Posted inଜାତୀୟ

ରାଫାଲର ଗୃହପ୍ରବେଶ

ନୂଆଦିଲ୍ଲୀ, ୨୯।୭: ବହୁ ପ୍ରତିକ୍ଷୀତ ରାଫାଲ ଯୁଦ୍ଧ ବିମାନ ରାଫାଲ ବୁଧବାର ଭାରତରେ ଗୃହପ୍ରବେଶ କରିଛି। ଫ୍ରାନ୍ସ୍‌ରୁ ୭ ହଜାର କିଲୋମିଟର ଦୂରତା ଅତିକ୍ରମ ୫ଟି ରାଫାଲ ବିମାନ ଅପରାହ୍ନ ୧ଟା ୨୯ରେ ଭାରତୀୟ ବାୟୁସୀମାରେ ପ୍ରବେଶ କରିଥିଲେ। ବିମାନଗୁଡ଼ିକ ୟୁଏଇରୁ ଉଡ଼ାଣ ଆରମ୍ଭ କରିଥିଲେ। ଭାରତୀୟ ବାୟୁସୀମାରେ ପ୍ରବେଶ କରିବା ପରେ ଆଇଏନ୍‌ଏସ୍‌ କୋଲକାତା କଣ୍ଟ୍ରୋଲ ରୁମ୍‌ରୁ ବିମାନ ଗୁଡ଼ିକୁ ସ୍ବାଗତ କରାଯାଇଥିଲା। ହରିୟାଣାର ଅମ୍ବାଲା ଏୟାରବେସ୍‌ରେ ବିମାନ ଗୁଡ଼ିକ ଅପରାହ୍ନ ୩ଟା ୧୧ରେ ଅବତରଣ କରିଛନ୍ତି। ୫୫ ହଜାର ଫୁଟ ଉଚ୍ଚତାରୁ ରାଫାଲ ଶତ୍ରୁପକ୍ଷର ଶିବରକୁ ଧ୍ୱଂସ କରିବାକୁ ସକ୍ଷମ ହେବ। ଭାରତୀୟ ବାୟୁସେନାର ପ୍ରତିରକ୍ଷା ବୃଦ୍ଧି ଏହାଦ୍ୱାରା ବହୁଗୁଣା ବୃଦ୍ଧି ପାଇବ ବୋଲି କୁହାଯାଉଛି। ଚାଇନା ଏବଂ ପାକିସ୍ତାନ ପାଖରେ ଏଭଳି ବିକଶିତ ଯୁଦ୍ଧ ବିମାନ ନ ଥିବାରୁ ସେମାନଙ୍କ ଚିନ୍ତା ବଢ଼ିବାରେ ଲାଗିଛି। ରାଫାଲ ବିମାନର ଅବତରଣକୁ ଦୃଷ୍ଟିରେ ରଖି ଅମ୍ବାଲା ଏୟାରବେସ୍‌ ନିକଟବର୍ତ୍ତୀ ୪ଟି ଗାଁରେ ୧୪୪ ଧାରା ଜାରି କରାଯାଇଥିଲା। କେହି ଘର ଛାତ ଉପରକୁ ଯାଇ ପାରିବେ ନାହିଁ ବୋଲି ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

ଜାଲରେ ଛନ୍ଦି ହୋଇଥିଲା ୮ ଫୁଟର ଅଜଗର, ଟାମଣା ଘାଟି ଜଙ୍ଗଲରେ….

ଛତ୍ରପୁର,୪ା୧୦(ଦିଲ୍ଲୀପ ସାମଲ /ଦ୍ଵାରିକା ପଟ୍ଟନାୟକ): ଛତ୍ରପୁର ବ୍ଲକ ଅନ୍ତର୍ଗତ ଅନ୍ତନ୍ତପୁର ଓ ସୀତାରାମପୁର ଦେଇ ଯାଇଥିବା ଏକ ନାଳରୁ ୮ ଫୁଟିଆ ଅଜଗର ସାପ ଉଦ୍ଧାର କରାଯାଇଛି…

ଆମେରିକା-ଚାଇନାକୁ ନେଇ ବଡ଼ ଖୁଲାସା କଲେ ଜୟଶଙ୍କର, ବିଶ୍ବରେ ହଇଚଇ!

ନୂଆଦିଲ୍ଲୀ,୪।୧୦: ଭାରତର ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଆମେରିକା ଓ ଚାଇନାକୁ ନେଇ ବଡ଼ ମନ୍ତବ୍ୟ ଦେଇଛନ୍ତି । ୬୨ତମ ମ୍ୟୁନିକ୍ ସିକ୍ୟୁରିଟି କନଫରେନ୍ସରେ ଜୟଶଙ୍କର କହିଛନ୍ତି…

ବୈଭବ ସୂର୍ଯ୍ୟବଂଶୀଙ୍କ ବଡ଼ ଗୁମର ଖୋଲିଲେ ଆୟର, ସମୟ ଆସିଲେ….

ନୂଆଦିଲ୍ଲୀ,୪।୧୦: ୱେଷ୍ଟଇଣ୍ଡିଜ୍ ବିପକ୍ଷ ଟି-୨୦ ସିରିଜ୍‌ ପୂର୍ବରୁ ଭାରତୀୟ ଟି-୨୦ ଦଳର ଅଧିନାୟକ ଶ୍ରେୟସ ଆୟର ଦଳର ଖେଳ ରଣନୀତି ଓ ଯୁବ ଖେଳାଳି ବୈଭବ ସୂର୍ଯ୍ୟବଂଶୀଙ୍କୁ…

ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼, ବୈଠକ ସାରି ବାହାରିଲା ବେଳେ …

ଭୁବନେଶ୍ବର,୪।୧୦: ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଗାଡ଼ିକୁ ଟେକାମାଡ଼ ହୋଇଛି । ବୈଠକ ସାରି ଫେରୁଥିବା ବେଳେ କିଛି ବ୍ୟକ୍ତି ତାଙ୍କ ଗାଡି ଉପରକୁ ଟେକା ଫିଙ୍ଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?