ବଳାତ୍କାର ପରେ ମହିଳାଙ୍କୁ ଫିଙ୍ଗି ଦେଲେ

ଲୋଇସିଂହା,୧୩।୧୨(ଡି.ଏନ.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅଞ୍ଚଳରେ ଜଣେ ମାନସିକ ବିକାରଗ୍ରସ୍ତ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ସୁବାସ ଭୁଏ(୩୦)ଙ୍କୁ ଗିରଫ କରିଛି ପୋଲିସ। ସୋମବାର ଅଭିଯୁକ୍ତ ଏବଂ ପୀଡିତାଙ୍କ ଡାକ୍ତରୀ ମାଇନା ଲୋଇସିଂହା ଡାକ୍ତରଖାନାରେ କରାଯାଇଛି। ପରେ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ଏ ନେଇ ଦଫା ୩୭୬(ଡି)ରେ ଏକ ମାମଲା(୩୭୫/୨୧)ରୁଜୁ ହୋଇଛି। ଏହି ଘଟଣାରେ ଏକାଧିକ ବ୍ୟକ୍ତି ସାମିଲ ଥିବା ଆଇଆଇସି ରମାକାନ୍ତ ଜେନା କହିଛନ୍ତି। ଅପରପକ୍ଷେ ପୀଡିତାଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ ବଲାଙ୍ଗୀର ଭୀମ ଭୋଇ ମେଡିକାଲ କଲେଜ ଆଣ୍ଡ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି  । ଡାକ୍ତରଙ୍କ କହିବା ମୁତାବକ ଅତ୍ୟଧିକ ରକ୍ତସ୍ରାବ ଯୋଗୁ ଗୁୁରୁତର ହୋଇପଡିଥିବା ଏତଲାକାରୀ ପୀଡିତାଙ୍କ ପୁତୁରା କହିଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ଅନ୍ୟତମ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପୋଲିସ ପଚରାଉଚରା କରୁଛି ।

ପୋଲିସ ସୂଚନା ମୁତାବକ , ଲୋଇସିଂହା ଥାନା ଅନ୍ତର୍ଗତ ସୁଜିଆ ଗାଁରେ ଥିବା ଏକ ଜମିରେ ଜଣେ ମହିଳା ମୂମୁର୍ଷୁ ଅବସ୍ଥାରେ ପଡିଥିବା କେତେକ ଲୋକେ ଦେଖିଥିଲେ। ଗ୍ରାମବାସୀଙ୍କଠାରୁ ଖବର ପାଇଁ ସ୍ଥାନୀୟ ମାହେଶ୍ୱରୀ ସଂଗଠନ ସଭାପତି ଦେବାଶିଷ ବିଶୋଇ ଏବଂ ପତିଜ୍ଞା ସମାଜସେବା ସଂଗଠନ ସଭାନେତ୍ରୀ ବନୀ ପଧାନ ଓ ସଦସ୍ୟମାନେ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ ଉଦ୍ଧାର କରି ଲୋଇସିଂହା ଡାକ୍ତରଖାନା ଆଣିଥିଲେ। ଚିକିତ୍ସାଧୀନ ଅବସ୍ଥାରେ ମହିଳା ଜଣକ ଗାଁର ଜଣେ ଯୁବକ ତାଙ୍କୁ ବଳାତ୍କାର କରିଥିବା ନେଇ କହିଥିଲେ। ପରେ ସ୍ବେଚ୍ଛାସେବୀମାନେ ବଲାଙ୍ଗୀରରେ ରହୁଥିବା ପୀଡିତାଙ୍କ ସମ୍ପକୀୟଙ୍କୁ ଜଣାଇଥିଲେ। ପରିବାର ଲୋକେ ଲୋଇସିଂହା ଥାନାରେ ଏନେଇ ଅଭିଯୋଗ କରିଛନ୍ତି। ପୋଲିସ ଟିମ୍‌ ଡାକ୍ତରଖାନାରେ ପହଞ୍ଚି ପୀଡିତାଙ୍କୁ ପଚରାଉଚରା କରିଛି। ଏହି ସମୟରେ ପୀଡିତା ଅଭିଯୁକ୍ତଙ୍କ ନାମ କହିଥିଲେ। ଅବିବାହିତ ଥିବା ସମ୍ପୃକ୍ତ ୫୫ବର୍ଷୀୟା ମହିଳା ଗାଁରେ ଏକୁଟିଆ ରହୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପାତଲମ୍ବା ଗାଁରେ ହାତୀ ତାଣ୍ଡବ: ଆତଙ୍କରେ ଗ୍ରାମବାସୀ

କଲ୍ୟାଣସିଂହପୁର,୧୩।୭(ଦୀପକ କୁମାର ପରିଡା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ପାର୍ସାଲି ପଞ୍ଚାୟତ ଅନ୍ତର୍ଗତ ପାତଲମ୍ବା ଗାଁରେ ସୋମବାର ଏକ ଦନ୍ତା ହାତୀ ପଶି ଆତଙ୍କ ସୃଷ୍ଟି କରିଛି।…

ଆମେରିକା-ଇରାନ ସଂଘର୍ଷ: ବଢ଼ିଲା ତେଲ ଦର

ବ୍ୟାଙ୍କକ୍‌,୧୩ା୭: ଇରାନ ଉପରେ ଆମେରିକାର ଏୟାରଷ୍ଟ୍ରାଇକ୍‌ ଏବଂ ଏହାର ଜବାବରେ ତେହରାନ ଉପସାଗରୀୟ ରାଷ୍ଟ୍ରଗୁଡ଼ିକ ଉପରେ ଆକ୍ରମଣ ଚଳାଇଥିବାରୁ ଏହାର ପ୍ରଭାବରେ ଅନ୍ତର୍ଜାତୀୟ ବଜାରରେ ପୁଣିଥରେ ତୈଳ…

ହାଟଡିହୀ ବ୍ଲକରେ ପଶିଲା ଭିଜିଲାନ୍ସ: ମିଶନ ଶକ୍ତିରେ ଦୁର୍ନୀତି ଅଭିଯୋଗ

ହାଟଡିହୀ,୧୩l୭((ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକରେ ପୁଣି ପଶିଛି ଭିଜିଲାନ୍ସ। ଗତ କିଛିଦିନ ତଳେ ଭିଜିଲାନ୍ସ ଷ୍ଟ୍ରିଟ ଲାଇଟ ଦୁର୍ନୀତି ନେଇ ହାଟଡିହୀ ବ୍ଲକରେ ଖୋଳତାଡ଼ କରିଥିବା…

ରାତି ପାଇଲେ ପରୀକ୍ଷା ଦେଇଥାନ୍ତେ ଶିବାନୀ: ମା’ ବିଲକୁ ଯାଇଥିବାବେଳେ ଘରେ…

ଭଞ୍ଜନଗର,୧୩।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ଟୋକାଗଣ୍ଡା ଗ୍ରାମର ଖଦାଳି ସ୍ବାଇଁଙ୍କ ଝିଅ ତଥା ମେଧାବୀ ଛାତ୍ରୀ ଶିବାନୀ ସାଇଁ (୧୭) ସୋମବାର ସନ୍ଧ୍ୟାରେ…

ଘାରିଲା କୋଭିଡ ଭୟ: ଏହି ଜିଲାରେ ହାଇଆଲର୍ଟ ଜାରି

ଭୁବନେଶ୍ୱର, ୧୩।୭: ଆନ୍ଧ୍ରରେ କୋଭିଡ ସଂକ୍ରମଣ ବଢ଼ିବା ପରେ ଗଞ୍ଜାମରେ ହାଇ ଆଲର୍ଟ। ସରକାରୀ ହସ୍ପିଟାଲ ଓ CHCକୁ ସତର୍କ ରହିବାକୁ CDMO ଓ PHO ନିର୍ଦ୍ଦେଶ…

ସ୍କୁଲ ପାଠ୍ୟପୁସ୍ତକ ଅନିୟମିତତା ମାମଲା: କ୍ରାଇମବ୍ରାଞ୍ଚ ହାତକୁ ଗଲା ତଦନ୍ତ ଭାର

କଟକ,୧୩।୭(ପ୍ରଭୁ କଲ୍ୟାଣ ପାଲ୍‌): ରାଜ୍ୟରେ ପ୍ରଥମରୁ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ ପାଠ୍ୟପୁସ୍ତକର ପ୍ରସ୍ତୁତି, ଅନୁମୋଦନ ଏବଂ ପ୍ରକାଶନ ପ୍ରକ୍ରିୟାରେ ହୋଇଥିବା ଅନିୟମିତତାର ତଦନ୍ତ ଭାର ଆଜି…

୧ କୁଇଣ୍ଟାଲର ଘଡ଼ିଆଳ କୁମ୍ଭୀର ଉଦ୍ଧାର: ସାତକୋଶିଆରେ ଛାଡିଲା ବନବିଭାଗ

ଭବାନୀପାଟଣା,୧୩।୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କଲମପୁର ବ୍ଲକ ଭାଲୁବୁଟୁରା ଗ୍ରାମର ଏକ କେନାଳରୁ ସୋମବାର ଅପରାହ୍ନରେ ଏକ ଘଡ଼ିଆଳ କୁମ୍ଭୀର ବନ ବିଭାଗ ପକ୍ଷରୁ ଉଦ୍ଧାର…

ବିବାହର ପ୍ରଲୋଭନ ଦେଖାଇ ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତଙ୍କୁ ମିଳିଲା ଏହି ଦଣ୍ଡ

ଜୟପୁର,୧୩ା୭(ପବନ ପାଣିଗ୍ରାହୀ): ଜଣେ ନାବାଳିକାଙ୍କୁ ବିବାହ ପ୍ରଲୋଭନ ଦେଖାଇ ବଳାତ୍କାର ମାମଲାର ସୋମବାର ରାୟ ପ୍ରକାଶ ପାଇଛି। ଜୟପୁର ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ପୋକ୍ସୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri