ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା: କ୍ରାଇମ୍‌ବ୍ରାଞ୍ଚ ନେଲା ତଦନ୍ତ ଭାର

କଟକ/ପୁରୀ ଅଫିସ/ସୁନ୍ଦରଗଡ଼(ଡି.ଏନ୍‌.ଏ.),୧ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ଗର୍ଭପାତ ଘଟଣାର ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ପ୍ରଦାନ କରାଯାଇଛି। ମଙ୍ଗଳବାର ଏନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇଛନ୍ତି। ନାବାଳିକା ବଳାତ୍କାର ମାମଲାର ତଦନ୍ତ ପାଇଁ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚକୁ ନିର୍ଦ୍ଦେଶ ଦିଆଯାଇଛି। କ୍ରାଇମ୍‌ବ୍ରାଞ୍ଚର ଏକ ୪ଜଣିଆ ଟିମ୍‌ ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ତଦନ୍ତ ପାଇଁ ଯାଇଥିବା ଡିଜିପି କହିଛନ୍ତି। ଏନେଇ କ୍ରାଇମ୍‌ବ୍ରାଞ୍ଚ ଏଡିଜି ସୌମେନ୍ଦ୍ର ପ୍ରିୟଦର୍ଶୀଙ୍କ କହିବାନୁଯାୟୀ, ଘଟଣାକୁ ନେଇ ରାଏବଗା ଥାନାରେ ଏକ ମାମଲା ରୁଜୁ କରାଯାଇଛି। ଘଟଣାରେ ପୋଲିସ ଅଧିକାରୀଙ୍କ ସମ୍ପୃକ୍ତି ଥିବା ଯୋଗୁ ମାମଲାକୁ ଅତ୍ୟନ୍ତ ସମ୍ବେଦନଶୀଳ ଭାବେ ଗ୍ରହଣ କରାଯାଇ ତଦନ୍ତ ଭାର କ୍ରାଇମ୍‌ବ୍ରାଞ୍ଚକୁ ପ୍ରଦାନ କରାଯାଇଛି। ଜଣେ ମହିଳା ଡିଏସ୍‌ପିଙ୍କ ନେତୃତ୍ୱରେ ଏକ ୪ ଜଣିଆ ଟିମ୍‌ ତଦନ୍ତ ପାଇଁ ବୀରମିତ୍ରପୁର ଗସ୍ତ କରିଛନ୍ତି। ପରବର୍ତ୍ତୀ ପର୍ଯ୍ୟାୟରେ କ୍ରାଇମ୍‌ବ୍ରାଞ୍ଚର ଏସ୍‌ପି-୧ ମଧ୍ୟ ସୁନ୍ଦରଗଡ଼ରେ ପହଞ୍ଚତ୍ ତଦନ୍ତ ପ୍ରକ୍ରିୟା ସମୀକ୍ଷା କରିବେ। ତଦନ୍ତରେ କ୍ରାଇମ୍‌ବ୍ରାଞ୍ଚକୁ ନିଶ୍ଚିତ ସଫଳତା ମିଳିବ ବୋଲି ଏଡିଜି ପ୍ରକାଶ କରିଛନ୍ତି। ମିଳିଥିବା ଖବର ଅନୁଯାୟୀ କ୍ରାଇମ୍‌ବ୍ରାଞ୍ଚର ୪ଜଣିଆ ଟିମ୍‌ ମଙ୍ଗଳବାର ଅପରାହ୍ନରେ ବୀରମିତ୍ରପୁର ଥାନାରେ ପହଞ୍ଚତ୍ ମାମଲାର ତଦନ୍ତ ଦାୟିତ୍ୱରେ ଥିବା ଡିଏସ୍‌ପି ଜ୍ୟୋତ୍ସ୍ନାମୟୀ ପ୍ରଧାନଙ୍କ ସହ ଆଲୋଚନା କରିଛନ୍ତି। ବୁଧବାରଠାରୁ ଏହି ଟିମ୍‌ ଆନୁଷ୍ଠାନିକ ଭାବେ ତଦନ୍ତ ଆରମ୍ଭ କରିବ। ଉଲ୍ଲେଖଯୋଗ୍ୟ ଯେ, ବୀରମିତ୍ରପୁର ଥାନାର ଆଇଆଇସି ଆନନ୍ଦ ଚନ୍ଦ୍ର ମାଝି ଥାନାରେ ଜଣେ ନାବାଳିକାଙ୍କୁ ରଖି ବାରମ୍ବାର ବଳାକତ୍ାର କରିଥିବା ନେଇ ଅଭିଯୋଗ ହୋଇଥିଲା। ଆଇଆଇସିଙ୍କ ସମେତ ଅନ୍ୟ ୫ଜଣଙ୍କ ନାମରେ ରାଏବଗା ଥାନାରେ ଏକ ମାମଲା ରୁଜୁ ହୋଇଛି। ଏହି ଘଟଣାରେ ଆଇଆଇସି ମାଝିଙ୍କୁ ଡିଜିପି ନିଲମ୍ବନ କରିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ନବପଞ୍ଚମ ଯୋଗରେ ମାଲାମାଲ ହେବେ ସିଂହ ସମେତ ଏସବୁ ରାଶି: ଖୋଲିବ ଆୟର ଦ୍ୱାର, ଶନିବାରଠୁ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୫ ସେପ୍ଟେମ୍ବର ସକାଳେ ଶୁକ୍ର ଓ ଚନ୍ଦ୍ରଙ୍କ ମଧ୍ୟରେ ଏକ ଶୁଭ ନବପଞ୍ଚମ ଯୋଗ ଗଠନ ହେବ। ଚନ୍ଦ୍ରମା ୫ ସେପ୍ଟେମ୍ବର…

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିରରେ ଜନ୍ମାଷ୍ଟମୀ, ଶ୍ରୀକୃଷ୍ଣ ମେଳା

ଛତ୍ରପୁର, ୪।୯ (ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଛତ୍ରପୁର ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ଓ ଶ୍ରୀକୃଷ୍ଣ ମେଳା ବର୍ଣ୍ଣାଢ଼୍ୟ ପରିବେଶରେ ପାଳିତ…

ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ ଏମିତି କହିଲେ ମିଥୁନ ଚକ୍ରବର୍ତ୍ତୀ, ସଭିଏଁ ଆଶ୍ଚର୍ଯ୍ୟ

କୋଲକାତା,୪।୯: ବରିଷ୍ଠ ଅଭିନେତା, ପଦ୍ମଭୂଷଣ ପୁରସ୍କାରପ୍ରାପ୍ତ ଏବଂ ପୂର୍ବତନ ଭାଜପା ରାଜ୍ୟ ସଭା ସାଂସଦ ମିଥୁନ ଚକ୍ରବର୍ତ୍ତୀ ଶୁକ୍ରବାର ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ…

ପୁଣି ପେନଶନ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌, ପେନଶନଧାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍ଲୀ,୪।୯: ୮ମ ବେତନ ଆୟୋଗ (8th Pay Commission) ଗଠନ ହେବାର ୧୦ ମାସ ପୂରଣ ହୋଇସାରିଛି। ଜଷ୍ଟିସ ରଞ୍ଜନା ପ୍ରକାଶ ଦେଶାଇଙ୍କ ଅଧ୍ୟକ୍ଷତାରେ ଗଠିତ ଏହି…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଜନ୍ତରମନ୍ତର ପରି ପୁଣି ହେବାକୁ ଯାଉଛି ବଡ଼ ଆନ୍ଦୋଳନ? ସାଂଘାତିକ ଭବିଷ୍ୟବାଣୀ କଲେ…

ନୂଆଦିଲ୍‌ଲୀ,୪।୯: ସେପ୍ଟେମ୍ୱର ୨୦୨୬ରେ ସରକାରଙ୍କୁ ପୁଣି ଥରେ ରାଜରାସ୍ତାରୁ ଉଠୁଥିବା ଏକ ବଡ଼ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିପାରେ। ଭାରତର କୁଣ୍ଡଳୀ ଅନୁଯାୟୀ, ୧୮ରୁ ୨୪ ସେପ୍ଟେମ୍ୱର…

BCCIର ବଡ଼ ଆକ୍ସନ୍‌: ଏକାଥରକେ ୬୪ ଖେଳାଳିଙ୍କୁ ବ୍ୟାନ୍‌, ତାଲିକାରେ…

ନୂଆଦିଲ୍ଲୀ,୪।୯: ବୟସ ସମ୍ପର୍କିତ ଜାଲିଆତି ମାମଲାରେ ବଡ଼ ପଦକ୍ଷେପ ନେଇଛି ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI)। ବୟସରେ ହେରଫେର କରିଥିବା ଅଭିଯୋଗରେ ଏକାଥରକେ ୬୪ ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri