ନାବାଳିକାଙ୍କୁ ଭାତ-ମାଂସ ଖାଇବାର ଲୋଭ ଦେଖାଇ କରିଥିଲେ ବଳାତ୍କାର, ଏବେ ଭୋଗିବେ ଆଜୀବନ କାରାଦଣ୍ଡ

ବାରିପଦା,୮ା୧(ନୀଳାଦ୍ରି ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ ପୋକ୍ସୋ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୨୦ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ଏକ ବର୍ଷ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ଅଭିଯୁକ୍ତ ଜଣକ ହେଲେ ଉଦଳା ଥାନା ଅଧିନ ଦିଘୀ ନୂଆସାହି ଅଞ୍ଚଳର ଚୈତନ ପ୍ରସାଦ ସିଂ(୪୫)।

ସୂଚନାଯୋଗ୍ୟ, ୧ ଜାନୁଆରୀ ୨୦୧୯ ଖୁଣ୍ଟା ଥାନା ଅଧୀନରେ ଜନୈକା ନାବାଳିକାକୁ ଭାତ ମାଂସ ଖାଇବାର ଲୋଭ ଦେଖାଇ ଅଭିଯୁକ୍ତ ଚୈତନ୍ୟ ଏକ ନଦୀ କୂଳକୁ ନେଇଯାଇଥିଲେ। ସେଠାରେ ନାବାଳିକାଙ୍କୁ ଖାଇବାକୁ ଦେଇ ବଳାତ୍କାର କରିବା ପରେ ଘଟଣା ସମ୍ପର୍କରେ କାହାକୁ ନ ଜଣାଇବାକୁ ଧମକଚମକ ଦେଇଥିଲେ। ତେବେ ପୀଡ଼ିତା ଜଣକ ଘରକୁ ଫେରି ଘଟଣା ସମ୍ପର୍କରେ ଜଣାଇବା ପରେ ପରିବାର ଲୋକେ ଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (କେସ ନଂ ୧/୧୯)ରେ ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ୧୬ଜଣ ସାକ୍ଷୀଙ୍କ ବୟାନ, ଡାକ୍ତରୀ ରିପୋର୍ଟ ଓ ପୋଲିସର ତଦନ୍ତ ରିପୋର୍ଟକୁ ଭିତ୍ତିକରି ଜଜ୍‌ ଉପରୋକ୍ତ ଶୁଣାଣି କରିଛନ୍ତି। ଏଥି ସହିତ ପୀଡ଼ିତାକୁ ୨ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ଜିଲା ଆଇନ ସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ମାମଲାକୁ ସରକାରୀ ଆଇନଜୀବୀ ମନୋରଞ୍ଜନ ପଟ୍ଟନାୟକ ପରିଚାଳନା କରୁଥିଲେ। କ୍ଷତିପୂରଣ ବାବଦରେ ପୀଡ଼ିତାଙ୍କୁ ୨ଲକ୍ଷ ଟଙ୍କା ସହାୟତା ରାଶି ଜିଲା ଆଇନ ପ୍ରାଧିକରଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସଂଘବଦ୍ଧ ଆକ୍ରମଣ: ପୁଅଙ୍କୁ ବଞ୍ଚାଇବାକୁ ଯାଇ ବାପା-ମା’ ଆହତ, ଗୁରୁତର… 

ଦିଗପହଣ୍ଡି,୨୦।୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ନରସିଂହପୁର ଗ୍ରାମରେ ବ୍ୟବସାୟିକ ଶତ୍ରୁତାକୁ ନେଇ ଗୋଟିଏ ପରିବାରର ବାପ,ମା ଓ ପୁଅଙ୍କୁ...

ଆଗକୁ ପଞ୍ଚାୟତ ନିର୍ବାଚନ: ସାଙ୍ଗଠନିକ ବୈଠକରେ ବାଜିଲା ଭାଜପାର ବିଗୁଲ… 

କୋରାପୁଟ,୨୦।୧(ଅମିତାଭ ବେହେରା): ଆସନ୍ତା ପଞ୍ଚାୟତ ନିର୍ବାଚନ ନେଇ କୋରାପୁଟରେ ଭାଜପାର ସାଙ୍ଗଠନିକ  ଭିତ୍ତିଭୂମିକୁ  ଅଧିକ ସୁଦୃଢ କରିବା ଲକ୍ଷ୍ୟରେ ମଙ୍ଗଳବାର ସ୍ଥାନୀୟ ଦକ୍ଷତା ବୃଦ୍ଧି ତାଲିମ...

ଦକ୍ଷିଣାଞ୍ଚଳ ରାଜସ୍ବ ଆୟୁକ୍ତ, ଜ଼ିଲାପାଳମାନଙ୍କ ସମ୍ମିଳନୀ:ପଞ୍ଚାୟତ, ପୌର ନିର୍ବାଚନ ସଫଳତାର ସହ…

ଛତ୍ରପୁର,୨୦ା୧(ଦିଲୀପ ସାମଲ): ଆଗାମୀ ପଞ୍ଚାୟତ, ପୌର ନିର୍ବାଚନ ଏବଂ ଭୋଟର ତାଲିକା ସଂଶୋଧନକୁ ସ୍ବଚ୍ଛ, ନିରପେକ୍ଷ ଓ ସଫଳତାର ସହ ସମ୍ପାଦନ କରିବା ପାଇଁ ଛତ୍ରପୁରସ୍ଥିତ...

ପିଏମଶ୍ରୀ ଉତ୍ସବରେ ୩ ବିଧାୟକ: ଛାତ୍ରଛାତ୍ରୀଙ୍କ ପ୍ରତିଭା ଦେଖି କଲେ ପ୍ରଶଂସା

ବରଗଡ଼,୨୦।୧(ପ୍ରେମାନନ୍ଦ ଖମାରୀ) – ବରଗଡ଼ ରାଣା ପ୍ରତାପ ସ୍କୁଲ ପରିସରରେ ଚାଲିଥିବା ବରଗଡ଼ ଜିଲାସ୍ତରୀୟ ପିଏମଶ୍ରୀ ଉତ୍ସବ ମଙ୍ଗଳବାର ଉଦଯାପିତ ହୋଇଯାଇଛି । ଅତିରିକ୍ତ ଜିଲାପାଳ...

ବାଲେଶ୍ୱରରେ ସଂଖ୍ୟାଲଘୁ ଯୁବକଙ୍କ ହତ୍ୟା: ନବୀନଙ୍କ ଗଭୀର ଦୁଃଖ ପ୍ରକାଶ

ଭୁବନେଶ୍ୱର,୨୦।୧: ବାଲେଶ୍ୱର ଜିଲାରେ ଗୋ-ଚାଲାଣ ଅଭିଯୋଗରେ ଜଣେ ସଂଖ୍ୟାଲଘୁ ସମ୍ପ୍ରଦାୟର ଯୁବକଙ୍କୁ ହତ୍ୟା ଘଟଣାରେ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ...

୨୦୦୦ ଟଙ୍କାର ଛୋଟିଆ SIP କରିବ କୋଟିପତି, ଜାଣନ୍ତୁ କିଭଳି ନିବେଶ… 

ନୂଆଦିଲ୍ଲୀ, ୨୦।୧: କ’ଣ ୨୦୦୦ର ଛୋଟ SIPରୁ ଆପଣ କୋଟିପତି ହୋଇପାରିବେ? ଉତ୍ତର ହେଉଛି ହଁ! କେବଳ ଧୌର୍ଯ୍ୟ ଏବଂ ସମୟର ଆବଶ୍ୟକତା ରହିଛି। ଏସ୍‌ଆଇପି,...

୨୭ ବର୍ଷ ପରେ ନକ୍ଷତ୍ର ପରିବର୍ତ୍ତନ କଲେ ଶନି, ଏହି ୩ ରାଶିର ବଦଳିବ ଭାଗ୍ୟ…

ଜାନୁଆରୀ ୨୦ ତାରିଖ ଅର୍ଥାତ୍ ଆଜିର ଦିନରୁ ଶନିଦେବ ଉତ୍ତରା ଭାଦ୍ରପଦ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି । ଜ୍ୟୋତିଷ ଶାସ୍ତ୍ରର ଗଣନା ଅନୁଯାୟୀ ପାଖାପାଖି...

ନିରଞ୍ଜନଙ୍କୁ ଗୁରୁଦାୟିତ୍ୱ: ରାଜ୍ୟ ସରପଞ୍ଚ ମହାସଂଘର ଉପଦେଷ୍ଟା ହେଲେ …

ଦିଗପହଣ୍ଡି,୨୦|୧(ଅଶେଷନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକର ପୂର୍ବତନ ସମିତି ସଭ୍ୟ ତଥା ରେଡ୍ଡୀ ସମାଜ ଦିଗପହଣ୍ଡି ଜୋନର ସଭାପତି ଏମ୍ . ନିରଞ୍ଜନ ରେଡ୍ଡୀଙ୍କୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri