ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି

ନୂଆଦିଲ୍ଲୀ,୬।୪: ବର୍ତ୍ତମାନ ସମୟରେ ଦେଶର ଷ୍ଟାର୍ଟଅପ୍‌ ପ୍ରୋଗ୍ରାମ ଏକ ପ୍ରକାର ଆନ୍ଦୋଳନ ସୃଷ୍ଟି କରିଛି। ବିଶେଷକରି ଷ୍ଟାର୍ଟଅପ୍‌ କ୍ଷେତ୍ରରେ ଦ୍ରୁତ ଅଭିବୃଦ୍ଧି ଘଟୁଛି ଏବଂ ଆସନ୍ତା ୫ ବର୍ଷ ମଧ୍ୟରେ ଦେଶର ମୋଟ ଘରୋଇ ଉତ୍ପାଦ (ଜିଡିପି) ରେ ଏହାର ଅଭିବୃଦ୍ଧି ୫% ଛୁଇଁବ ବୋଲି ରାଉରକେଲା ସ୍ଥିତ ଜାତୀୟ ବୈଷୟିକ ଶିକ୍ଷାନୁଷ୍ଠାନ (ଏନ୍‌ଆଇଟି)ର ଛାତ୍ରୀଛାତ୍ରମାନଙ୍କ ସହ ଏକ ଭାବବିନିମୟ ଆଲୋଚନା କାର୍ଯ୍ୟକ୍ରମରେ ଯୋଗଦେଇ ଇଣ୍ଡିଆନ୍‌ ମେଟାଲ୍ସ ଆଣ୍ଡ ଫେରୋ ଆଲଏଜ ଲିମିଟେଡ୍‌(ଇମ୍ଫା)ର ପରିଚାଳନା ନିର୍ଦ୍ଦେଶକ ଶୁଭ୍ରକାନ୍ତ ପଣ୍ଡା ଏଭଳି କହିଛନ୍ତି। ଉକ୍ତ ଆଲୋଚନାରେ ପଣ୍ଡା କହିଥିଲେ, ବିଶ୍ୱ ଅର୍ଥନୀତିରେ ଭାରତର ଏକ ସ୍ବତନ୍ତ୍ର ସ୍ଥାନ ରହିଛି।

ଏପରିକି ବହୁତ ଶିଳ୍ପ ସମୃଦ୍ଧ ରାଷ୍ଟ୍ର ନିଜର ବିର୍ନିମାଣ ଶିଳ୍ପ ନିମନ୍ତେ ରପ୍ତାନି ବଜାର ଉପରେ ନିର୍ଭର କରୁଥିବା ବେଳେ ଜିଏସ୍‌ଟି ଯୋଗୁ ଭାରତରେ ଏକ ବୃହତ୍‌ ଏକକ ଘରୋଇ ବଜାର ରହିଛି। ଏପରିକି ଏକକ ଘରୋଇ ବଜାର ଏବଂ ଷ୍ଟାର୍ଟଅପ୍‌ ସମୂହ ଭାରତୀୟ ଅର୍ଥନୀତିର ପ୍ରମୁଖ ବୈଶିଷ୍ଟ୍ୟ ବୋଲି ସେ ମତପ୍ରକାଶ କରିଛନ୍ତି। ଏନ୍‌ଆଇଟି ବୋର୍ଡ ଅଫ୍‌ ଗଭର୍ନର ପରିଷଦରେ ଏକଦା ଇମ୍ଫାର ପ୍ରତିଷ୍ଠାତା ଡ. ବଂଶୀଧର ପଣ୍ଡା ସଦସ୍ୟ ଥିଲେ। ସ୍ବର୍ଗତ ପଣ୍ଡା ୨୦୦୨ରୁ ୨୦୦୭ ପର୍ଯ୍ୟନ୍ତ ପରିଷଦରେ କାର୍ଯ୍ୟ କରିଥିଲେ।

ଏପରିକି ପ୍ରତିଷ୍ଠାତାଙ୍କ ସ୍ମୃତିରେ ଇମ୍ଫା ଦ୍ବାରା ଅନୁଷ୍ଠାନ ପାଇଁ ଏକ ସ୍ବର୍ଣ୍ଣପଦକ ପ୍ରଦାନ କରାଯାଉଛି। ଏହି ସ୍ବର୍ଣ୍ଣପଦକ ପ୍ରତି ବର୍ଷ ଏନ୍‌ଆଇଟିର ମେଟାଲର୍ଜି ଆଣ୍ଡ ମ୍ୟାଟେରିଆଲ ଇଞ୍ଜିନିୟରିଂରେ ବି.ଟେକ୍‌ ପାଠ୍ୟକ୍ରମର ଟପ୍ପରଙ୍କୁ ପ୍ରଦାନ କରାଯାଉଛି। ଅନ୍ୟମାନଙ୍କ ମଧ୍ୟରେ ଫିକି ମହାନିର୍ଦ୍ଦେଶକ ଅରୁଣ ଚାୱଲା ଏବଂ ଏନ୍‌ଆଇଟି, ରାଉରକେଲାର ନିର୍ଦ୍ଦେଶକ ପ୍ରଫେସର କେ.ଉମାମହେଶ୍ୱର ରାଓ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ୧୭୬ ଶିକ୍ଷକଙ୍କୁ ମିଳିଲା ପଦୋନ୍ନତି, ଛୁଟିଲା ଶୁଭେଚ୍ଛା ବାର୍ତ୍ତା…

ମାଲକାନଗିରି,୫ା୯(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ଗୁରୁଦିବସ ଅବସରରେ ୧୭୬ଜଣ ଲେବଲ-୪ ପ୍ରାରମ୍ଭିକ ଶିକ୍ଷକଙ୍କୁ ଲେବଲ-୩କୁ ଶନିବାର ପଦୋନ୍ନତି ଦିଆଯାଇଛି। ଜିଲା ଶିକ୍ଷା ଅଧିକାରୀ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri