Posted inଜାତୀୟ

ବଳାତ୍କାର ପୀଡିତା କହିଲେ ମୁଁ ବିବାହ କରି ଖୁସିରେ ରହୁଛି, ଦୋଷୀଙ୍କ ଦଣ୍ଡ କୋହଳ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୧୪।୧୧ : ଜଣେ ୧୧ ବର୍ଷର ନାବାଳିକାଙ୍କୁ ବଳାତ୍କାର ମାମଲାରେ ଦୋଷୀ ସାବ୍ୟସ୍ତ ହୋଇଥିବା ବ୍ୟକ୍ତିଙ୍କ ଦଣ୍ଡକୁ ସେ ଜେଲରେ ବିତାଇଥିବା ସମୟକୁ ହ୍ରାସ କରି ସୁପ୍ରିମକୋର୍ଟ ଦଣ୍ଡ କୋହଳ କରିଛନ୍ତି। ଏଥିସହ ସୁପ୍ରିମକୋର୍ଟ ଝିଅର ବିବୃତ୍ତିକୁ ଗ୍ରହଣ କରିଛନ୍ତି। ସେ ସୁଖୀ ଦାମ୍ପତ୍ୟ ଜୀବନ ବିତାଉଛନ୍ତି ଏବଂ ମାମଲା ଆଗକୁ ନେବାକୁ ଚାହୁଁ ନାହାନ୍ତି ବୋଲି ଝିଅ ଜଣକ କହିଛନ୍ତି। ଜଷ୍ଟିସ ବି.ଆର ଗାଭାଇ, ପିଏସ ନରସିଂହ ଏବଂ ଅରବିନ୍ଦ କୁମାରଙ୍କ ଏକ ବେଞ୍ଚ ଭାରତୀୟ ଦଣ୍ଡବିଧି ଆଇନର ଧାରା ୩୭୬ ଅନୁଯାୟୀ ବଳାତ୍କାରକାରୀଙ୍କ ଦୋଷୀ ସାବ୍ୟସ୍ତ ହେବାକୁ କାଏମ ରଖିଛନ୍ତି।

ମଧ୍ୟପ୍ରଦେଶର ଖଣ୍ଡୱା ନିମ୍ନ ଅଦାଲତ ଏହି ମାମଲାରେ ଆବେଦନକାରୀଙ୍କୁ ନିର୍ଦ୍ଦୋଷରେ ଖଲାସ କରିଥିଲେ। ତେବେ ରାଜ୍ୟ ସରକାର ଏକ ଆବେଦନ କରିଥିଲେ ଏବଂ ହାଇକୋର୍ଟ ନିର୍ଦ୍ଦୋଷ ରାୟକୁ ଖାରଜ କରି ଉକ୍ତ ବ୍ୟକ୍ତିଙ୍କୁ ଦୋଷୀ ସାବ୍ୟସ୍ତ କରି ତାଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଥିଲେ। ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିଷ୍ପତ୍ତି ବିରୋଧରେ ଦୋଷୀ ଜଣକ ସୁପ୍ରିମ୍‌କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ସର୍ବୋଚ୍ଚ ଅଦାଲତ କହିଛନ୍ତି ସର୍ବନିମ୍ନ ଦଣ୍ଡ ସାତ ବର୍ଷ ଜେଲଦଣ୍ଡ ହୋଇପାରେ, କିନ୍ତୁ ସାତ ବର୍ଷରୁ କମ ଦଣ୍ଡାଦେଶ ଶୁଣାଇବା କୋର୍ଟଙ୍କ ଅଧୀନରେ ରହିଛିା। ବେଞ୍ଚ କହିଛନ୍ତି ମହିଳା ଜଣକ ଜଣେ ଓକିଲଙ୍କ ମାଧ୍ୟମରେ କୋର୍ଟରେ ହାଜର ହୋଇଛନ୍ତି।

ବେଞ୍ଚ କହିଛନ୍ତି, ମହିଳା କହିଛନ୍ତି ସେ ସୁଖୀ ଦାମ୍ପତ୍ୟ ଜୀବନ ବିତାଉଛନ୍ତି ଏବଂ ଏହି ମାମଲାକୁ ଆଗକୁ ନେବାକୁ ଆଗ୍ରହୀ ନୁହଁନ୍ତି। ଆବେଦନକାରୀ ପାଞ୍ଚ ବର୍ଷରୁ ଅଧିକ ଜେଲରେ ବିତାଇ ସାରିଛନ୍ତି। ସର୍ବୋଚ୍ଚ ନ୍ୟାୟାଳୟ କହିଛନ୍ତି ବର୍ତ୍ତମାନର ମାମଲାର ସତ୍ୟତା ଏବଂ ପରିସ୍ଥିତିକୁ ବିଚାର କରିବା ପରେ ଆମେ ଭାରତୀୟ ଦଣ୍ଡବିଧି ଆଇନର ଧାରା ୩୭୬ ଅନୁଯାୟୀ ତାଙ୍କୁ ଦୋଷୀ ସାବ୍ୟସ୍ତ କରୁଛୁ। ତଥାପି, ଆମେ ଅନୁଭବ କରୁଛୁ ପୂର୍ବରୁ ଜେଲରେ ଦଣ୍ଡିତ ହୋଇଥିବା ଦଣ୍ଡ ନ୍ୟାୟର ଉଦ୍ଦେଶ୍ୟ ଶେଷ କରିବାରେ ସହାୟକ ହେବ।


Enter your email to get our daily news in your inbox.

All Right Reserved By Dharitri.Com

କ’ଣ ସାଧାରଣ ଲୋକ UPI ଟ୍ରାଞ୍ଜାକ୍ସନବେଳେ ଦେବେ ଏକ୍ସଟ୍ରା ଚାର୍ଜ? ଅର୍ଥମନ୍ତ୍ରୀ କଲେ ଖୁଲାସା

ନୂଆଦିଲ୍ଲୀ, ୭।୮: ଯଦି ଆପଣ ବି ନିତିଦିନ ଛୋଟ-ବଡ଼ କାମ ପାଇଁ UPI ବ୍ୟବହାର କରୁଛନ୍ତି ଏବଂ ମନରେ ଟ୍ରାଞ୍ଜାକ୍ସନ୍ ଚାର୍ଜ ଲାଗିବାର ଭୟ ଥିଲା, ତେବେ…

ୟୁଟର୍ନ ମାରିଲେ କଙ୍ଗନା? Gen Z ଙ୍କୁ ନେଇ ଦେଲେ ପୁଣି ବଡ଼ ବୟାନ

ନୂଆଦିଲ୍ଲୀ, ୭।୮: Bjp ସାଂସଦ/ ବଲିଉଡ୍ ଅଭିନେତ୍ରୀ କଙ୍ଗନା ରଣାୱତ ଗତ କିଛି ଦିନ ହେବ ଯୁବପିଢ଼ିଙ୍କ ମଧ୍ୟରେ ବେଶ୍ ଚର୍ଚ୍ଚାରେ ଥିଲେ, କିନ୍ତୁ ତାଙ୍କୁ ଭଲପାଇବା…

ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ଜିଲାପାଳ କହିଲେ ଘଟଣା ପଛରେ ଯେଉଁମାନେ ଅଛନ୍ତି ସେମାନଙ୍କୁ…

ଝରିଗାଁ,୭ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଏକ ଆଦବାସୀ ବହୁଳ ଅଞ୍ଚଳ ଅଟେ। ସରକାର ପିଲାଙ୍କୁ ମାଗଣା ଶିକ୍ଷା ପ୍ରଦାନ ତଥା ଗୁଣାତ୍ମକ ଶିକ୍ଷା ଦେବା ନେଇ…

ସାଉଦି-ତୁର୍କି ଓ ପାକିସ୍ତାନ ଭିତରେ ବଡ଼ ଡିଲ୍‌, ଭାରତକୁ ପଡିପାରେ ବଡ଼ ପ୍ରଭାବ!

ନୂଆଦିଲ୍ଲୀ, ୭।୮: ସାଉଦୀ ସେନା ଏବଂ ସରକାର ସହ ଜଡ଼ିତ ସୂତ୍ରରୁ AFP ସୂଚନା ଦେଇଛି ଯେ ସାଉଦୀ ଆରବ, ତୁର୍କୀ ଏବଂ ପାକିସ୍ତାନ ଶୁକ୍ରବାର ଦିନ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବା ପରେ ୟୁସୁଫ ପଠାନ କେଉଁ ପ୍ରମୁଖ ଦାବି କରିଥିଲେ? ଯଦି ଏହା ପୂରଣ ହୁଏ, ତେବେ…

ନୂଆଦିଲ୍ଲୀ,୭।୮: ତୃଣମୂଳ କଂଗ୍ରେସ ଏମପି ୟୁସୁଫ ପଠାନ ତାଙ୍କ ନିର୍ବାଚନମଣ୍ଡଳୀ ସମ୍ପର୍କିତ ସମସ୍ୟାକୁ ନେଇ ପୁଣିଥରେ ଚର୍ଚ୍ଚାରେ ଅଛନ୍ତି। ଦିଲ୍ଲୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ…

ସୁନାଗହଣା ଚୋରି ଘଟଣାର ପର୍ଦ୍ଦାଫାଶ: ପୋଲିସ ଭିଣୋଇଙ୍କୁ ଗିରଫ କରି…

ମୋହନା,୭ା୮(ମନ୍ମଥ ମିଶ୍ର): ଆର୍‌.ଉଦୟଗିରି ଥାନା ପୋଲିସ ଏକ ସୁନା ଗହଣା ଚୋରି ଘଟଣାର ପର୍ଦ୍ଦାଫାଶ କରିଛି। ଆର୍‌ ଉଦୟଗିରି ଖ୍ରୀଷ୍ଟିଆନ ସାହି ବାସିନ୍ଦା ଝୁମ୍ପି ରଇତ ଗୁରୁବାର…

ପତ୍ନୀଙ୍କଠାରୁ ଅଲଗା ହେବେ ନାହଁ ମୁଖ୍ୟମନ୍ତ୍ରୀ ବିଜୟ! ୨୭ ବର୍ଷ ପରେ ଭାଙ୍ଗିବାକୁ ବସିଥିଲା ସମ୍ପର୍କ

ଅମରାବତି,୭।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ସମ୍ପ୍ରତି ଚର୍ଚ୍ଚାରେ ଅଛନ୍ତି। ତାଙ୍କ ପତ୍ନୀ ସଙ୍ଗୀତାଙ୍କ ସହ ତାଙ୍କ ସମ୍ପର୍କରେ ଫାଟ ସୃଷ୍ଟି…

୪୫ ଜଣ ଏମପିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦି; ବ୍ରେକଫାଷ୍ଟରେ ବାଣ୍ଟିଲେ ଏହି ମନ୍ତ୍ର

ନୂଆଦିଲ୍ଲୀ,୭।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର (୭ ଅଗଷ୍ଟ, ୨୦୨୬) ଦିନ ବ୍ରେକଫାଷ୍ଟ ସମୟରେ ଶିବସେନା, NCPI ଏବଂ ଅଜିତ ପାୱାରଙ୍କ ନେତୃତ୍ୱାଧୀନ NCP ଗୋଷ୍ଠୀର ସାଂସଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri