ନାବାଳିକାଙ୍କୁ ଭାତ-ମାଂସ ଖାଇବାର ଲୋଭ ଦେଖାଇ କରିଥିଲେ ବଳାତ୍କାର, ଏବେ ଭୋଗିବେ ଆଜୀବନ କାରାଦଣ୍ଡ

ବାରିପଦା,୮ା୧(ନୀଳାଦ୍ରି ଦଣ୍ଡପାଟ): ମୟୂରଭଞ୍ଜ ଅତିରିକ୍ତ ଜିଲା ଓ ଦୌରା ଜଜ୍‌ ତଥା ସ୍ବତନ୍ତ୍ର ଫାଷ୍ଟ ଟ୍ରାକ୍‌ ପୋକ୍ସୋ କୋର୍ଟରେ ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସନ୍ତୋଷ କୁମାର ନାୟକ ଏହାର ବିଚାର କରି ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିବା ସହିତ ୨୦ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦେୟ ଅଧିକ ଏକ ବର୍ଷ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି। ଅଭିଯୁକ୍ତ ଜଣକ ହେଲେ ଉଦଳା ଥାନା ଅଧିନ ଦିଘୀ ନୂଆସାହି ଅଞ୍ଚଳର ଚୈତନ ପ୍ରସାଦ ସିଂ(୪୫)।

ସୂଚନାଯୋଗ୍ୟ, ୧ ଜାନୁଆରୀ ୨୦୧୯ ଖୁଣ୍ଟା ଥାନା ଅଧୀନରେ ଜନୈକା ନାବାଳିକାକୁ ଭାତ ମାଂସ ଖାଇବାର ଲୋଭ ଦେଖାଇ ଅଭିଯୁକ୍ତ ଚୈତନ୍ୟ ଏକ ନଦୀ କୂଳକୁ ନେଇଯାଇଥିଲେ। ସେଠାରେ ନାବାଳିକାଙ୍କୁ ଖାଇବାକୁ ଦେଇ ବଳାତ୍କାର କରିବା ପରେ ଘଟଣା ସମ୍ପର୍କରେ କାହାକୁ ନ ଜଣାଇବାକୁ ଧମକଚମକ ଦେଇଥିଲେ। ତେବେ ପୀଡ଼ିତା ଜଣକ ଘରକୁ ଫେରି ଘଟଣା ସମ୍ପର୍କରେ ଜଣାଇବା ପରେ ପରିବାର ଲୋକେ ଖୁଣ୍ଟା ଥାନାରେ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ପୋଲିସ ଏକ ମାମଲା (କେସ ନଂ ୧/୧୯)ରେ ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା। ୧୬ଜଣ ସାକ୍ଷୀଙ୍କ ବୟାନ, ଡାକ୍ତରୀ ରିପୋର୍ଟ ଓ ପୋଲିସର ତଦନ୍ତ ରିପୋର୍ଟକୁ ଭିତ୍ତିକରି ଜଜ୍‌ ଉପରୋକ୍ତ ଶୁଣାଣି କରିଛନ୍ତି। ଏଥି ସହିତ ପୀଡ଼ିତାକୁ ୨ଲକ୍ଷ ଟଙ୍କା ସହାୟତା ରାଶି ପ୍ରଦାନ ପାଇଁ ଜିଲା ଆଇନ ସେବା ପ୍ରାଧିକରଣଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉକ୍ତ ମାମଲାକୁ ସରକାରୀ ଆଇନଜୀବୀ ମନୋରଞ୍ଜନ ପଟ୍ଟନାୟକ ପରିଚାଳନା କରୁଥିଲେ। କ୍ଷତିପୂରଣ ବାବଦରେ ପୀଡ଼ିତାଙ୍କୁ ୨ଲକ୍ଷ ଟଙ୍କା ସହାୟତା ରାଶି ଜିଲା ଆଇନ ପ୍ରାଧିକରଣ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri