ନାବାଳିକାଙ୍କୁ ବଳାତ୍କାର: ଅଭିଯୁକ୍ତଙ୍କୁ ୧୦ ବର୍ଷ ଜେଲ

ଜଗତ୍‌ସିଂହପୁର, ୧୯ା୩(ପ୍ରମୋଦ କୁମାର ନାୟକ):ତିର୍ତ୍ତୋଲ ଥାନା ଅଞ୍ଚଳରେ ୨୦୧୮ରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଅପହରଣ ପରେ ଅନ୍ୟ ରାଜ୍ୟରେ ରଖାଯାଇ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଥିଲା। ଏହି ମାମଲାର ରାୟ ସୋମବାର ପ୍ରକାଶ ପାଇଛି। ଏହାର ବିଚାର କରି ଜଗତ୍‌ସିଂହପୁର ସ୍ବତନ୍ତ୍ର ପୋକ୍ସୋ କୋର୍ଟ ବିଚାରପତି ଅଜୟ କୁମାର ମହାନ୍ତି ମୁଦାଲା କ୍ରୀଷ୍ଣାନନ୍ଦପୁର ଥାନା ଅନ୍ତର୍ଗତ ବିଶନପୁର ଗ୍ରାମର ସୁବୋଧ ମଲ୍ଲିକ ଓରଫ ଗଣେଶ(୨୭)ଙ୍କୁ ୧୦ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୧୫ ହଜାର ଟଙ୍କା ଜରିମାନା ଧାର୍ଯ୍ୟ କରିଛନ୍ତି। ଏହି ରାଶି ଅନାଦାୟରେ ଅଧିକ ୩ ମାସ ଜେଲ ଦଣ୍ଡ ଭୋଗିବାକୁ ପଡ଼ିବ। ଏଥିସହ ପୀଡ଼ିତାଙ୍କୁ କ୍ଷତିପୂରଣ ବାବଦରେ ୫ ଲକ୍ଷ ଟଙ୍କା ଦେବାକୁ ଜିଲା ଆଇନ ସେବା ପ୍ରାଧିକରଣକୁ ନିର୍ଦ୍ଦେଶ ଦିଆଯାଇଥିବା ରାୟରେ ଉଲ୍ଲେଖ ଅଛି।
ଏ ସମ୍ପର୍କରେ ସରକାରଙ୍କ ପକ୍ଷରୁ ମାମଲା ପରିଚାଳନା କରିଥିବା ଓକିଲ ଦୋଳଗୋବିନ୍ଦ ଦାଶ କହିଛନ୍ତି, ୧୬ା୯ା୧୮ ରାତିରେ ଏହି ଅଘଟଣ ଘଟିଥିଲା। ନାବାଳିକା ଘରେ ଶୋଇଥିଲେ। ଭୋର ପ୍ରାୟ ୪ଟା ବେଳେ ଉଠିବା ବେଳକୁ ପରିବାର ସଦସ୍ୟ ଝିଅକୁ ପାଇ ନ ଥିଲେ। ବିଚଳିତ ହେବା ସହ ସକାଳେ ଖୋଜାଖୋଜି କଲା ପରେ ଜଣାଯାଇଥିଲା ଯେ ନାବାଳିକାଙ୍କୁ ଅଭିଯୁକ୍ତ ଗଣେଶ ଅପହରଣ କରି ନେଇଛନ୍ତି। ତା’ପରଦିନ ନାବାଳିକାଙ୍କ ପରିବାର ପକ୍ଷରୁ ତିର୍ତ୍ତୋଲ ଥାନାରେ ଅଭିଯୋଗ କରାଯାଇଥିଲା। ଏହାକୁ ଭିତ୍ତି କରି ପୋଲିସ ମାମଲା (ନଂ. ୨୩୨/୧୮) ରୁଜୁ କରିଥିଲା। ୧୨ ଦିନ ପରେ ପୋଲିସ ପୀଡିତାଙ୍କ ସହ ଗଣେଶଙ୍କୁ କୋଲକାତାରୁ ଧରିଥିଲା। ପଚରାଉଚୁରା ପରେ ଜଣାପଡ଼ିଥିଲା ଯେ, ପୀଡ଼ିତାଙ୍କୁ ଗଣେଶ ପ୍ରଥମେ ବାଇକ୍‌ରେ ତାଙ୍କ ମାଉସୀ ଘର ସାଲେପୁର ଓ ପରେ ବସ୍‌ରେ କୋଲକାତା ନେଇ ଯାଇଥିଲେ। ସେଠାରେ ଭଡ଼ା ଘରେ ରଖି ବଳାତ୍କାର କରିଥିଲେ। ଏହି ମାମଲାରେ ୧୫ ଜଣ ସାକ୍ଷୀଙ୍କ ବୟାନକୁ ଭିତ୍ତିକରି ବିଚାରପତି ଉପରୋକ୍ତ ରାୟ ଶୁଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Viral Video! ସେଲଫି ନେବା ବେଳେ ମଞ୍ଚ ଉପରେ ରାହୁଲଙ୍କୁ କିସ୍ କରିଦେଲେ ଯୁବତୀ, ଆଉ ତାପରେ…

