ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବଳାତ୍କାର: ଜେଲ୍‌ ଗଲେ ସିପାହୀ

ବ୍ରହ୍ମପୁର ଅଫିସ,୨୪ା୩: ଏକ ଆବାସିକ ସ୍କୁଲର ଜନୈକା ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ବଳାତ୍କାର ଅଭିଯୋଗରେ ବ୍ରହ୍ମପୁର ସଦର ଥାନା ପୋଲିସ ଜଣେ ସିପାହୀଙ୍କୁ ଗୁରୁବାର ଗିରଫ କରିଛି। ଅଭିଯୁକ୍ତ ଜଣକ ହେଲେ ମୋହନା ଥାନା ଅନ୍ତର୍ଗତ କାଳିଆପୁଟା ଗ୍ରାମର ଭୂବନା ନନ୍ଦ ନାୟକ। ଭୂବନାନନ୍ଦ ତୃତୀୟ ବାଟାଲିୟନ (ଏସ୍‌ଏସ୍‌ବିଏନ)ର ସିପାହୀ। ସେ ବର୍ତ୍ତମାନ ରାୟଗଡ଼ା ଜିଲା ବିଷମକଟକ ଥାନାରେ କାର୍ଯ୍ୟରତ ଅଛନ୍ତି। ଗୁରୁବାର ଉଭୟ ପୀଡ଼ିତା ଓ ସିପାହୀଙ୍କ ଡାକ୍ତରୀ ମାଇନା କରାଯାଇଥିବା ପୋଲିସ କହିଛି। ମାମଲା ନମ୍ବର ୧୮୨/୨୩ ରେ ଗୁରୁବାର ସିପାହୀଙ୍କୁ କୋର୍ଟ ଚାଲାଣ କରିଛି।
ପ୍ରକାଶ ଯେ, ଗଜପତି ଜିଲା ଚାନ୍ଦିପୁଟ ଗ୍ରାମର ୩୭ବର୍ଷୟୀ ଜୈନିକା ବିବାହିତା ମହିଳା ଏକ ସ୍କୁଲରେ ପ୍ରଧାନ ଶିକ୍ଷୟିତ୍ରୀ ଥିଲେ। ତାଙ୍କର ଜଣେ ପୁଅ ଓ ଝିଅ ଅଛନ୍ତି। କୌଣସି କାରଣକୁ କେନ୍ଦ୍ର କରି ମହିଳା ଜଣଙ୍କ ତାଙ୍କ ସ୍ବାମୀଙ୍କଠାରୁ ଅଲଗା ହୋଇ ବ୍ରହ୍ମପୁର ସଦର ଥାନା ଅଞ୍ଚଳରେ ରହୁଥିଲେ। ସାଥିରେ ତାଙ୍କର ଦୁଇ ସନ୍ତାନଙ୍କୁ ରଖିଥିଲେ। ୨୦୧୦ରେ ସିପାହୀ ଭୂବନାନନ୍ଦ ସମ୍ପୃକ୍ତ ମହିଳାଙ୍କୁ ବିବାହ ପ୍ରତିଶ୍ରୁତି ଦେଇ ତାଙ୍କ ସହ ଶାରୀରିକ ସମ୍ପର୍କ ରଖିଥିଲେ। ସେହିପରି ସିପାହୀ ତାଙ୍କର ୩ ଥର ଗର୍ଭପାତ କରାଇଛନ୍ତି। ଏପରିକି ସିପାହୀ ଜଣଙ୍କ ମହିଳାଙ୍କ ସହ ଲଗାତର ଭାବେ ଶାରୀରିକ ସମ୍ପର୍କ ରଖି ଆସୁଥିଲେ। ସେ ମହିଳାଙ୍କଠାରୁ ବିଭିନ୍ନ ଆଳରେ ପ୍ରାୟ ୧୨ ଲକ୍ଷ ଟଙ୍କା ହଡପ କରି ନେଇଯାଇଥିଲେ। ମହିଳାଙ୍କ ସହ ସମ୍ପର୍କ ରଖି ସିପାହୀ ଜଣଙ୍କ ତାଙ୍କ ଅଜାଣତରେ ଅନ୍ୟ ଜଣେ ଯୁବତୀଙ୍କୁ ବିବାହ କରିଥିବା ଜଣାପଡିଥିଲା। ମହିଳା ଜଣଙ୍କ ଏହାର ପ୍ରତିବାଦ କରି ବ୍ରହ୍ମପୁର ସଦର ଥାନାରେ ଅଭିଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ସମାଲୋଚକଙ୍କୁ ଗଡ଼କରୀଙ୍କ ଖୋଲା ଚ୍ୟାଲେଞ୍ଜ: E-୨୦ ପେଟ୍ରୋଲ୍‌ରେ ଗୋଟିଏ ହେଲେ ଗାଡ଼ି ଖରାପ ହେବାର ପ୍ରମାଣ ଦିଅ… 

ନୂଆଦିଲ୍ଲୀ,୭।୭: ୨୦ ପ୍ରତିଶତ ଏଥାନଲ ମିଶ୍ରିତ ପେଟ୍ରୋଲ (ଇ-୨୦) ବ୍ୟବହାର ଦ୍ୱାରା ଗାଡ଼ିର ମାଇଲେଜ କମିବା ଏବଂ ଇଞ୍ଜିନରେ ସମସ୍ୟା ଦେଖାଦେବା ଭଳି କେତେକ ଅଭିଯୋଗ ଉପରେ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

ବିନା ଫିଟନେସ୍‌, ବୀମା , ପରମିଟ୍‌ରେ ଗାଡ଼ି ଚଳାଇଲେ ହେବ ଜବତ; STAର କଡ଼ା ନିର୍ଦ୍ଦେଶ

ଭୁବନେଶ୍ୱର, ୭।୭: ରାଜ୍ୟରେ ସଡ଼କ ଦୁର୍ଘଟଣା ହ୍ରାସ କରିବା ଏବଂ ସଡ଼କ ସୁରକ୍ଷାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ (STA) କଠୋର ଆଭିମୁଖ୍ୟ ଗ୍ରହଣ…

କୋଚ ପଦ ହରାଇବେ ଗୌତମ ଗମ୍ଭୀର! ଦାୟିତ୍ୱ ନେବେ ଜଣେ ଅଭିଜ୍ଞ ଖେଳାଳି!

ନୂଆଦିଲ୍ଲୀ,୭।୭: ଜିମ୍ବାୱେ ବିପକ୍ଷରେ ଟି-୨୦ ସିରିଜ ପାଇଁ ଦଳ ଘୋଷଣା କରିବା ପରେ, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ମଧ୍ୟ ପ୍ରଶିକ୍ଷକ କର୍ମଚାରୀଙ୍କ ସମ୍ପର୍କରେ ଏକ…

ଗାଧୋଇବା ହେଲା କାଳ, ବୁଢାବଳଙ୍ଗରେ ଭାସିଗଲେ ଯୁବକ

ବାରିପଦା,୭।୭: ମୟୂରଭଞ୍ଜ ଜିଲା ବୁଢାବଳଙ୍ଗ ନଦୀରେ ମଙ୍ଗଳବାର ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ବୁଢାବଳଙ୍ଗ ନାର୍ଖା ବ୍ରିଜ ତଳେ ଗାଧୋଇବା ବେଳେ ଭାସି ଯାଇ ଜଣେ…

ଭୟଙ୍କର ଭୂସ୍ଖଳନ, ୩ ମୃତ ୭ ନିଖୋଜ, ସାମ୍ନାକୁ ଆସିଲା ଛାତିଥରା VIDEO

ଥିରୁଭାନନ୍ତପୁରମ,୭।୭: ପ୍ରିୟଙ୍କା ଗାନ୍ଧୀଙ୍କ ସଂସଦୀୟ କ୍ଷେତ୍ର କେରଳର ୱାୟାନାଡ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେଉଛି। ମେପାଡି ନିକଟସ୍ଥ କଲ୍ଲାଡିରେ ହଠାତ ଭୂସ୍ଖଳନ ହେବାରୁ ଏଥିରେ ୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri