ନାବାଳିକାଙ୍କୁ ଗଣବଳାତ୍କାର :ଦୁଇ ଯୁବକଙ୍କୁ ଆଜୀବନ କାରାଦଣ୍ଡ, ପୀଡ଼ିତାଙ୍କୁ ୧୫ଲକ୍ଷ ସହାୟତା ନିର୍ଦ୍ଦେଶ

ବ୍ରହ୍ମପୁର,୧୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ନାବାଳିକା ଗଣବଳାତ୍କାର ମାମଲାର ୨ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେମାନେ ହେଲେ ଗୋଳନ୍ଥରା ଥାନା ଅଞ୍ଚଳର ଋତୁରାଜ ବେହେରା (୩୩) ଓ ହେମନ୍ତ ବେହେରା (୩୧)। କାରାଦଣ୍ଡ ଭୋଗିବା ସହ ଉଭୟେ ୩୫ ହଜାର ଟଙ୍କା ଲେଖାଏ ଜରିମାନା ଦେବାକୁ ଜଜ୍‌ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୧ ବର୍ଷ ଲେଖାଏ ସଶ୍ରମ ଜେଲଦଣ୍ଡ ଭୋଗିବେ ବୋଲି ରାୟରେ ଉଲ୍ଲେଖ କରିଛନ୍ତି। ଅନ୍ୟପଟେ ପୀଡ଼ିତାଙ୍କୁ ୧୫ ଲକ୍ଷ ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରିବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
ମାମଲାର ବିବରଣୀରୁ ପ୍ରକାଶ ଯେ, ୨୦୨୧ ଜାନୁଆରୀ ୨୮ ତାରିଖ ସକାଳେ ମା’ ଓ ବାପା ହସ୍ପିଟାଲକୁ ଯାଇଥିବା ବେଳେ ୯ ବର୍ଷୀୟା ନାବାଳିକା ଜଣଙ୍କ ସାହିରେ ନିଜ ଭାଇଙ୍କ ସହ ଖେଳୁଥିଲେ। ଏହାର ସୁଯୋଗ ନେଇ ଗ୍ରାମର ଋତୁରାଜ ଓ ହେମନ୍ତ ନାବାଳିକାଙ୍କୁ ଚକୋଲେଟ ଦେବାକୁ କହି ଏକ ଘର ଭିତରକୁ ଡାକି ନେଇ ଗଣବଳତ୍କାର କରିଥିଲେ। ଭଉଣୀର କାନ୍ଦ ଶୁଣି ବାହାରେ ଛିଡା ହୋଇଥିବା ଭାଇ ଚିତ୍କାର କରିଥିଲେ। ଗାଁ ଲୋକ ସେଠାରେ ରୁଣ୍ଡ ହେବା ଦେଖି ଯୁବକଦ୍ୱୟ ନାବାଳିକାଙ୍କ ଗଳା କାଟିବା ସହ ତାଙ୍କ ମୁଣ୍ଡ ଉପରେ ପଥର ଛେଚି ଖସି ପଳାଇବାକୁ ଉଦ୍ୟମ କରୁଥିଲେ। ହେଲେ ସ୍ଥାନୀୟ ଲୋକ ସେମାନଙ୍କୁ କାବୁ କରି ନେଇ ପୋଲିସକୁ ହସ୍ତାନ୍ତର କରିଥିଲେ। ଅଚେତ ଅବସ୍ଥାରେ ଥିବା ନାବାଳିକାଙ୍କୁ ଗ୍ରାମର ଜଣେ ବ୍ୟକ୍ତି ଅଟୋରେ ଏମ୍‌କେସିଜି ମେଡିକାଲକୁ ପଠାଇଥିଲେ। ପୀଡ଼ିତାଙ୍କ ପରିବାର ଲୋକ ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ନଂ.୨୭/୨୧ରେ ଏକ ମାମଲା ରୁଜୁ କରି ଦୁଇ ଅଭିଯୁକ୍ତ ଋତୁରାଜ ଓ ହେମନ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ଅନ୍ୟପଟେ ପୀଡ଼ିତାଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ ମେଡିକାଲ ସ୍ଥାନାନ୍ତର କରାଯାଇଥିଲା । ସେ ଏବେ ଦୃଷ୍ଟିଶକ୍ତି ଓ ଶ୍ରବଣଶକ୍ତି ହରାଇଛନ୍ତି। ମାମଲାର ବିଚାର ବେଳେ ୨୫ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ସାକ୍ଷୀମାନଙ୍କ ବୟାନ ଓ ପୋଲିସ ପକ୍ଷରୁ ଦାଖଲ ହୋଇଥିବା ଚାର୍ଜଶିଟକୁ ଭିତ୍ତିକରି ଜଜ୍‌ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ପିପି ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହାନଦୀରୁ ମୃତଦେହ ଉଦ୍ଧାର ଘଟଣା: ମିଳିଲା ଜଣଙ୍କର ପରିଚୟ, ଅନ୍ୟଜଣଙ୍କ ଅନ୍ତିମ ସଂସ୍କାର କଲା ପୋଲିସ

ଅମରପାଲି,୨୭।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଉପଖଣ୍ଡ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଉଦ୍ଧାର ହୋଇଥିବା ୨ ଅଜଣା ମୃତଦେହ ମଧ୍ୟରୁ ଜଣଙ୍କର ପରିଚୟ…

ଗୁଣିଗାରେଡ଼ି ସନ୍ଦେହରେ ମୋହନାରେ ବିଭତ୍ସ ହତ୍ୟାକାଣ୍ଡ: ପାହାଡ଼ ଉପରେ କୁଡ଼ିଆରେ ହାଣି ପୋଡ଼ିଦେଲେ!

ମୋହନା,୨୭।୯( ମନ୍ମଥ ମିଶ୍ର ): ଗୁଣିଗାରେଡ଼ି ସନ୍ଦେହରେ ଗାଁଠାରୁ ଅଢ଼େଇ କିଲୋମିଟର ଦୂର ପାହାଡ଼ ଉପରେ କୁଡ଼ିଆ ଘରେ ରହୁଥିବା ଜଣେ ବ୍ୟକ୍ତିଙ୍କୁ ଧାରୁଆ ଅସ୍ତ୍ରରେ ହତ୍ୟା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ପିକ୍‌ଅପ୍‌ ଧକ୍କାରେ ଶିଶୁ ମୃତ୍ୟୁ ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ପୁରୁଷୋତ୍ତମପୁର,୨୭।୯(ସବିତା ମିଶ୍ର): ଏକ ପିକ୍‌ଅପ୍‌ ଭ୍ୟାନ୍‌ ଧକ୍କାରେ ୪ ବର୍ଷର ଶିଶୁର ମୃତ୍ୟୁ ଘଟିଥିଲା। ଏନେଇ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ସହରରେ ରବିବାର ସନ୍ଧ୍ୟାରେ ଉତ୍ତେଜନା ପରିସ୍ଥିତି…

ଚାଷୀଙ୍କୁ ଆଶ୍ବସ୍ତି, ବିଧାୟକଙ୍କ ହସ୍ତକ୍ଷେପ ପରେ ପୋଡ଼ାପଦର ଚାଷଜମିରୁ ଜଳ ନିଷ୍କାସନ ଆରମ୍ଭ

ଛତ୍ରପୁର,୨୭।୯(ଦିଲ୍ଲୀପ ସାମଲ /ଦ୍ଵାରିକା ପଟନାୟକ): ଲଗାଣ ବର୍ଷା ଯୋଗୁଁ ଛତ୍ରପୁର ପୌର ପରିଷଦ ଅନ୍ତର୍ଗତ ପୋଡ଼ାପଦର ଅଞ୍ଚଳର ବ୍ୟାପକ ଚାଷଜମି ଜଳମଗ୍ନ ହୋଇପଡ଼ିଥିଲା। ଚାଷଜମିରେ ଦୀର୍ଘ ସମୟ…

ବନ୍ଧକ ସୁନା ମାଗିବାରୁ ମରଣାନ୍ତକ ଆକ୍ରମଣ, ୩ ମାସ ପରେ ତାମିଲନାଡୁରୁ ଅଭିଯୁକ୍ତ ଗିରଫ

କେନ୍ଦୁଝର/ହାଟଡିହୀ/ଛେନାପଦୀ,୨୭।୯(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ନନ୍ଦିପଦା ଥାନା ନୂଆରମ୍ପାସ ଗ୍ରାମରେ ଗତ ଜୁନ ୨୩ ମଙ୍ଗଳବାର ବନ୍ଧକ ସୁନା ଫେରସ୍ତ ମାଗି ମରଣାନ୍ତକ…

କ୍ୟାଣ୍ଡଲ ଜାଳି ଶିକ୍ଷକ ସୁନୀଲଙ୍କୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ,୨୭।୯(ଅନାଥ ତରାଇ): ଗଞ୍ଜାମ ସହରର ଜଣାଶୁଣା ଶିକ୍ଷକ ସ୍ବର୍ଗତ ସୁନୀଲ ସାମଲଙ୍କ ଦ୍ୱାଦଶ ଅବସରରେ ରବିବାର କ୍ୟାଣ୍ଡଲ ଯାତ୍ରା ସହ ଏକ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ଜୟଶ୍ରୀ…

ସଚିନଙ୍କ ବଡ଼ ରେକର୍ଡ ଭାଙ୍ଗିଲେ ବିରାଟ କୋହଲି, ଦିନିକିଆ କ୍ରିକେଟରେ କଲେ….

ତିରୁଭାନନ୍ତପୁରମ,୨୭।୯: ବିରାଟ କୋହଲି ଦିନିକିଆ କ୍ରିକେଟ୍‌ରେ ଆଉ ଏକ ବଡ଼ କୀର୍ତ୍ତିମାନ ସ୍ଥାପନ କରିଛନ୍ତି। ବିରାଟ କୋହଲି ଦିନିକିଆ ଆନ୍ତର୍ଜାତୀୟ କ୍ରିକେଟରେ ୧୫,୦୦୦ ରନ୍ ପୂରଣ କରିଛନ୍ତି।ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?