ମୁମ୍ବାଇ,୨୪।୮: ମହାରାଷ୍ଟ୍ରର ପୁଣେରେ କଂଗ୍ରେସ ଏମପି ତଥା ଲୋକ ସଭା ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀଙ୍କ ଏକ କାର୍ଯ୍ୟକ୍ରମର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି…

ସ୍କୁଲ ଛାତ୍ରୀଛାତ୍ରଙ୍କୁ ନେଉଥିଲେ, ମାଡ଼ି ବସିଲା ପରିବହନ ବିଭାଗ

ବାଙ୍କୀ, ୨୪/୮ (ଶୁଭେନ୍ଦୁ ମହାପାତ୍ର): ଅସୁରକ୍ଷିତ ବସ୍‌ରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ଯାତାୟାତ କରାଯାଉଥିବା ଅଭିଯୋଗରେ କଟକ ପରିବହନ ବିଭାଗ ବାଙ୍କୀ ଅଞ୍ଚଳରୁ ୩ଟି ଗାଡ଼ି ଜବତ କରିଛି।…

ମଙ୍ଗଳବାର ପନିପରିବା ମାର୍କେଟ ବନ୍ଦ ଡାକରା ଦେଲା ଉଠାଦୋକାନୀ ସଂଘ: ସମସ୍ୟା ସମାଧାନ ଦାବି

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ) : ଛତ୍ରପୁର ସହରର ସମସ୍ତ ପନିପରିବା ଦୋକାନ ମଙ୍ଗଳବାର ବନ୍ଦ ନିମନ୍ତେ ଡାକରା ଦିଆଯାଇଛି। ଛତ୍ରପୁର ଉଠାଦୋକାନୀ ସଂଘ ପକ୍ଷରୁ ଦୋକାନୀମାନଙ୍କ…

ନିଶାମୁକ୍ତ ଓଡ଼ିଶା ସହ ସାଇବର ସୁରକ୍ଷା: ଛାତ୍ରୀଛାତ୍ରଙ୍କୁ ପୋଲିସର…

ଛତ୍ରପୁର, ୨୪।୮ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ପ୍ରତିଭା ଆବାସିକ ବିଶ୍ୱବିଦ୍ୟାଳୟ ପରିସରରେ ସୋମବାର ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ସହ ସାଇବର ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ…

ମୁନିରଙ୍କୁ ଫୋନ କଲେ ଟ୍ରମ୍ପ: ଯୁଦ୍ଧ ସମ୍ପର୍କରେ ହେଲା ଏମିତି ଆଲୋଚନା

ଓ୍ବାଶିଂଟନ୍‌,୨୪।୮: ଆମେରିକା ଏବଂ ଇରାନ ମଧ୍ୟରେ ବଢ଼ୁଥିବା ସାମରିକ ଏବଂ ରାଜନୈତିକ ଉତ୍ତେଜନା ମଧ୍ୟରେ ପାକିସ୍ତାନର ସେନା ମୁଖ୍ୟ ଫିଲ୍ଡ ମାର୍ଶାଲ ଅସୀମ ମୁନିର ସୋମବାର ତେହେରାନ…

ଏୟାର ବ୍ୟାଗରେ ଗଞ୍ଜେଇ: ବଲାଙ୍ଗୀର ରେଲୱେ ଷ୍ଟେଶନରେ ଅପେକ୍ଷା କରିଥିବା ଯୁବକଙ୍କୁ…

ବଲାଙ୍ଗୀର, ୨୪/୭ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲୱେ ଷ୍ଟେଶନରୁ ୧୦ କେଜି ଗଞ୍ଜେଇ ରେଲୱେ ସୁରକ୍ଷା ବଳ (ଆରପିଏଫ) ଜବତ କରିଛି। ଏହି ଘଟଣାରେ ଜଣେ…

SIM ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର, ବଦଳିଲା ନିୟମ; ପାଖରେ ଏତିକି ସିମ୍‌ ଥିଲେ ମିଳିବନି…

ନୂଆଦିଲ୍ଲୀ,୨୪।୮: ମୋବାଇଲ ସିମ କାର୍ଡ ନେବା, ବଦଳାଇବା, ଟ୍ରାନ୍ସଫର କରିବା କିମ୍ବା ବନ୍ଦ କରିବାର ନିୟମ ଏବେ ଆହୁରି କଡ଼ା ହୋଇଛି। ନକଲି ସିମ କାର୍ଡ ଓ…

ଚନ୍ଦ୍ରିକାଙ୍କ ପଦଚ୍ୟୁତ ପରେ ସରପଞ୍ଚ ଦାୟିତ୍ୱ ନେଲେ ଦୀପକ: ମୌଳିକ ସମସ୍ୟା ସମାଧାନ ପାଇଁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡି, ୨୪।୮ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ସରପଞ୍ଚ ସୁଶ୍ରୀ ଚନ୍ଦ୍ରିକା ମଲ୍ଲିକଙ୍କ ଅନାସ୍ଥା ପରେ ନିଜ ପଦ ହରାଇ ବସିଥିଲେ। ତାଙ୍କ ସ୍ଥାନରେ ସୋମବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri