ଟ୍ରେନି ମହିଳା ଡାକ୍ତରଙ୍କୁ ବଳାତ୍କାର ପରେ ହତ୍ୟା, ମମତା ବାନାର୍ଜୀ କହିଲେ ଫାଶୀକୁ ପଛେ ମାଫ୍‌ କରାଯିବ ମାତ୍ର…

କୋଲକାତା,୧୦ା୮: କୋଲକାତାର ସରକାରୀ ଆରଜି କର ମେଡିକାଲ କଲେଜ ଡାକ୍ତରଖାନାରୁ ଜଣେ ମହିଳା ପ୍ରଶିକ୍ଷକ ଡାକ୍ତରଙ୍କ ମୃତଦେହ ମିଳିଥିଲା। ତେବେ ତାଙ୍କ ଶରୀରରେ ଥିବା କ୍ଷତିଚିହ୍ନ ଦେଖିଲେ ତାଙ୍କୁ ହତ୍ୟା ପୂର୍ବରୁ ବଳାତ୍କାର କରାଯାଇଥିବା ସ୍ପଷ୍ଟ ହୋଇଛି। ଏନେଇ ପୋଲିସ ଏକ ବଳାତ୍କାର ଓ ହତ୍ୟା ମାମଲା ରୁଜୁ କରିଛି।

ଉକ୍ତ ଘଟଣାକୁ ନେଇ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଏହାକୁ ଏକ ଦୁର୍ଭାଗ୍ୟଜନକ ଏବଂ ଘୃଣ୍ୟ ବୋଲି କହିଛନ୍ତି। ତାଙ୍କ ସହଯୋଗୀ(ଡାକ୍ତର)ଙ୍କ ଉପରେ କ୍ରୋଧ ପ୍ରକାଶ କରିଛନ୍ତି। ମମତା ଏକ ସ୍ଥାନୀୟ ଟିଭି ଚ୍ୟାନେଲକୁ କହଛନ୍ତି, ‘ମୁଁ ପୀଡ଼ିତାଙ୍କ ପରିବାର ସହ କଥା ହୋଇ ସେମାନଙ୍କୁ ଉପଯୁକ୍ତ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରତିଶ୍ରୁତି ଦେଇଛି। ମୁଁ ମାମଲାକୁ ଫାଷ୍ଟ-ଟ୍ରାକ୍‌ କୋର୍ଟକୁ ନେବାକୁ ନିର୍ଦ୍ଦେଶ ଦେଇଛି। ଯଦି ଆବଶ୍ୟକ ହୁଏ ତେବେ ଅଭିଯୁକ୍ତଙ୍କୁ ଫାଶୀ ଦିଆଯିବ। ଯଦିଓ ମୁଁ ନୁହେଁ ମୃତ୍ୟୁଦଣ୍ଡର ସପକ୍ଷରେ ନୁହେଁ ତଥାପି ଏପରି ଘୃଣ୍ୟ କାର୍ଯ୍ୟ ପାଇଁ ମୃତ୍ୟୁଦଣ୍ଡ ଆବଶ୍ୟକ ମନେ କରେ।

ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ତଥା ଭାରତୀୟ ଜନତା ପାର୍ଟି (ଭାଜପା) ନେତା ଶୁଭେନ୍ଦୁ ଅଧିକାରୀ ତାଲିମପ୍ରାପ୍ତ ଡାକ୍ତରଙ୍କ ମୃତ୍ୟୁ ଘଟଣାର କେନ୍ଦ୍ରୀୟ ଅନୁସନ୍ଧାନ ବ୍ୟୁରୋ(ସିବିଆଇ) ତଦନ୍ତ ଦାବି କରିଛନ୍ତି। ସିବିଆଇ ତଦନ୍ତ ଦାବିରେ ମମତା ବାନାର୍ଜୀ କହିଛନ୍ତି ଯେ, ସିବିଆଇ ତଦନ୍ତରେ ତାଙ୍କର କୌଣସି ଆପତ୍ତି ନାହିଁ।

ସୂଚନାଯୋଗ୍ୟ, ୩୧ ବର୍ଷୀୟା ମହିଳା ଟ୍ରେନି ଡାକ୍ତରଙ୍କର ପ୍ରାଇଭେଟ୍‌ ପାର୍ଟ, ମୁହଁ, ଓଠ, ବେକ, ପେଟ, ଆଙ୍ଗୁଠି ଏବଂ ଗୋଡ଼ରେ ଆଘାତ ଲାଗିଛି। ଦ୍ୱିତୀୟ ବର୍ଷର ସ୍ନାତକୋତ୍ତର ଡାକ୍ତରୀ ଛାତ୍ରୀ ଗୁରୁବାର ବିଳମ୍ବିତ ରାତିରେ ଭୋଜନ କରି ପରେ ସେ ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲର ତୃତୀୟ ମହଲାରେ ଥିବା ସେମିନାର ହଲରେ ପଢ଼ିବାକୁ ଯାଇଥିଲେ। ପରଦିନ ସକାଳେ ସେ ଚେତାଶୂନ୍ୟ ହୋଇପଡ଼ିଥିଲେ।

ଫେଡେରେଶନ ଅଫ୍‌ ରେସିଡେଣ୍ଟ ଡାକ୍ତର ଆସୋସିଏଶନ (ଫୋର୍ଡା) ଆରଜି କର ମେଡିକାଲ କଲେଜରେ ଘଟିଥିବା ଘଟଣା ସମ୍ପର୍କରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡାଙ୍କୁ ଏକ ଚିଠି ଲେଖିଛନ୍ତି। ସେମାନେ କହିଛନ୍ତି ଯେ, ଯଦି ୨୪ ଘଣ୍ଟା ମଧ୍ୟରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯାଏ, ତେବେ ସେବା ବନ୍ଦ କରିବା ସହିତ ଆନ୍ଦୋଳନକୁ ଆହୁରି ତୀବ୍ର କରାଯିବ ବୋଲି ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆଣବିକ ଯୁଦ୍ଧ ସଙ୍କେତ: ସାରା ବିଶ୍ୱରେ ଖେଳିଗଲା ଆତଙ୍କ

ତେହରାନ୍‌/ଓ୍ବାଶିଂଟନ୍‌,୧ା୪(ରଏଟର୍ସ/ଏଜେନ୍ସି):ଇରାନ୍‌ ଆଣବିକ ଅସ୍ତ୍ର ତିଆରି କରୁଥିବା ନେଇ ଆମେରିକା ଓ ଇସ୍ରାଏଲ୍‌ ବାରମ୍ବାର ଅଭିଯୋଗ କରିଆସୁଛନ୍ତି। ତେହରାନ୍‌ ଏହାକୁ ଖଣ୍ଡନ କରୁଥିବାବେଳେ ଜାତିସଂଘର ଆଣବିକ ଜଗୁଆଳି ସଂସ୍ଥା…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri