ନାବାଳିକାଙ୍କୁ ଘରକୁ ଖାଇବାକୁ ଡାକି ବଳାତ୍କାର, ଚିତ୍କାର କରିବାରୁ…

ଲାଞ୍ଜିଗଡ଼,୩ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ବିଶ୍ୱନାଥପୁର ଥାନା ଅଞ୍ଚଳରେ ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ ବଳ ପୂର୍ବକ ବଳାତ୍କାର ଅଭିଯୋଗରେ ଅଭିଯୁକ୍ତ ବ୍ୟକ୍ତି ଫେରାର ଥିବା ଘଟଣାଟି ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଥିବା ବେଳେ ପୋଲିସର ତଦନ୍ତ ଜାରି ରହିଥିବା ସୂଚନା ମିଳିଛି।

ପୋଲିସ ସୂତ୍ରରୁ ମିଳିଥିବା ସୂଚନାନୁଯାୟୀ, କଳାହାଣ୍ଡି ଜିଲା ବିଶ୍ୱନାଥପୁର ଥାନା ଅନ୍ତର୍ଗତ ମୂଷାନାଳ ଗ୍ରାମର କୋଶି ବାଗ(୫୦) ନାମକ ଜଣେ ବ୍ୟକ୍ତି ଗତ ମଙ୍ଗଳବାର ଅପରାହ୍ନରେ ଜଣେ ୧୦ ବର୍ଷୀୟା ନାବାଳିକାଙ୍କୁ କ’ଣ ଖାଇବାକୁ ଦେବା ବାହାନା କରି ନିଜ ଘରକୁ ଡାକିନେଇଥିଲେ। ଝିଅ ଘର ଭିତରକୁ ଆସିବା ପରେ ଅଭିଯୁକ୍ତ କୋଶି କବାଟ ଦେଇ ନାବାଳିକାଙ୍କୁ ବଳ ପୂର୍ବକ ବଳାତ୍କାର ଉଦ୍ୟମ କରୁଥିବା ବେଳେ ନାବାଳିକା ଜଣଙ୍କ ଚିତ୍କାର କରିଥିଲେ। ଝିଅର ଚିତ୍କାର ଶୁଣି ଘର ଆଖପାଖରେ ଥିବା ଲୋକେ ଦଉଡ଼ି ଆସିଥିଲେ। ଝିଅକୁ ରକ୍ତାକ୍ତ ଅବସ୍ଥାରେ ଉଦ୍ଧାର କରି ବିଶ୍ୱନାଥପୁର ସିଏଚ୍‌ସିରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଖାନା ପକ୍ଷରୁ ବିଶ୍ୱନାଥ ପୋଲିସକୁ ଖବର ଦେବା ପରେ ଡାକ୍ତରଖାନା ପୋଲିସ ପହଞ୍ଚି ତଦନ୍ତ କରିଥିଲେ। ଏନେଇ ମଙ୍ଗଳବାର ଅପରାହ୍ନରେ ପୀଡ଼ିତାଙ୍କ ବାପା ବିଶ୍ୱନାଥପୁର ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇବା ପରେ ବିଶ୍ୱନାଥପୁର ପୋଲିସ ପକ୍ଷରୁ ଏକ ମାମଲା ରୁଜୁ କରି ବିଶ୍ୱନାଥପୁର ଥାନା ଅଧିକାରୀ ତୁଳସିରାମ ଶବରଙ୍କ ନେତୃତ୍ୱରେ ପୋଲିସ ମୂଷାନାଳ ଗାଁକୁ ମଙ୍ଗଳବାର ସନ୍ଧ୍ୟାରେ ଯାଇ ତଦନ୍ତ କରିଥିବା ବେଳେ ଅଭିଯୁକ୍ତ କୋଶି ଫେରାର ଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ଏନେଇ ବୁଧବାର ପୀଡ଼ିତାଙ୍କ ଡାକ୍ତରୀ ମାଇନା ଭବାନୀପାଟଣାଠାରେ କରାଯାଇଥିଲା।
ପୀଡ଼ିତାଙ୍କ ଅଭିଯୋଗ ଅନୁଯାୟୀ, ବିଶ୍ୱନାଥପୁର ଥାନା କେସ୍‌ ନଂ ୭୬/୨୫ ରେ ଦଫା ୬୪/୬୫ (୨) ବିଏନ୍‌ଏସ୍‌ (୪) ପୋକ୍ସୋ ଧାରା ଅନୁଯାୟୀ ଅଭିଯୁକ୍ତ ବିରୋଧରେ ମାମଲା ରୁଜୁ କରି ପୋଲିସ ଘଟଣାଟିକୁ ଗୁରୁତର ଭାବେ ନେଇ ତଦନ୍ତ ଚଳାଇଥିବା ବେଳେ ଅଭିଯୁକ୍ତ କୋଶି ବର୍ତ୍ତମାନ ଫେରାର ଥିବା ବିଶ୍ୱନାଥପୁର ଥାନାଧିକାରୀ ପ୍ରକାଶ କରିଛନ୍ତି। ଅଭିଯୁକ୍ତଙ୍କୁ ଗିରଫ କରି ତା’ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ଅଞ୍ଚଳବାସୀଙ୍କ ପକ୍ଷରୁ ଦାବି ହେଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପଞ୍ଚାୟତ କାର୍ଯ୍ୟାଳୟ ପାଲଟିଛି ଆବର୍ଜନା ସ୍ଥଳ

ନୂଆପଡ଼ା,୧୦ା୩ (ମକାରୁ ବେମାଲ):ନୂଆପଡ଼ା ଜିଲାର ପଞ୍ଚାୟତ କାର୍ଯ୍ୟାଳୟ ଏବେ ଆବର୍ଜନା ସ୍ଥଳ ପାଲଟିଛି। ଦୀର୍ଘଦିନ ଧରି ଆବର୍ଜନା ପଡିରହୁଥିବାରୁ କାର୍ଯ୍ୟାଳୟ ପରିସର ପ୍ରଦୂଷିତ ହେବାରେ ଲାଗିଛି। ଜିଲା…

‘ଟିକେ ଲଜ୍ଜା କର ଟିମ ଇଣ୍ଡିଆ…’ ଜୟ ଶାହା, ସୂର୍ଯ୍ୟକୁମାର ଯାଦବଙ୍କ ଉପରେ କିଏ ଆଉ କାହିଁକି କହିଲେ ଏମିତି? ଜାଣିଲେ ଆଶ୍ଚର୍ଯ୍ୟ ଲାଗିବ

ନୂଆଦିଲ୍ଲୀ,୧୦।୩: ଟିମ ଇଣ୍ଡିଆ ୨୦୨୬ ର ICC T20 ବିଶ୍ୱକପ ଜିତିଛି। ଏହି ବିଜୟ ପରେ ସାରା ଦେଶରେ ଖୁସିର ଲହରୀ ଖେଳିଯାଇଛି। ଭାରତୀୟ ଦଳ ରେକର୍ଡ…

ଧାନ ଗଦାକଲେ, ପଖାଳ ଖାଇଲେ: ଚାଷୀଙ୍କ ଅଭିନବ ପ୍ରତିବାଦ

ବରଗଡ଼,୧୦।୩(ପ୍ରେମାନନ୍ଦ ଖମାରୀ):ରବି ଧାନ ସଂଗ୍ରହ ପ୍ରକ୍ରିୟା ପାଇଁ ମଙ୍ଗଳବାରରୁ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଆରମ୍ଭ ହେବ। କିନ୍ତୁ ବିଭାଗୀୟ ଅଧିକାରୀଙ୍କଠାରେ ଆବଶ୍ୟକ କାଗଜାତ ଦାଖଲ ସତ୍ତ୍ୱେ ଏପର୍ଯ୍ୟନ୍ତ…

ନେପାଳରେ ଯୁବ ନେତୃତ୍ୱ

ଜୁନ୍‌ ୧, ୨୦୦୧ ଯେଉଁଦିନ ନେପାଳ ରାଜା ବୀରେନ୍ଦ୍ରଙ୍କୁ ତାଙ୍କ ପୁଅ ଦୀପେନ୍ଦ୍ର ଗୁଳିକରି ମା’ଙ୍କ ସମେତ ସମଗ୍ର ପରିବାରବର୍ଗଙ୍କୁ ହତ୍ୟା କରିଥିଲେ, ସେବେଠାରୁ ନେପାଳରେ ରାଜନୈତିକ…

ଅନ୍ଧବିଶ୍ୱାସ ରାସ୍ତାରେ ଏଆଇର ସ୍ବପ୍ନ

ଗାଲଗୋଟିଆ ବିଶ୍ବବିଦ୍ୟାଳୟର ଚାଇନା ରୋବୋ କୁକୁରକୁ ନେଇ ଧୂର୍ତ୍ତାମି ଓ ସମ୍ମିଳନୀ ଅବସରରେ ଯୁବ କଂଗ୍ରେସ କର୍ମୀଙ୍କର ଅର୍ଦ୍ଧନଗ୍ନ ପ୍ରତିବାଦକୁ ନେଇ ‘ଇଣ୍ଡିଆ ଏଆଇ ଇମ୍ପାକ୍ଟ ସମ୍ମିଳନୀ-୨୦୨୬’ର…

ତେହରାନ୍‌ର ପାନୀୟଜଳ, ସ୍ବେରେଜ୍‌ରେ ମିଶିଲା ତେଲ

ତେହରାନ୍‌ ,୧୦ା୩: ତେହରାନ୍‌ ଏବଂ ଏହାର ଆଖପାଖ ଅଞ୍ଚଳର ପ୍ରମୁଖ ପେଟ୍ରୋଲିୟମ ଡିପୋ ଉପରେ ରବିବାର ହୋଇଥିବା ଆକ୍ରମଣ ଯୋଗୁ ଭୟଙ୍କର ପରିସ୍ଥିତି ଉପୁଜିଛି। ଗୋଟିଏ ପଟେ ନିଆଁ…

ଘନ ଘନ ବୈଠକ କରୁଛନ୍ତି ନବୀନ: ବିଧାୟକଙ୍କୁ କହୁଛନ୍ତି ଏମିତି କଥା, ଭବିଷ୍ୟତ ଖରାପ…

ଭୁବନେଶ୍ୱର,୧୦ା୩ (ସୁନିତ୍‌ ମିଶ୍ର):ରାଜ୍ୟ ସଭାର ୪ ଆସନରେ ନିର୍ବାଚନ ପାଇଁ ନାମାଙ୍କନ ଶେଷ ହେବା ପରଠାରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ପ୍ରତ୍ୟେକ ଦିନ ବିଧାୟକମାନଙ୍କୁ…

ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି

ସ୍ବାଧୀନତାର ଦୀର୍ଘ ଦଶନ୍ଧି ପରେ ଭାରତ ତଥା ବିଶ୍ୱରେ ମହିଳାଙ୍କ ସ୍ଥିତିରେ ଉନ୍ନତି ଘଟିଛି କି ନାହିଁ ତାହାର ସମୀକ୍ଷା ଆବଶ୍ୟକ। ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ ଅନୁଯାୟୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri