ଲିଫ୍ଟ ଦେବା ଆଳରେ ଯୁବତୀଙ୍କୁ ବଳାତ୍କାର: ଅଭିଯୁକ୍ତ ଯୁବକ ଗିରଫ

ଭୁବନେଶ୍ୱର,୧୦।୩(ବ୍ୟୁରୋ): ଲିଫ୍ଟ ଦେବା ଆଳରେ ଜଣେ ଯୁବତୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ଭୁବନେଶ୍ୱରର ମୈତ୍ରୀବିହାର ଥାନା ଅଞ୍ଚଳରେ ମଙ୍ଗଳବାର ରାତିରେ ଏହି ଘଟଣା ଘଟିଥିବାବେଳେ ବୁଧବାର ସମ୍ପୃକ୍ତ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି। ସେ ହେଲେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଗାଡ଼କଣ ଅଞ୍ଚଳରେ ରହୁଥିବା ସତ୍ୟନାରାୟଣ ସାହୁ (୩୧)। ଅଭିଯୁକ୍ତ ସତ୍ୟନାରାୟଣଙ୍କୁ କୋର୍ଟଚାଲାଣ ପରେ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଛି। ପୋଲିସ ସୂଚନା ଅନୁଯାୟୀ, ପୀଡ଼ିତା ଯୁବତୀ ଜଣକ ଗଜପତି ନଗର ଅଞ୍ଚଳରେ ଥିବା ଏକ ରେଷ୍ଟୁରାଣ୍ଟରେ କାମ କରୁଥିବାବେଳେ ନିକଟସ୍ଥ ଏକ ମେସ୍‌ରେ ରୁହନ୍ତି। ମଙ୍ଗଳବାର ରାତି ପ୍ରାୟ ୮ଟାରେ ସେ ଉକ୍ତ ରେଷ୍ଟୁରାଣ୍ଟରୁ କାମ ସାରି ମେସ୍‌କୁ ଫେରୁଥିଲେ। ତେବେ ରୁମ୍‌ର ଚାବି ଭୁଲିଯାଇଥିବା ଉକ୍ତ ରେଷ୍ଟୁରାଣ୍ଟରେ କାମ କରୁଥିବା ତାଙ୍କ ସାଙ୍ଗଙ୍କୁ ଜଣାଇଥିଲେ। ସାଙ୍ଗ ଜଣକ ଚାବି ଆଣି ଦେବେ ବୋଲି କହିବାରୁ ପୀଡିତା ଯୁବତୀ ସୈନିକ ସ୍କୁଲ୍‌ ଛକରେ ତାଙ୍କୁ ଅପେକ୍ଷା କରିଥିଲେ। ଏହି ସମୟରେ ଅଭିଯୁକ୍ତ ସତ୍ୟନାରାୟଣ ସେଠାରେ ବାଇକ୍‌ରେ ପହଞ୍ଚତ୍ ଲିଫ୍ଟ ଦେଇ ମେସ୍‌ ନିକଟରେ ଛାଡ଼ିଦେବାକୁ କହିବାରୁ ଯୁବତୀ ଜଣକ ତାଙ୍କ ସାଙ୍ଗରେ ଯାଇଥିଲେ। ବାଟରେ ଉକ୍ତ ଯୁବତୀଙ୍କୁ ସତ୍ୟନାରାୟଣ ସୈନିକ ସ୍କୁଲ ନିକଟ ଏକ ଶୂନ୍‌ଶାନ ସ୍ଥାନକୁ ନେଇ ବଳାତ୍କାର କରିଥିଲେ। ଯୁବତୀଙ୍କ ଚିତ୍କାର ଶୁଣି ୧୦ରୁ ଊର୍ଦ୍ଧ୍ୱ ସ୍ଥାନୀୟ ଲୋକେ ସେଠାରେ ପହଞ୍ଚତ୍ ସତ୍ୟନାରାୟଣଙ୍କୁ କାବୁ ନିସ୍ତୁକ ମାଡ଼ ମାରି ପୋଲିସକୁ ଖବର ଦେଇଥିଲେ। ପୋଲିସ ପହଞ୍ଚତ୍ ଯୁବତୀଙ୍କୁ ଉଦ୍ଧାର କରିବା ସହ ଆହତ ସତ୍ୟନାରାୟଣଙ୍କୁ ଥାନାକୁ ନେଇଥିଲା। ପୀଡିତାଙ୍କ ଅଭିଯୋଗକ୍ରମେ ପୋଲିସ ଏକ ମାମଲା (ନଂ.୭୩/୨୦୨୩) ରୁଜୁ କରି ସତ୍ୟନାରାୟଣଙ୍କୁ ଗିରଫ କରିଛି। ସେହିପରି ପୀଡିତା ଡାକ୍ତରୀ ପରୀକ୍ଷା ସହ ବୟାନ ରେକର୍ଡ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?