ନାବାଳିକା ଗଣବଳାତ୍କାର: ମହିଳାଙ୍କ ସମେତ ୬ ଗିରଫ

ସମ୍ବଲପୁର,୨ା୮(ବ୍ୟୁରୋ): ସମ୍ବଲପୁର ଜିଲା ବୁର୍ଲା ଥାନା ଗୋଡ଼ଭଗା ଅଞ୍ଚଳର ଏକ ଢାବା ନିକଟରେ ଜଣେ ନାବାଳିକାଙ୍କୁ ଗଣବଳାତ୍କାର କରାଯାଇଛି। ଅଭିଯୋଗକୁ ଭିତ୍ତି କରି ପୋଲିସ ଘଟଣାର ତଦନ୍ତ ପରେ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ମଧ୍ୟରେ ୪ ଜଣ ଯୁବକ, ଜଣେ ଢାବା ମାଲିକ ଓ ଜଣେ ମହିଳା ଅଛନ୍ତି। ପୋଲିସ ଘଟଣାରେ ବ୍ୟବହୃତ କାର୍‌କୁ ଜବତ କରିଛି।
ମିଳିଥିବା ସୂଚନା ମୁତାବକ, ଗତ ୩୦ ତାରିଖ ରାତିରେ ନାବାଳିକାଙ୍କୁ (ପୂର୍ବରୁ ପରିଚିତ ଥିବା) ବୁର୍ଲା ଅଞ୍ଚଳର ଜଣେ ମହିଳା ଖାଇବାକୁ ଯିବା କହି ଗୋଡଭଗା ନିକଟ ଢାବାକୁ ନେଇଥିଲେ। ସେମାନେ ଖାଇସାରି ବାହାରିବା ସମୟରେ ୪ଜଣ ଯୁବକ କାର୍‌ରେ ପହଞ୍ଚତ୍ଥିଲେ। ପରେ ସେମାନେ ନାବାଳିକାଙ୍କୁ ଏକ ନିଛାଟିଆ ସ୍ଥାନକୁ ନେଇ ଗଣବଳାତ୍କାର କରିଥିଲେ। ଘଟଣା ପରେ ସମ୍ପୃକ୍ତ ଯୁବକ ଓ ମହିଳା ସେଠାରୁ ଫେରାର ହୋଇଯାଇଥିଲେ। ଖବର ପାଇ ବୁର୍ଲା ପୋଲିସ ପହଞ୍ଚତ୍ ନାବାଳିକାଙ୍କୁ ଉଦ୍ଧାର କରି ଘରେ ଛାଡ଼ିଥିଲା। ୩୧ ତାରିଖରେ ନାବାଳିକା ଜଣକ ପରିବାର ଲୋକଙ୍କୁ ଘଟଣା ସମ୍ପର୍କରେ କହିଥିଲେ। ପରିବାର ଲୋକେ ଏ ନେଇ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ବିଭିନ୍ନ ସ୍ଥାନରେ ଚଢାଉ କରି ୬ ଜଣଙ୍କୁ ଗିରଫ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍ପାଦର ଗୁଣବତ୍ତା ସହ ବୁଝାମଣା କରନ୍ତୁ ନାହିଁ: ଇଂ. ସମ୍ୱିତ ରଞ୍ଜନ ସାହୁ

ପ୍ର- ଅର୍ଗାନିକ୍‌ ମା’ ପ୍ରତିଷ୍ଠା ଚିନ୍ତାଧାରା କିପରି ମନକୁ ଆସିଥିଲା ଏବଂ ବର୍ତ୍ତମାନ ପର୍ଯ୍ୟନ୍ତ ଯାତ୍ରା କିପରି ରହିଛି? ଉ- ବ୍ୟକ୍ତି ଜୀବନର କିଛି ଘଟଣାକୁ ନେଇ…

ଗାଁ ଗାଁରେ ଚୋରାମଦ, ତାତିଲେ ଲୋକେ: ହାତ ବାନ୍ଧି ବସିଛନ୍ତି ଅବକାରୀ, ପୋଲିସ

ବରଗଡ଼,୯।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ନିଶା କାରବାର ବଢ଼ିଚାଲିଛି। ଗାଁଠୁ ସହର ସବୁଆଡ଼େ ଚୋରାମଦ ସହିତ ଗଞ୍ଜେଇ, କଫ ସିରପ୍‌ ଅବାଧରେ ବିକ୍ରି ହେଉଛି। ସେହିପରି କେତେକ ସ୍ଥାନରେ…

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri