Posted inଜାତୀୟ

ଚାଇନା-ପାକିସ୍ତାନକୁ କଡ଼ା ଜବାବ ଦେବ ରାଫାଲ

ଅମ୍ବାଲା, ୧୦।୯: ଏଣିକି ଏଲ୍‌ଓସି ଏବଂ ଏଲ୍‌ଏସିରେ ଚାଇନା-ପାକିସ୍ତାନକୁ କଡ଼ା ଜବାବ ମିଳିବ। ଯୁଦ୍ଧ ବିମାନ ରାଫାଲ ବୁଧବାର ଭାରତୀୟ ବାୟୁସେନାରେ ସାମିଲ ହୋଇଛି। ଅମ୍ବାଲାସ୍ଥିତ ବାୟୁସେନା ଘାଟିରେ ବିଧିବଦ୍ଧ ଭାବେ ରାଫାଲକୁ ବାୟୁସେନାରେ ସାମିଲ କରାଯାଇଛି। ବାୟୁସେନାର ୧୭ ସ୍କ୍ବାଡ୍ରନ୍‌ ଗୋଲଡେନ୍‌ ଏରୋର ଅଂଶବିଶେଷ ଭାବେ ରାଫାଲ ଏଣିକି ଶତ୍ରୁ ଶିବିରରେ ଆକ୍ରମଣ କରିବାକୁ ସକ୍ଷମ ହେବ। ଏହି ସ୍କ୍ବାଡ୍ରନ୍‌ରେ ୧୮ ରାଫାଲ ଯୁଦ୍ଧ ବିମାନ,୩ ଟ୍ରେନର ଏବଂ ୧୫ ଫାଇଟର ଜେଟ୍‌ ରହିବେ। ଆୟୋଜିତ ଏକ ସର୍ବଧର୍ମ ପୂଜାରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଫ୍ରାନ୍ସ୍‌ର ପ୍ରତିପକ୍ଷ ଫ୍ଲୋରେନ୍ସ ପାର୍ଲି ଯୋଗଦେଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ଏହି ଅବସରରେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ବିପିନ ରାୱତ୍‌, ବାୟୁସେନା ମୁଖ୍ୟ ଏୟାର ମାର୍ଶାଲ ଆର୍‌.କେ. ଏସ୍‌. ଭଦୌରିୟା, ପ୍ରତିରକ୍ଷା ସଚିବ ଡକ୍ଟର ଅଜୟ କୁମାର, ପ୍ରତିରକ୍ଷା ବିଭାଗ ସଚିବ ତଥା ଡିଆର୍‌ଡିଓ ଅଧ୍ୟକ୍ଷ ଜି. ଶତୀଶ ରେଡ୍ଡୀ ପ୍ରମୁଖ ଉପସ୍ଥିତ ଥିଲେ। ରାଫାଲକୁ ଓ୍ବାଟର କ୍ୟାନନ୍‌ରୁ ସଲାମୀ ଦିଆଯାଇଥିଲା। ୫ଟି ସୁଖୋଇ ବିମାନ ଫ୍ଲାଇପାଷ୍ଟ୍‌ରେ ଯୋଗଦେଇଥିଲେ। ଧ୍ରୁବ ହେଲିକପ୍ଟରର ସାରଙ୍ଗ ଟିମ୍‌ ମଧ୍ୟ ନିଜର ଉତ୍କର୍ଷତା ପ୍ରଦର୍ଶନ କରିଛନ୍ତି। ଏହା ସହିତ ଜାଗୁଆର, ତେଜସ୍‌ର ଡେଲ୍ଟା ଓ୍ବିଙ୍ଗ୍‌ ମଧ୍ୟ ନିଜ ନିଜର ସାମରିକ କଳା ପ୍ରଦର୍ଶନ କରିଛନ୍ତି। ରାଫାଲ ଦ୍ୱାରା ପରମାଣୁ ଆକ୍ରମଣ ମଧ୍ୟ କରାଯାଇ ପାରିବ। ଏଥିରେ ଟୁଓ୍ବିନ୍‌ ଇଞ୍ଜିନ୍‌ ରହିଛି। ରାଫାଲରେ ୧୨ ରାଉଣ୍ଡ୍‌ ସହିତ ୩୦ ଏମ୍‌ଏମ୍‌ ଫାୟାରିଂ ସୁବିଧା ରହିଛି। ଏକା ସମୟରେ ୯ ହଜାର କିଲୋଗ୍ରାମ୍‌ ସାମଗ୍ରୀ ବୋହିନେବାକୁ ଏହା ସକ୍ଷମ। ୧୦୦ କିଲୋମିଟର ଦୂରତା ମଧ୍ୟରେ ଏହା ଲକ୍ଷ୍ୟଭେଦ କରିବାକୁ ସକ୍ଷମ। ବାୟୁମାର୍ଗରେ ୧୫୦ କିଲୋମିଟର ଦୂରରୁ ଏହା ଦ୍ୱାରା ଲକ୍ଷ୍ୟଭେଦ କରାଯାଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମର ୯ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କ ଖାତାକୁ ଗଲା ୪୬୩ କୋଟି ୩୨ ଲକ୍ଷ ସୁଭଦ୍ରା ଟଙ୍କା, ବେବି-କବିତାଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇ…

ଛତ୍ରପୁର,୨୮ା୮(ଦିଲ୍ଲୀପ ସାମଲ): ପବିତ୍ର ରାଖି ପୂର୍ଣ୍ଣିମା ଅବସରରେ ଛତ୍ରପୁରସ୍ଥିତ ଗଞ୍ଜାମ ଜିଲା ପରିଷଦର ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲାସ୍ତରୀୟ ସୁଭଦ୍ରା ଯୋଜନାର ୫ମ କିସ୍ତି ଅର୍ଥରାଶି ବଣ୍ଟନ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

ଅବ୍ୟବସ୍ଥା ଘେରରେ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟ କେନ୍ଦ୍ର: ବର୍ଷା ଦିନେ ଛାତରୁ ଝରୁଛି ପାଣି

କର୍ଲାମୁଣ୍ଡା,୨୮।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତେରେସିଙ୍ଗା ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଛାତରୁ ବର୍ଷା ହେଲେ ପାଣି ଝରୁଥିବାରୁ ରୋଗୀ ଓ ସ୍ବାସ୍ଥ୍ୟକର୍ମୀ ଅସୁବିଧାରେ ପଡ଼ୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri