ନାବାଳିକାଙ୍କୁ ୪ ଦିନ ଧରି ବଳାତ୍କାର

ପାରାଦୀପ ୪।୯(ସ୍ବ.ପ୍ର.): ପାରାଦୀପରେ ଜଣେ ଆଶାକର୍ମୀଙ୍କୁ ଗଣବଳାତ୍କାର କରାଯିବାର ସପ୍ତାହେ ନ ବିତୁଣୁ ବନ୍ଦର ସହରରେ ପୁଣି ଏକ ଅନୁରୂପ ଲଜ୍ଜାଜନକ ଘଟଣା ସାମ୍ନାକୁ ଆସିଛି। ଲକ୍‌ ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗୋଟିଏ ଘରେ ଅଟକ ରଖି ୪ ଦିନ ଧରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୋଲିସ ଶନିବାର ରାତି ପ୍ରାୟ ୧୧ଟାରେ ପୀଡ଼ିତାଙ୍କୁ ଉଦ୍ଧାର କରଛି। ତେବେ ରିପୋର୍ଟ ଲେଖାହେବା ସୁଦ୍ଧା ମାମଲା ରୁଜୁ ହୋଇ ନ ଥିଲା।
ନାବାଳିକାଙ୍କ ଘର ପାରାଦୀପ ଆଦର୍ଶ ଥାନା ଅଞ୍ଚଳରେ। ସେ ଦଶମ ଶ୍ରେଣୀର ଛାତ୍ରୀ। ଯେଉଁ ଗାଡ଼ିରେ ସେ ସ୍କୁଲ ଯିବାଆସିବା କରନ୍ତି, ସେହି ଗାଡ଼ିର ଚାଳକ ୪ ଦିନ ତଳେ ତାଙ୍କୁ ବଳପୂର୍ବକ ଉଠାଇ ନେଇ ଲକ୍‌ ଥାନା ଅଞ୍ଚଳର ଏକ ଘରେ ରଖି ବଳାତ୍କାର କରୁଥିଲେ। ନାବାଳିକାଙ୍କୁ ପରିବାର ଲୋକେ ଖୋଜାଖୋଜି କରୁଥିଲେ ହେଁ ସମ୍ପୃକ୍ତ ଗାଡ଼ି ଚାଳକ କିଛି ଜାଣି ନ ଥିବା ଅଭିନୟ କରି ଏଡ଼ାଇ ଯାଉଥିଲେ। ଶନିବାର ରାତି ୮ ଟାରେ ବିଶେଷ ସୂତ୍ରରୁ ଖବର ପାଇ ପରିବାର ଲୋକେ ପୁଣିଥରେ ଗାଡ଼ି ଚାଳକଙ୍କୁ ପଚରାଉଚରା କରିବାରୁ ସେ ନାବାଳିକାଙ୍କୁ ଅଟକ ରଖିଥିବା ଜଣାପଡ଼ିଥିଲା। ପୋଲିସ ଓ ପରିବାର ଲୋକେ ଗାଡ଼ି ଚାଳକଙ୍କୁ ଧରି ଘଟଣାସ୍ଥଳରୁ ନାବାଳିକାଙ୍କୁ ଉଦ୍ଧାର କରିଥିବା ଲକ୍‌ ଥାନାଧିକାରୀ ସବ୍ୟସାଚୀ ରାଉତ କହିଛନ୍ତି। ପ୍ରକାଶ ଯେ, ପାରାଦୀପ ଆଦର୍ଶ ଥାନା ଅଞ୍ଚଳରେ ଗତ ୨୬ ତାରିଖରେ ଜଣେ ଆଶାକର୍ମୀଙ୍କୁ ୪ ଯୁବକ କାର୍‌ରେ ଉଠେଇ ନେଇ ନେହେରୁ ବଙ୍ଗଳା ପଥରବନ୍ଧ ପାଖରେ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଥିଲା। ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

‘ଫାଶୀ ଦିଅ କିମ୍ବା ଜେଲ ପଠାଅ, ମୁଁ…’, କଂଗ୍ରେସ ନେତାଙ୍କ ବୟାନକୁ ନେଇ ରାଜନୀତି ହଲଚଲ

ନୂଆଦିଲ୍ଲୀ, ୧୮।୮: ବନ୍ଦେ ମାତରମ’ର ସମ୍ପୂର୍ଣ୍ଣ ଛନ୍ଦ ଗାନକୁ ନେଇ ଜାରି ରହିଥିବା ରାଜନୈତିକ ହଙ୍ଗାମା ମଧ୍ୟରେ କର୍ନାଟକ କଂଗ୍ରେସ ସଭାପତି ବି.କେ. ହରିପ୍ରସାଦ ବଡ଼ ବୟାନ…

ମୁଖ୍ୟମନ୍ତ୍ରୀଙ୍କ ବନ୍ୟା ସହାୟତା ଘୋଷଣା: ବାସନକୁସନ-ପୋଷାକ ବାବଦକୁ ମିଳିବ…

ଭୁବନେଶ୍ୱର,୧୮।୮: ବନ୍ୟା କ୍ଷୟକ୍ଷତି ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା। ହଜାରେ କୋଟିର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। କ୍ଷୁଦ୍ର ଚାଷୀଙ୍କୁ ହେକ୍ଟର ପିଛା…

ଗଞ୍ଜେଇ ଚାଲାଣ ପାଇଁ ଯୋଜନା ଚାଲିଥିବା ବେଳେ ମାଡିବସିଲା ଅଡବା ପୋଲିସ, ୭ କ୍ୱିଣ୍ଟାଲ ଜବତ

ମୋହନା,୧୮।୮(ମନ୍ମଥ ମିଶ୍ର): ଜଙ୍ଗଲରୁ ବାହାରିଲା ୭ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ମୋହନା ବ୍ଲକ ଅନ୍ତରବା ପଞ୍ଚାୟତ ଆଟାପଡ଼ା…

ସୁପ୍ରିମକୋର୍ଟର ମଞ୍ଜୁରୀ ପରେ ‘ମହାପ୍ରଭୁ ଜଗନ୍ନାଥ’ର ରିଲିଜ୍‌ ତାରିଖ ଫାଇନାଲ, ଜାଣନ୍ତୁ କେବେ ଆସିବ ଫିଲ୍ମ

ନୂଆଦିଲ୍ଲୀ, ୧୮।୮: ଆନିମେଟେଡ ଫିଲ୍ମ ‘ମହାପ୍ରଭୁ ଜଗନ୍ନାଥ’ ଜୁଲାଇ ୧୭ ତାରିଖରେ ସିନେମା ହଲ୍‌ରେ ରିଲିଜ ହେବାର ଥିଲା। କିନ୍ତୁ ଆଇନଗତ ବିବାଦରେ ଫସିବା ପରେ ଏହାର…

କଂଗ୍ରେସର ‘ବନ୍ଦେ ମାତରମ’ ଭିଡିଓକୁ ନେଇ ବର୍ଷିଲେ କଙ୍ଗନା, ପାକିସ୍ତାନ ସହ ତୁଳନା କରି କହିଲେ…

ନୂଆଦିଲ୍ଲୀ, ୧୮।୮: ହିମାଚଳ ପ୍ରଦେଶର ମଣ୍ଡିରୁ ଭାରତୀୟ ଜନତା ପାର୍ଟି (BJP) ସାଂସଦ କଙ୍ଗନା ରଣାୱତ କଂଗ୍ରେସ ନେତୃତ୍ୱ ଉପରେ ବଡ଼ ବୟାନ ଦେଇଛନ୍ତି। ଅଗଷ୍ଟ ୧୫…

ବାପାକୁ ଆକ୍ରମଣ କଲେ ପୁଅ, ଗିରଫ କରିବାକୁ ଯାଇ ପୋଲିସ ହଟହଟା

ଗୋପ,୧୮।୮( ଭାରତୀ ଭୂଷଣ ଉପାଧ୍ୟାୟ): ମଙ୍ଗଳବାର ଭୋର ସମୟରେ ଗୋପ ଥାନା ଅନ୍ତର୍ଗତ ଗଣେଶ୍ବରପୁର ଗ୍ରାମରେ ଛୁରାମାଡ଼ ହୋଇଛି । ରାମଚନ୍ଦ୍ର ରଥଙ୍କ ଏକମାତ୍ର ପୁତ୍ର ବିକି…

ଭାରତ-ଶ୍ରୀଲଙ୍କା ପ୍ରଥମ ଟେଷ୍ଟରୁ ଆସିଲା ଭୟଙ୍କର ଖବର; ଅଭିଜ୍ଞ ଖେଳାଳି ହସ୍ପିଟାଲରେ ଭର୍ତ୍ତି

ନୂଆଦିଲ୍ଲୀ,୧୮।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚର ଚତୁର୍ଥ ଦିନରେ ଏକ ଦୁଃଖଦ ଦୃଶ୍ୟ ଦେଖାଦେଇଛି। ଶ୍ରୀଲଙ୍କା କ୍ରିକେଟର ଦିନେଶ ଚାନ୍ଦିମଲ ଫିଲ୍ଡିଂ କରୁଥିବା…

ଜେପି ନଡ୍ଡାଙ୍କର ହେଲା ଆଞ୍ଜିୟପ୍ଲାଷ୍ଟି; ଜାଣନ୍ତୁ ଏବେ କେମିତି ଅଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ

ନୂଆଦିଲ୍ଲୀ,୧୮।୮: ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଅଗଷ୍ଟ ୧୭ ରେ ଆଞ୍ଜିଆପ୍ଲାଷ୍ଟି ହୋଇଥିଲା। ଏମ୍ସ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏକ ଅପଡେଟ ପ୍ରଦାନ କରିଛି, ଯେଉଁଥିରେ କୁହାଯାଇଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri