ଚୋରି କରିବାକୁ ଆସି ମହିଳାଙ୍କୁ ଗଣବଳାତ୍କାର, ୩ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଭୁବନେଶ୍ୱର,୨ା୧୦: ରାଜଧାନୀରେ ଚୋରି ପରେ ଜଣେ ମହିଳାଙ୍କୁ ଗଣବଳାତ୍କାର କରିଥିବା ୩ ଅଭିଯୁକ୍ତଙ୍କୁ ମୈତ୍ରୀ ବିହାର ଥାନା ପୋଲିସ ଗିରଫ କରିଛି।

ସୂଚନାନୁଯାୟୀ, ରବିବାର ରାତିରେ ମୈତ୍ରୀ ବିହାର ଅଞ୍ଚଳରେ ଥିବା ଏକ ଆପାର୍ଟମେଣ୍ଟକୁ ଚୋରି କରିବା ପାଇଁ କିଛି ଦୁର୍ବୃତ୍ତ ଆସିଥିଲେ।  ଘର ଆଲମାରି ଭାଙ୍ଗିବା ପାଇଁ ଉଦ୍ୟମ କରିବା ସମୟରେ ଶୋଇଥିବା ମହିଳାଙ୍କ ନିଦ ଭାଙ୍ଗିଯିବା ସହ ତାଙ୍କ ଝିଅ ମଧ୍ୟ ନିଦରୁ ଉଠିଯାଇଥିଲେ। ଲୁଟେରାମାନେ ମା-ଝିଅଙ୍କୁ ଛୁରି ଦେଖାଇ ଲୁଟ୍‌ କରିବା ପରେ ମହିଳାଙ୍କୁ ଗଣବଳାତ୍କାର କରିଥିଲେ। ଲୁଟେରାମାନେ ଦୁଇ ଘଣ୍ଟା ଧରି ମହିଳାଙ୍କୁ ଯୌନ ନିର୍ଯାତନା ଦେଇଥିଲେ। ଫଳରେ ମହିଳା ଜଣଙ୍କ ଅଚେତ ହୋଇଯାଇଥିଲେ। ଏହା ପରେ ଲୁଟେରାମାନେ ଚାଲିଯାଇଥିଲେ।

ମହିଳାଙ୍କ ସ୍ବାମୀ ଘରକୁ ଫେରିବା ପରେ ମହିଳା ଜଣଙ୍କ ପୂରା ଘଟଣା ସ୍ବାମୀଙ୍କୁ କହିଥିଲେ। ଏହା ପରେ ଦମ୍ପତି ଯାଇ ମୈତ୍ରୀବିହାର ଥାନାରେ ଅଭିଯୋଗ କରିବା ପରେ କମିଶନରେଟ୍‌ ତଦନ୍ତ ଆରମ୍ଭ କରିଥିଲା। ତେବେ ଏହି ଘଟଣାରେ ପୋଲିସ ୩ ଅଭିଯୁକ୍ତଙ୍କୁ ଗିରଫ କରିଥିବାବେଳେ ଏହି ଘଟଣାରେ ଆଉ କିଏ ସଂପୃକ୍ତ ରହିଛନ୍ତି ବିଭିନ୍ନ ଦିଗକୁ ନଜରରେ ରଖି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ ପ୍ରଶ୍ନପତ୍ର ଲିକ୍‌: ସାଇବର ଥାନାରେ ମାମଲା, ତଦନ୍ତ ପାଇଁ ଗଠନ ହେଲା କମିଟି

କୋରାପୁଟ,୧୯(ଅମିତାଭ ବେହେରା): ବିକ୍ରମ ଦେବ ବିଶ୍ୱବିଦ୍ୟାଳୟର ଇଂଲିଶ ପରୀକ୍ଷା ପ୍ରଶ୍ନପତ୍ର ଲିକ୍‌ ହୋଇଥିବା ଅଭିଯୋଗକୁ ନେଇ ଚର୍ଚ୍ଚା ଏବେ ଜୋର ଧରିଛି। ଘଟଣାର ଗମ୍ଭିରତା ଦୃଷ୍ଟିରୁ ବିଶ୍ୱବିଦ୍ୟାଳୟ…

କ୍ରସର ବେଲ୍ଟ ଭିତରେ ଲୁଚା ହୋଇଥିଲା ଗଞ୍ଜେଇ: ପଶ୍ଚିମବଙ୍ଗ ଚାଲାଣ ବେଳେ ଧରାପଡ଼ିଲେ, ୫୬ କେଜି ଗଞ୍ଜେଇ ସହ ୪ ଗିରଫ

ବ୍ରହ୍ମପୁର, ୧୯।୯ (ସୁବାସ ଚନ୍ଦ୍ର ପାଢ଼ୀ): ପାର୍ବଣ ଋତୁ ପାଖେଇ ଆସୁଥିବା ବେଳେ ବ୍ରହ୍ମପୁର ଅଞ୍ଚଳରେ ଗଞ୍ଜେଇ ମାଫିଆଙ୍କ ପ୍ରାଦୁର୍ଭାବ ବୃଦ୍ଧି ପାଇବାରେ ଲାଗିଛି। ତେବେ ଅବକାରୀ…

ଧରାପଡ଼ିଲେ ନକଲି ଏମ୍‌ଭିଆଇ

ଫୁଲବାଣୀ,୧୯ା୯(ରାକେଶ କୁମାର ରାଉତ): କନ୍ଧମାଳ ଜିଲା ସାରଙ୍ଗଡ ଥାନା ପୋଲିସ ଜଣେ ନକଲି ମୋଟର ଯାନ ନିରୀକ୍ଷକ(ଏମ୍‌ଭିଆଇ)ଙ୍କୁ ଗିରଫ କରିଛି। ସେ ହେଲେ ଚକାପାଦ ଥାନା ଅନ୍ତର୍ଗତ…

ମଧ୍ୟପ୍ରଦେଶ ଟ୍ରାଜେଡ଼ି: ୫ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୧୯।୯: ମଧ୍ୟପ୍ରଦେଶକୁ ବୁଲିବାକୁ ତଥା ଦେବଦର୍ଶନ ପାଇଁ ଯାଇଥିବା ଓଡ଼ିଶାର ଗୋଟିଏ ପରିବାରର ୭ ଜଣ ସଦସ୍ୟଙ୍କର ଏକ ମର୍ମନ୍ତୁଦ ଦୁର୍ଘଟଣାରେ ଅକାଳ ମୃତ୍ୟୁ ଘଟଣାରେ…

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ: ୨୨ ସେପ୍ଟେମ୍ବର ସୁଦ୍ଧା ଗଭୀର ଅବପାତ ରୂପ ନେବା ଆଶଙ୍କା

ଭୁବନେଶ୍ୱର, ୧୯।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ତାହାର ସଂଲଗ୍ନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଶନିବାର…

ଆରମ୍ଭ ହେଲା ଏସିଆନ ଗେମ୍ସ, ମନୁ ଭାକର, ପବନ ଶେରାଓ୍ବତ ନେଲେ ଭାରତର ନେତୃତ୍ୱ

ନାଗୋୟା,୧୯ା୯: ଦିନକର ସାଙ୍ଗଠନିକ ସ୍ଥାନୀୟ ମିଜୁହୋ ପାର୍କ ଆଥଲେଟିକ୍‌ ଷ୍ଟାଡିୟମରେ ରଙ୍ଗାରଙ୍ଗ ହାଇଟେକ୍‌ ଉଦ୍‌ଘାଟନୀ କାର୍ଯ୍ୟକ୍ରମ ସହ ୨୦ତମ ଏସିଆନ ଗେମ୍ସ ଆନୁଷ୍ଠାନିକ ଭାବେ ଆରମ୍ଭ ହୋଇଛି।…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?