ଛୁରି ଦେଖାଇ ମହିଳାଙ୍କୁ ବଳାତ୍କାର, ଏତଲା ଦେଲେ ହତ୍ୟା ଧମକ

ବାଲିଗୁଡ଼ା,୨୨ା୧୦(ଡି.ଏନ୍‌.ଏ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କୋଟଗଡ଼ ଥାନା ଅଞ୍ଚଳରେ ଜଣେ ମହିଳାଙ୍କୁ ବଳାତ୍କାର ଓ ପରେ ହତ୍ୟା ଧମକ ଦେଇଥିବା ନେଇ ପୀଡ଼ିତାଙ୍କ ପକ୍ଷରୁ ଥାନାରେ ଅଭିଯୋଗ ହୋଇଛି। ରାତିରେ ବାହାରକୁ ମହିଳା ଜଣକ ଶୌଚ ହେବାକୁ ଯାଇଥିବା ବେଳେ ଛୁରି ଦେଖାଇ ବଳାତ୍କାର କରିଥିବା ବେଳେ ଏହି ବିଷୟ ଥାନାରେ କିମ୍ବା ଅନ୍ୟ କାହାରିକୁ ଜଣାଇଲେ ଜୀବନରେ ମାରିଦେବା ନେଇ ବଳାତ୍କାରୀଙ୍କ ୩ ସହଯୋଗୀ ଧମକ ଦେଇଥିଲେ। ଅଭିଯୋଗ ଅନୁଯାୟୀ, କୋଟଗଡ଼ ଥାନା କେସ୍‌ ନଂ.୧୦୯/୨୨ରେ ଏକ ମାମଲା ରୁଜୁ କରି ସମ୍ପୃକ୍ତ ବଳାତ୍କାରୀଙ୍କୁ ଗିରଫ ସହ ତଦନ୍ତ ଆରମ୍ଭ କରିଛି ପୋଲିସ।

ସୂଚନାନୁଯାୟୀ, ମହିଳା ଜଣଙ୍କ ବାପଘର କୋଟଗଡ଼ ଥାନା ଓରା ପଞ୍ଚାୟତ ଅଞ୍ଚଳକୁ କିଛିଦିନ ହେବ ଆସିଥିଲେ। ଗତ ୧୯ ତାରିଖ ରାତିରେ ମହିଳା ଜଣକ ବାହାରକୁ ଶୌଚ ହେବାକୁ ଯାଇଥିବା ବେଳେ ସେହି ଅଞ୍ଚଳର ଦାମୋଦର ନାୟକ ନାମକ ଜଣେ ବ୍ୟକ୍ତି ସମ୍ପୃକ୍ତା ମହିଳାଙ୍କୁ ଛୁରି ଦେଖାଇ ଭୟଭୀତ କରାଇ ବଳାତ୍କାର କରିଥିବା କୋଟଗଡ଼ ଥାନାରେ ଅଭିଯୋଗ ହୋଇଛି। ଅଭିଯୋଗ ପ୍ରକାରେ କୋଟଗଡ଼ ଥାନାଧିକାରୀ ଧୀରଜ କୁମାର ଲେଙ୍କା ତଦନ୍ତ ଆରମ୍ଭ କରି ସମ୍ପୃକ୍ତ ବ୍ୟକ୍ତିଙ୍କୁ ଗିରଫ କରିଥିବା ବେଳେ ଏତଲାରେ ଧମକ ଦେଇଥିବା ୩ ବ୍ୟକ୍ତିଙ୍କୁ ପୋଲିସ ଅଟକ ରଖି ପଚରାଉଚରା ଜାରି ରଖିଛି। ମହିଳା ଜଣକ ରାୟଗଡ଼ା ଜିଲାର ଚନ୍ଦ୍ରପୁର ଅଞ୍ଚଳରେ ବିବାହ କରିଥିବା ବେଳେ କିଛିଦିନ ହେବ ନିଜ ବାପଘର କୋଟଗଡ଼ ଥାନା ଓରା ଅଞ୍ଚଳକୁ ଆସିଥିବା ବେଳେ ଏଭଳି ଘଟଣା ଘଟିଥିବା ପୋଲିସ ପକ୍ଷରୁ ସୂଚନା ମିଳିଛି। ସେପଟେ ଘଟଣାର ଅଧିକ ତଦନ୍ତ ଜାରି ରଖିଛି କୋଟଗଡ଼ ପୋଲିସ।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

ବୁଧଙ୍କ ଓଲଟା ଚାଲି: ଅକ୍ଟୋବରରେ ଏହି ୩ ରାଶିଙ୍କ ବଢ଼ିବ ଟେନସନ, ପାଖରୁ ପଳେଇବ ସବୁ ଟଙ୍କା!

ବୁଧଙ୍କ ରାଶି ପରିବର୍ତ୍ତନ ସହିତ ତାଙ୍କର ମାର୍ଗୀ ଏବଂ ବକ୍ରୀ ହେବା ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିକୋଣରୁ ବିଶେଷ ମହତ୍ତ୍ୱ ବହନ କରେ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ବୁଧଙ୍କ…

ବେଲଗୁଣ୍ଠା ଏନ୍‌ଏସିର ନୂଆ ଉପାଧ୍ୟକ୍ଷା ପ୍ରିୟମ୍ବଦା ସାମଲ: ନିର୍ବିରୋଧ ନିର୍ବାଚିତ, ୨ ବର୍ଷ ପରେ…

ବେଲଗୁଣ୍ଠା,୨୯।୯(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ବେଲଗୁଣ୍ଠା ବିଜ୍ଞାପିତ ଅଞ୍ଚଳ ପରିଷଦ (ଏନ୍‌ଏସି)ର ଉପାଧ୍ୟକ୍ଷା ପଦବୀ ପାଇଁ ମଙ୍ଗଳବାର ଉପ-ନିର୍ବାଚନ ଶାନ୍ତିପୂର୍ଣ୍ଣ ଭାବେ ସମ୍ପନ୍ନ ହୋଇଛି। ଏଥିରେ ୪ ନମ୍ବର…

କ୍ରେନ ତଳେ ଚାପି ହୋଇ ଗଞ୍ଜାମର ପ୍ରବାସୀ ଶ୍ରମିକଙ୍କ ମୃତ୍ୟୁ

ଗଞ୍ଜାମ,୨୯।୯(ଅନାଥ ତରାଇ): ପେଟ ପାଇଁ ଆନ୍ଧ୍ରପ୍ରଦେଶର ତିରୁପତି ଯାଇଥିବା ଗଞ୍ଜାମ ଜିଲାର ଜଣେ ପ୍ରବାସୀ ଶ୍ରମିକଙ୍କର ଏକ ଅଭାବନୀୟ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ଗଞ୍ଜାମ ବ୍ଲକ ପାଳିବନ୍ଧ…

ଏସିଡ ଆକ୍ରମଣ ବିରୋଧରେ ସଚେତନତା ସଭା ଓ ପଥପ୍ରାନ୍ତ ନାଟକ, ଛାତ୍ରୀଛାତ୍ର ସମ୍ୱର୍ଦ୍ଧିତ

ଥୁଆମୂଳ ରାମପୁର, ୨୯।୯ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ତାଲୁକ ଆଇନ ସେବା ସମିତି (T.L.S.C.) ଆନୁକୂଲ୍ୟରେ ମଙ୍ଗଳବାର କୋର୍ଟ ସାମ୍ନା ମଣ୍ଡପଠାରେ ଏସିଡ…

ହଜିଗଲା ମାନବିକତା: ଗଞ୍ଜାମରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଲା ନିରାଶ୍ରୟା ବୃଦ୍ଧାଙ୍କ ମୃତଦେହ

ଗଞ୍ଜାମ,୨୯।୯(ଅନାଥ ତରାଇ ): ଗଞ୍ଜାମ ସହରରୁ ଆସିଥିବା ଏକ ହୃଦୟବିଦାରକ ଦୃଶ୍ୟ ଆଜି ସମାଜର ମୁଖା ଖୋଲିଦେଇଛି। ବଜାରର ଭିଡ଼ ମଝିରେ ଘଣ୍ଟା ଘଣ୍ଟା ଧରି ପଡ଼ିରହିଥିଲା…

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?