ଯୁବତୀଙ୍କୁ ବଳାତ୍କାର, ଧର୍ମ ପରିବର୍ତ୍ତନ ଚାପ: ମାମଲା ରୁଜୁ କରି ଅଭିଯୁକ୍ତଙ୍କୁ ଖୋଜୁଛି ପୋଲିସ

ସମ୍ବଲପୁର,୧୨ା୨(ପ୍ରମୋଦ ବହିଦାର):ସମ୍ବଲପୁରରେ ଜଣେ ଯୁବତୀଙ୍କୁ ବାରମ୍ବାର ବଳାତ୍କାର କରାଯିବା ସହ ଧର୍ମ ପରିବର୍ତ୍ତନର ଚାପ ପକାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତା ମଙ୍ଗଳବାର ସନ୍ଧ୍ୟାରେ ଧନୁପାଲି ଥାନାରେ ଏତଲା ଦେବା ପରେ ଘଟଣା ଚର୍ଚ୍ଚା ସୃଷ୍ଟି କରିଛି। ଏତଲା ଆଧାରରେ ପୋଲିସ ସ୍ଥାନୀୟ ଥାନା କୁମ୍ଭାରପଡ଼ାର ଅମୀର ଓରଫ ରାଜା ଖାନଙ୍କ ନାମରେ ମାମଲା(ନଂ.୩୨/୨୫) ରୁଜୁକରି ତଦନ୍ତ ଆରମ୍ଭ କରିଛି। ଅଭିଯୁକ୍ତ ଅମୀରଙ୍କୁ ଧରିିବାକୁ ଉଦ୍ୟମ କରାଯାଉଛି ବୋଲି ସମ୍ବଲପୁର ସଦର ଏସ୍‌ଡିପିଓ ତୋଫାନ ବାଗ୍‌ କହିଛନ୍ତି।
ଏତଲା ଅନୁସାରେ ପୀଡ଼ିତାଙ୍କ ପିତା ଓ ଭାଇମାନଙ୍କୁ ଅମୀର ହତ୍ୟା ଧମକ ଦେଇ ବିବାହ କରିବାକୁ ବାଧ୍ୟ କରିଥିଲେ। ଫଳରେ ପରିବାରର ସୁରକ୍ଷା ଦୃଷ୍ଟିରୁ ପୀଡିତା ଗତ ୩ ତାରିଖରେ ଘରୁ ଟଙ୍କା ଓ ଗହଣା ଧରି ଅମୀରଙ୍କ ସହ ଚାଲିଯିବାକୁ ବାଧ୍ୟ ହୋଇଥିଲେ। ଏହାପରେ ଅମୀର ତାଙ୍କୁ ଫସାଇ ସୁନ୍ଦରଗଡ଼, ରାଜଗାଙ୍ଗପୁର ଆଦି ବିଭିନ୍ନ ସ୍ଥାନକୁ ନେଇ ବଳପୂର୍ବକ ଶାରୀରିକ ସମ୍ପର୍କ ରଖିଥିଲେ। ପ୍ରତିବାଦ କରିବାରୁ ତାଙ୍କୁ ମାଡ଼ ମାରିଥିଲେ। ବିବାହ କରିବାକୁ ହେଲେ ଧର୍ମ ପରିବର୍ତ୍ତନ କରିବାକୁ ପଡିବ ବୋଲି ବାଧ୍ୟକରି ହତ୍ୟା ଧମକ ଦେଉଥିଲେ। ଏପରିକି ତାଙ୍କୁ ଅମୀର ଗୋମାଂସ ମଧ୍ୟ ଖାଇବାକୁ ବାଧ୍ୟ କରିଥିଲେ ବୋଲି ପୀଡ଼ିତ ତାଙ୍କ ଏତଲାରେ ଦର୍ଶାଇଛନ୍ତି। ସୋମବାର ସନ୍ଧ୍ୟାରେ ବସ୍‌ ଯୋଗେ ସମ୍ବଲପୁର ଆସି ପୀଡ଼ିତାଙ୍କୁ ଅମୀର ଛାଡ଼ି ଫେରାର ହୋଇଯାଇଥିଲେ ବୋଲି ପୋଲିସକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri