ କରି ପୁଡୁଚେରୀ ନେଇ ଯାଇଥିଲେ। ସେଠାରେ ଏକ ଭଡ଼ା ଘରେ ରଖି ବାରମ୍ବାର ବଳାତ୍କାର କରିଥିଲେ। ଝିଅକୁ ନ ପାଇ ତାଙ୍କ ବାପା ୭ା୪ା୧୯ରେ ଥାନାର ଅଭିଯୋଗ କରିଥିଲେ। ପରେ ଥାନା ପକ୍ଷରୁ ମାମଲା (ନଂ. ୮୧/୧୯) ରୁଜୁ କରାଯାଇଥିଲା। ଦୀର୍ଘଦିନ ପରେ ଅର୍ଥାତ୍‌ ୬ା୧୨ା୧୯ରେ ମାନସ କଟକ ରେଳ ଷ୍ଟେଶନରେ ଥିବାବେଳେ ପୋଲିସ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେବେଠାରୁ ମାନସ ଜେଲରେ ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?