ଭୁବନେଶ୍ୱରରେ ଦ୍ରୁତ ଗୋଷ୍ଠୀ ସଂକ୍ରମଣ

ଭୁବନେଶ୍ୱର, ୧୩।୫(ବ୍ୟୁରୋ):ରାଜ୍ୟରେ କରୋନା ନିୟନ୍ତ୍ରଣାଧୀନ କୁହାଯାଉଥିବାବେଳେ ରାଜଧାନୀ ଭୁବନେଶ୍ୱରରେ ସ୍ଥିତି ଦିନକୁ ଦିନ ଭୟଙ୍କର ହେବାକୁ ଲାଗିଛି। ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟାରେ ଦ୍ରୁତ ବୃଦ୍ଧି ଘଟୁଥିବାରୁ ଚିନ୍ତା ବଢ଼ିଛି। କିଛିଦିନ ହେବ ହଜାରେ ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିଲେ। ଏବେ ସହରରେ ୧୨ ଶହ ପାର୍‌ କରିଛି ଦୈନିକ ସଂକ୍ରମଣ। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ଚିହ୍ନଟଙ୍କ ମଧ୍ୟରୁ ୮୫ ପ୍ରତିଶତରୁ ଅଧିକ ହେଉଛନ୍ତି ସ୍ଥାନୀୟ ଆକ୍ରାନ୍ତ। ଗତ ୨୪ ଘଣ୍ଟାରେ ୧,୨୯୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କେବଳ ୧,୧୩୧ଜଣ ସ୍ଥାନୀୟ ଆକ୍ରାନ୍ତ ରହିଛନ୍ତି। ସ୍ଥାନୀୟ ଆକ୍ରାନ୍ତଙ୍କ ସଂଖ୍ୟାରେ ଏପରି ବୃଦ୍ଧି ରାଜଧାନୀରେ ଦ୍ରୁତଗତିରେ ଗୋଷ୍ଠୀ ସଂକ୍ରମଣ ହେଉଥିବା ଆଶଙ୍କା କରାଯାଉଛି। ଫଳରେ ଗୋଟିଏ ଗୋଟିଏ ଅଞ୍ଚଳରୁ ପୁଳାପୁଳା ପଜିଟିଭ୍‌ ବାହାରୁଛନ୍ତି। ନୂଆ ସ୍ଥାନୀୟ ଆକ୍ରାନ୍ତଙ୍କ ମଧ୍ୟରେ ନୟାପଲ୍ଲୀରୁ ୬୨, ପଟିଆରୁ ୫୭, ବଡ଼ଗଡ଼ରୁ ୪୬, ଝାରପଡ଼ାରୁ ୩୩, ଚନ୍ଦ୍ରଶେଖରପୁରରୁ ୩୪, ଖଣ୍ଡଗିରିରୁ ୪୪, ପୁରୁଣା ଭୁବନେଶ୍ୱରରୁ ୪୨, ଲକ୍ଷ୍ମୀସାଗରରୁ ୩୬, ବରମୁଣ୍ଡାରୁ ୩୪, ରସୁଲଗଡ଼ରୁ ୩୬, ମଞ୍ଚେଶ୍ୱର ୩୨, ସୁନ୍ଦରପଦାରୁ ୩୧, ଡୁମୁଡୁମାରୁ ୨୮, ଜୟଦେବ ବିହାରରୁ ୨୫, କଳ୍ପନା ୨୪, ୟୁନିଟ୍‌-୬ରୁ ୨୨, ଭରତପୁରରୁ ୧୯, ଶୈଳଶ୍ରୀ ବିହାରରୁ ୨୨, ଚକେଇସିଆଣୀରୁ ୧୯, ୟୁନିଟ୍‌-୩ରୁ ୧୮, ପୋଖରୀପୁଟରୁ ୧୫, ୟୁନିଟ୍‌-୨ରୁ ୧୨, ଟଙ୍କପାଣି ରୋଡ୍‌ରୁ ୧୮, ୟୁନିଟ୍‌-୯ରୁ ୧୮ଜଣ ରହିଛନ୍ତି। ଫଳରେ ଭୁବନେଶ୍ୱରରେ ଏବେ ମୋଟ ସଂକ୍ରମିତ ସଂଖ୍ୟା ୫୭,୦୬୬ରେ ପହଞ୍ଚତ୍ଛି। ବର୍ତ୍ତମାନ ୧୧,୧୭୮ ସକ୍ରିୟ ରୋଗୀ ରହିଥିବା ବିଏମ୍‌ସି ପକ୍ଷରୁ ସୂଚନା ଦିଆଯାଇଛି।
ବେପରୁଆ ମନୋଭାବ ଓ କାର୍ଯ୍ୟଧାରା ଯୋଗୁ ଲକ୍‌ଡାଉନ୍‌ ଓ ଶଟ୍‌ଡାଉନ୍‌ କଟକଣାରୁ ସୁଫଳ ମିଳୁନି। ଅମାନିଆମାନେ କରୋନା ନିୟମକୁ ଠିକ୍‌ରେ ଅନୁପାଳନ କରୁ ନ ଥିବାରୁ ସହରରେ ସ୍ଥିତି ଜଟିଳ ହେଉଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri