ନାବାଳିକାଙ୍କୁ ଗଣବଳାତ୍କାର :ଦୁଇ ଯୁବକଙ୍କୁ ଆଜୀବନ କାରାଦଣ୍ଡ, ପୀଡ଼ିତାଙ୍କୁ ୧୫ଲକ୍ଷ ସହାୟତା ନିର୍ଦ୍ଦେଶ

ବ୍ରହ୍ମପୁର,୧୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ନାବାଳିକା ଗଣବଳାତ୍କାର ମାମଲାର ୨ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେମାନେ ହେଲେ ଗୋଳନ୍ଥରା ଥାନା ଅଞ୍ଚଳର ଋତୁରାଜ ବେହେରା (୩୩) ଓ ହେମନ୍ତ ବେହେରା (୩୧)। କାରାଦଣ୍ଡ ଭୋଗିବା ସହ ଉଭୟେ ୩୫ ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ଜଜ୍‌ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୧ ବର୍ଷ ଲେଖାଏ ସଶ୍ରମ ଜେଲଦଣ୍ଡ ଭୋଗିବେ ବୋଲି ରାୟରେ ଉଲ୍ଲେଖ କରିଛନ୍ତି। ଅନ୍ୟପଟେ ପୀଡ଼ିତାଙ୍କୁ ୧୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୨୧ ଜାନୁଆରୀ ୨୮ ତାରିଖ ସକାଳେ ମା’ ଓ ବାପା ହସ୍ପିଟାଲକୁ ଯାଇଥିବା ବେଳେ ୯ ବର୍ଷୀୟା ନାବାଳିକା ଜଣଙ୍କ ସାହିରେ ନିଜ ଭାଇଙ୍କ ସହ ଖେଳୁଥିଲେ। ଏହାର ସୁଯୋଗ ନେଇ ଗ୍ରାମର ଋତୁରାଜ ଓ ହେମନ୍ତ ନାବାଳିକାଙ୍କୁ ଚକୋଲେଟ ଦେବାକୁ କହି ଏକ ଘର ଭିତରକୁ ଡାକି ନେଇ ଗଣବଳତ୍କାର କରିଥିଲେ। ଭଉଣୀର କାନ୍ଦ ଶୁଣି ବାହାରେ ଛିଡା ହୋଇଥିବା ଭାଇ ଚିତ୍କାର କରିଥିଲେ। ଗାଁ ଲୋକ ସେଠାରେ ରୁଣ୍ଡ ହେବା ଦେଖି ଯୁବକଦ୍ୱୟ ନାବାଳିକାଙ୍କ ଗଳା କାଟିବା ସହ ତାଙ୍କ ମୁଣ୍ଡ ଉପରେ ପଥର ଛେଚି ଖସି ପଳାଇବାକୁ ଉଦ୍ୟମ କରୁଥିଲେ। ହେଲେ ସ୍ଥାନୀୟ ଲୋକ ସେମାନଙ୍କୁ କାବୁ କରି ନେଇ ପୋଲିସକୁ ହସ୍ତାନ୍ତର କରିଥିଲେ। ଅଚେତ ଅବସ୍ଥାରେ ଥିବା ନାବାଳିକାଙ୍କୁ ଗ୍ରାମର ଜଣେ ବ୍ୟକ୍ତି ଅଟୋରେ ଏମ୍‌କେସିଜି ମେଡିକାଲକୁ ପଠାଇଥିଲେ। ପୀଡ଼ିତାଙ୍କ ପରିବାର ଲୋକ ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୨୭/୨୧ରେ ଏକ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତ ଋତୁରାଜ ଓ ହେମନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅନ୍ୟପଟେ ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ସେ ଏବେ ଦୃଷ୍ଟିଶକ୍ତି ଓ ଶ୍ରବଣଶକ୍ତି ହରାଇଛନ୍ତି। ମାମଲାର ବିଚାର ବେଳେ ୨୫ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସାକ୍ଷୀମାନଙ୍କ ବୟାନ ଓ ପୋଲିସ ପକ୍ଷରୁ ଦାଖଲ ହୋଇଥିବା ଚାର୍ଜଶିଟକୁ ଭିତ୍ତିକରି ଜଜ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ଭାଙ୍ଗିବା ପରେ ସ୍ମୃତିଙ୍କ ନୂଆ ଇନଷ୍ଟାଗ୍ରାମ ପୋଷ୍ଟ ସୃଷ୍ଟି କଲା ହଇଚଇ, ଲେଖିଲେ ଏମିତି…

ନୂଆଦିଲ୍ଲୀ,୯।୧୨: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନା ବର୍ତ୍ତମାନ ତାଙ୍କ ବ୍ୟକ୍ତିଗତ ଜୀବନ ପାଇଁ ଖବରରେ ଅଛନ୍ତି। ରବିବାର, ସେ ଏକ...

ବିମାନରେ ଗୀତା ପଢିଲେ ରୁଷିଆ ରାଷ୍ଟ୍ରପତି, ବନ୍ଧୁଙ୍କୁ ପ୍ରଧାନମନ୍ତ୍ରୀ ମୋଦି ଦେଇଥିଲେ ବିଶେଷ ଉପହାର

ମସ୍କେ/ନୂଆଦିଲ୍ଲୀ,୯।୧୨: ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ସମ୍ପ୍ରତି ତାଙ୍କର ଦୁଇ ଦିନିଆ ଭାରତ ଗସ୍ତ ଶେଷ କରିଛନ୍ତି। ତାଙ୍କ ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ...

ଆଦର୍ଶ ବିଦ୍ୟାଳୟରେ ପାଠପଢ଼ା ସହ ଖାଦ୍ୟ ସମସ୍ୟା, ତେଜିଲେ ଅଭିଭାବକ

ଅତାବିରା,୯ା୧୨(ଯୁଧିଷ୍ଠିର ମହାପାତ୍ର):ଅତାବିରା ଏନ୍‌ଏସି ଅନ୍ତର୍ଗତ ଭୋଇପୁରା ଆଦର୍ଶ ବିଦ୍ୟାଳୟରେ ପିଲାଙ୍କ ପାଠପଢ଼ାରେ ବ୍ୟାଘାତ ହେବା ସହିତ ରନ୍ଧା ଖାଦ୍ୟ ସମସ୍ୟା ଦେଖାଦେଇଛି। ସୋମବାର କେତେକ ପିଲାମାନେ...

ଆଇପିଏଲ ନାଁରେ ଏନଏଚଆରସିରେ ଅଭିଯୋଗ: ଦୂଷିତ ପାଣି ଗନ୍ଧରେ ଫାଟି ପଡୁଛି ଅଞ୍ଚଳ

ଭବାନୀପାଟଣା,୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ତଳଜାରିଙ୍ଗରେ ଅବସ୍ଥାପିତ ଥିବା ଆଇପିଏଲ (ଇଣ୍ଡିଆନ ପଟାସ ଲିମିଟେଡ) କମ୍ପାନୀ ଇଥାନଲ ଉତ୍ପାଦନ କରୁଥିବା ସମୟରେ...

କଟକ ଟି-୨୦ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ଲାଗିଲା ଜୋରଦାର ଝଟ୍‌କା: ଅଭିଯୋଗ ପରେ…

ଦୁବାଇ,୯ା୧୨ (ପି.ଟି.):ରାୟପୁରଠାରେ ଅନୁଷ୍ଠିତ ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ମ୍ୟାଚରେ ସ୍ଲୋ ଓଭର-ରେଟ୍‌ ପାଇଁ ଭାରତକୁ ସୋମବାର ସେମାନଙ୍କ ମ୍ୟାଚ୍‌ ଫି’ର...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର ପ୍ରଦାନ କଲେ…

କୋରାପୁଟ,୯।୧୨(ଅମିତାଭ ବେହେରା ): କୋରାପୁଟ ଜିଲା ନାମ ସଂକୀର୍ତ୍ତନ ଭାଗବତ ସତସଙ୍ଗ ତରଫରୁ ୭ ଦଫା ଦାବି ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri