ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର,୨୧ା୮(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାର ଚୂଡ଼ାନ୍ତ ରାୟ ଗୁରୁବାର ପ୍ରକାଶ ପାଇଛି। ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଅଭିଯୁକ୍ତ ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଅଞ୍ଚଳର ମାଧବ ସ୍ବାଇଁ(୬୨)ଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ତାଙ୍କୁ ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିବା ସହ ୫ହଜାର ଟଙ୍କା ଜରିମାନା କରିଛନ୍ତି। ଜରିମାନା ଅନାଦାୟେ ଅଧିକ ୬ମାସ ସଶ୍ରମ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରାଯାଇଛି। ଜରିମାନା ଟଙ୍କା ପୀଡ଼ିତାଙ୍କୁ ଦିଆଯିବ। ସେହିପରି ପୀଡ଼ିତାଙ୍କୁ ୫ ଲକ୍ଷ ଟଙ୍କା ସହାୟତା ଦେବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ନିର୍ଦ୍ଦେଶ ହୋଇଛି।

ଗାଙ୍ଗପୁର ଥାନା ଅଞ୍ଚଳରେ ରହୁଥିବା ୬ ବର୍ଷର ନାବାଳିକା ୨୦୨୪ ମେ ୨୨ ତାରିଖ ଅପରାହ୍ନରେ ଏକ ଦୋକାନକୁ ଯାଇଥିବା ବେଳେ ସେଠାରେ ଛିଡା ହୋଇଥିବା ମାଧବ ତାଙ୍କୁ ଚକୋଲେଟ ଖାଇବାକୁ ଦେଇଥିଲେ। ପରେ ଆଉ ଅଧିକ ଚକୋଲେଟ ଦେବେ ବୋଲି ଲୋଭ ଦେଖାଇ ନାବାଳିକାଙ୍କୁ ଗାଁ ମୁଣ୍ଡ ଏକ ଖଳାକୁ ନେଇ ବଳାତ୍କାର କରିଥିଲେ। ସେଠାରୁ ନାବାଳିକା କାନ୍ଦି କାନ୍ଦି ଘରକୁ ଆସି ମା’ଙ୍କୁ ଘଟଣା ସମ୍ପର୍କରେ କହିଥିଲେ। ତାଙ୍କୁ ଚିକିତ୍ସା ପାଇଁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ପୀଡ଼ିତାଙ୍କ ମା’ ଘଟଣା ସମ୍ପର୍କରେ ପଚାରିବାକୁ ମାଧବଙ୍କ ଘରକୁ ଯାଇଥିବା ବେଳେ ସେ ଧମକାଇ ତଡ଼ି ଦେଇଥିଲେ। ଦୁଇଦିନ ପରେ ଘଟଣା ନେଇ ଥାନାରେ ଅଭିଯୋଗ ହୋଇଥିଲା। ପୋଲିସ ଏକ ମାମଲା(ନଂ.୩୦୬/୨୪) ରୁଜୁ କରି ମାଧବଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ମାମଲାର ବିଚାର ବେଳେ ୬ ଜଣଙ୍କ ବୟାନ ରେକର୍ଡ କରାଯାଇଥିଲା। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ମାମଲା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଇନା ଓ ମଇନା

ଆଇନା ସବୁବେଳେ ସତ କହେ! ହୋଇଥିବ ବୋଧେ! ଏକଥା ସତ ବୋଲି ବି ମୋତେ ଲାଗିଲା। ଯଦିଓ ମୁଁ ସବୁବେଳେ ଆଇନା ଦେଖି ମୋ ରୂପ ସଜାଏ।…

ବରିଷ୍ଠ ନାଗରିକଙ୍କୁ ତାଚ୍ଛଲ୍ୟ

ମନୁଷ୍ୟ ସ୍ବାଭାବିକ ଜୀବନଚକ୍ରରେ ନିର୍ଦ୍ଦିଷ୍ଟ ବର୍ଷ ଅତିକ୍ରମ ପରେ ବୃଦ୍ଧାବସ୍ଥା ପ୍ରାପ୍ତହୁଏ । ଅନେକ ମାତାପିତା ବୃଦ୍ଧାବସ୍ଥାରେ ଅବହେଳାର ଶିକାର ହେଉଥିବା ଅନୁଭବକରି ମିଳିତ ଜାତିସଂଘ ସେମାନଙ୍କର…

ଯୁଦ୍ଧରେ ଏବେ ପର୍ଯ୍ୟନ୍ତ କେତେ ସେନାଙ୍କୁ ହରାଇଲାଣି ଆମେରିକା? ନିଜେ ଦେଲା ବଡ଼ ଅପଡେଟ

ଓ୍ବାଶିଂଟନ,୧୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ଏବେ ପ୍ରାୟ ତିନି ସପ୍ତାହ ଧରି ଚାଲିଛି। ଏହି ସମୟ ମଧ୍ୟରେ, ଇରାନ ସହିତ ସଂଘର୍ଷରେ ଆହତ ହୋଇଥିବା ଆମେରିକୀୟ ସୈନ୍ୟଙ୍କ…

ଖଣି ବିରୋଧରେ ଗର୍ଜିଲେ ଜନତା

ବଲାଙ୍ଗୀର/ଲୋଇସିଂହା, ୧୭ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ): କିଛିଦିନ ପୂର୍ବରୁ ବଲାଙ୍ଗୀର ଜିଲାର ଲୋଇସିଂହା ବ୍ଲକ ଅନ୍ତର୍ଗତ ବିଅରପାଲି, ବବ୍‌ଜା, ପାଟଣାଗଡ ବ୍ଳକର ସାଲେପାଲି, ଭରତବାହାଲ, ଲରମ୍ଭା ଏବଂ…

ରନ୍ଧନ ଗ୍ୟାସ ସଂକଟ: ଆହାର କେନ୍ଦ୍ରରେ ଛାତ୍ରୀଛାତ୍ରଙ୍କୁ ମିଳୁ ଅତିରିକ୍ତ ଖାଦ୍ୟ

ବରଗଡ଼,୧୭ା୩(ପ୍ରେମାନନ୍ଦ ଖମାରୀ): ମଧ୍ୟପ୍ରାଚ୍ୟ ଯୁଦ୍ଧ ପ୍ରଭାବରେ ରନ୍ଧନ ଗ୍ୟାସ ସଂକଟ ଦେଖାଦେଇଛି। ଏହା ସାଧାରଣ ଜୀବନ ଜୀବିକାକୁ ମଧ୍ୟ ପ୍ରଭାବିତ କରିଛି। ଏଥିରୁ ସ୍କୁଲ, କଲେଜ ଛାତ୍ରୀଛାତ୍ର…

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ: ପରୀକ୍ଷା ଦେଲେ ୨୫ହଜାର ୫୨୮ ଶିକ୍ଷାର୍ଥୀ

ବରଗଡ଼,୧୭।୩(ପ୍ରେମାନନ୍ଦ ଖମାରୀ): ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ (ଉଲ୍ଲାସ) ଅନ୍ତର୍ଗତ ମୌଳିକ ସାକ୍ଷରତା ଏବଂ ସଂଖ୍ୟା ଜ୍ଞାନ ଦ୍ୱିତୀୟ ମୂଲ୍ୟାଙ୍କନ ପରୀକ୍ଷା (ଏଫଏଲଏନଏଟି-୨) ରବିବାର ବରଗଡ଼ ଜିଲାର ବିଭିନ୍ନ…

ଯୁଦ୍ଧ ମଧ୍ୟରେ ପରମାଣୁ ଅସ୍ତ୍ରକୁ ନେଇ ବଡ଼ ଚେତାବନୀ ଦେଲେଣି ଟ୍ରମ୍ପ, କହିଲେ ଯଦି ଇରାନକୁ ପରମାଣୁ ଅସ୍ତ୍ର ମିଳେ ତେବେ….

ଓ୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦେଶ ବିରୁଦ୍ଧରେ ନିଆଯାଇଥିବା ସାମ୍ପ୍ରତିକ ସାମରିକ କାର୍ଯ୍ୟାନୁଷ୍ଠାନକୁ ରକ୍ଷା କରିଛନ୍ତି। ସେ ଚେତାବନୀ…

୪ କୋଠରିରେ ବସୁଛନ୍ତି ୯ ଶ୍ରେଣୀର ପିଲା

ନୂଆପଡ଼ା,୧୭ା୩ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଠିକପାଲି ପଞ୍ଚାୟତ ଶୁକ୍ଲିମୁଣ୍ଡି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବିଭିନ୍ନ ସମସ୍ୟା ଦେଇ ଗତି କରୁଛି। ୧୯୫୮ମସିହାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri