ଥଣ୍ଡା ପାନୀୟରେ ନିଶା ଦେଇ ନାବାଳିକାଙ୍କୁ ବଳାତ୍କାର

ଗୋପାଳପୁର,୩୧।୮(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଅଞ୍ଚଳରେ ଆଇନ ଶୃଙ୍ଖଳା ବିପର୍ଯ୍ୟସ୍ତ ହୋଇପଡିଛି l କେତେବେଳେ ହତ୍ୟା ତ, ଆଉ କେତେବେଳେ ବଳାତ୍କାର ଭଳି ଘଟଣା ସାମ୍‌ନାକୁ ଆସୁଛି। ଫୁଣି ଜିଲାରୁ ଏକ ଲଜ୍ୟାକର ଘଟଣା ପଦାକୁ ଆସିଛି। ନାବାଳିକା ବଳାତ୍କାର ମାମଲାରେ ଶନିବାର ଗୋଳନ୍ଥରା ଥାନା ପୋଲିସ ବଳାତ୍କାରୀ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି l ଗିରଫ ଅଭିଯୁକ୍ତ ଜଣକ ହେଲେ ଓ ବାଙ୍କେୟା (୨୫)।

ମିଳିଥିବା ସୂଚନା ମୁତାବକ, ଗତ କିଛି ଦିନ ତଳେ ପୀଡିତାଙ୍କ ଜେଜେ ବାପାଙ୍କ ଦେହ ଅସୁସ୍ଥ ହୋଇପଡ଼ିଥିଲା। ଏନେଇ ନାବାଳିକାଙ୍କ ମା’ ବାପା ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲ ନେଇଥିଲେ। ହେଲେ ଘରେ ଏକାକୀ ନାବାଳିକା ଝିଅ ରହିଥିଲେ। ପ୍ରାୟ ସା ପ୍ରାୟ ୭ଟା ସମୟରେ ଗ୍ରାମର ଓ. ବାଙ୍କେୟା ନାବାଳିକାଙ୍କୁ ଥଣ୍ଡା ପାନୀୟ ପିଇବାକୁ ଦେଇଥିଲେ। ପରେ ନାବାଳିକା ଚେତା ଶୂନ୍ୟ ହୋଇପଡ଼ିଥିଲେ l ଏହାର ସୁଯୋଗ ନେଇ ଅଭିଯୁକ୍ତ ବାଙ୍କେୟା ନାବାଳିକାଙ୍କୁ ଟେକି ନେଇ ତାଙ୍କ ବଡ଼ ଭାଇଙ୍କ ଘରେ ବଳାତ୍କାର କରିଥିଲେ।

ଚେତା ଫେରିବା ପରେ ଅଭିଯୁକ୍ତ ନାବାଳିକାଙ୍କୁ ଘଟଣା ସମ୍ପର୍କ କାହାରିକୁ ନ କହିବା ପାଇଁ ଧମକ ଚମକ ଦେଇଥିଲେ। ପରେ ସେ ଫେରାର ହୋଇଯାଇଥିଲେ l ପରବର୍ତ୍ତୀ ସମୟରେ ନାବାଳିକା ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ପୀଡିତାଙ୍କ ବାପା ଶୁକ୍ରବାର ଗୋଳନ୍ଥରା ଥାନାରେ ଅଭିଯୋଗ କରିଥିଲେ l

ଅଭିଯୋଗକୁ ଭିତ୍ତି କରି ପୋଲିସ ଏକ ବଳାତ୍କାର ମାମଲା(ନଂ.୩୫୦/୨୪) ରୁଜୁ କରି ତଦନ୍ତ ଆରମ୍ଭ କରିଥିଲା l ତଦନ୍ତ ପର ଅଭିଯୁକ୍ତ ଆନ୍ଦ୍ରପ୍ରଦେଶ ରାଜ୍ୟର ଇଚ୍ଛାପୁର ଅଞ୍ଚଳରେ ଲୁଚି ରହିଥିବା ଜଣାପଡ଼ିଥିଲା। ପୋଲିସର ଏକ ଟିମ୍‌ ଆନ୍ଦ୍ରପ୍ରଦେଶରେ ଚଢାଉ କରି ଅଭିଯୁକ୍ତ ବାଙ୍କେୟାଙ୍କୁ ଗିରଫ କରି ଥାନାକୁ ଆଣି ପଚରାଉଚରା କରିଥିଲା। ପୋଲିସ ଶନିବାର ନାବାଳିକା ଏବଂ ଅଭିଯୁକ୍ତଙ୍କ ଡାକ୍ତରୀମାଇନ କରାଇଛି।

ଅନ୍ୟପକ୍ଷେ ପୋଲିସ ବାଙ୍କେୟାଙ୍କୁ ଶନିବାର ସନ୍ଧ୍ୟାରେ କୋର୍ଟ ଚାଲାଣ କରିଥିଲା। ବିଏନ୍‌ଏସ୍‌ଏସ୍‌ ୧୮୩ ଧାର ଅନୁସାରେ ବିଚାରପତିଙ୍କ ସମ୍ମୁଖୀନରେ ନାବାଳିକାଙ୍କ ବୟାନ ରେକର୍ଡ କରାଯାଇଥିବା ପୋଲିସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri