ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲ

ବ୍ରହ୍ମପୁର,୨୫ା୪(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ୫ ମାସ ୨୦ ଦିନରେ ଚୂଡ଼ାନ୍ତ ରାୟ ପ୍ରକାଶ କରିଛନ୍ତି। ମାମଲାର ଅଭିଯୁକ୍ତ ନିମଖଣ୍ଡି ଥାନା ଅଞ୍ଚଳର ରାମ ସାହୁ(୫୬)ଙ୍କୁ ସେ ଦୋଷୀ ସାବ୍ୟସ୍ତ କରି ୨୦ ବର୍ଷ ଜେଲ ଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୮ ହଜାର ଟଙ୍କା ଜରିମାନା କରିଛନ୍ତି। ଏହା ଅନାଦାୟ ଦୋଷୀ ଅଧିକ ୯ ମାସ ସଶ୍ରମ କାରାଦଣ୍ଡ ଭୋଗିବେ। ଜରିମାନା ବାବଦ ଟଙ୍କା ପୀଡ଼ିତାଙ୍କୁ ପ୍ରଦାନ କରିବାକୁ ରାୟରେ ଉଲ୍ଲେଖ ରହିଛି। ସେହିପରି ପୀଡ଼ିତାଙ୍କୁ ୧୦ ଲକ୍ଷ ୫୦ ହଜାର ଟଙ୍କା ସହାୟତା ରାଶି ଦେବାକୁ ଜିଲା ଆଇନ ସେବା ପ୍ରାଧିକରଣ ସଚିବ (ଡିଏଲ୍‌ଏସ୍‌ଏ)ଙ୍କୁ ଜଜ୍‌ ନିର୍ଦ୍ଦେଶ ଦେଇଛନ୍ତି ।

୨୦୨୪ ନଭେମ୍ବର ୫ ତାରିଖରେ ନିମଖଣ୍ଡି ଥାନା ଅଞ୍ଚଳରେ ରହୁଥିବା ଜଣେ ୭ମ ଶ୍ରେଣୀ ଛାତ୍ରୀ ଘରେ ଏକାକୀ ଥିଲେ। ତାଙ୍କ ମା’, ବାପା ଓ ବଡ଼ ଭଉଣୀ କୌଣସି କାମରେ ବାହାରକୁ ଯାଇଥିଲେ। ଏହାର ସୁଯୋଗ ନେଇ ପଡ଼ୋଶୀ ତଥା ଅଭିଯୁକ୍ତ ରାମ ଘରେ ପଶି ନାବାଳିକାଙ୍କୁ ଭୟଭୀତ କରି ବଳାତ୍କାର କରିଥିଲେ। କିଛି ସମୟ ପରେ ନାବାଳିକାଙ୍କ ବଡ଼ଭଉଣୀ ଘରକୁ ଆସିଯିବାରୁ ରାମ ସେଠାରୁ ଦୌଡ଼ି ପଳାଇଥିଲେ। ପୀଡ଼ିତାଙ୍କ ମା, ବାପା ଘଟଣା ସମ୍ପର୍କରେ ଝିଅମାନଙ୍କଠାରୁ ଶୁଣି ଥାନାରେ ଅଭିଯୋଗ କରିଥିଲେ।

ପୋଲିସ ନଂ.୨୮୯/୨୪ରେ ମାମଲା ରୁଜୁ କରି ରାମଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଥିଲା। ତଦନ୍ତକାରୀ ଅଧିକାରୀ ଏସ୍‌ଆଇ ଜ୍ଞାନରଞ୍ଜନ ବେହେରା କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। ମାମଲାର ବିଚାର ବେଳେ ୮ ଜଣ ସାକ୍ଷୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଜଜ୍‌ ପ୍ରତ୍ୟକ୍ଷଦର୍ଶୀ ସାକ୍ଷୀଙ୍କ ବୟାନ ଓ ପୋଲିସର ଚାର୍ଜଶିଟକୁ ଆଧାର କରି ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ନାରାୟଣ ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଘରପଟ୍ଟା ପାଇଁ ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ବଳଦିଆଡ଼ିହ ଗ୍ରାମବାସୀ

ଗଞ୍ଜାମ,୨୧ା୮(ବିଦ୍ୟାଧର ସାହୁ): ଗଞ୍ଚାମ ବ୍ଲକ୍‌ ହୁମା ପଞ୍ଚାୟତ ଅନ୍ତର୍ଗତ ବଳଦିଆଡ଼ିହ ଗ୍ରାମର ଗ୍ରାମବାସୀମାନେ ହୁମା ପଞ୍ଚାୟତର ସମିତି ସଭ୍ୟ ଧ୍ରୁବ ଚରଣ ସାହୁଙ୍କ ନେତୃତ୍ୱରେ ଗଞ୍ଜାମ ତହସିଲଦାର…

ପ୍ରଧାନ ଶିକ୍ଷକଙ୍କ ବାଇକରେ ଥିବା ମଦ ବୋତଲ ଭାଇରାଲ: ପ୍ରଧନଶିକ୍ଷକ ନିଲମ୍ବିତ

ପାତ୍ରପୁର,୨୧ା୮(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ତୁରୁବୁଡି ପଞ୍ଚାୟତ ନୂଆଗଡ଼ ପ୍ରାଥମିକ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ ମିଳୁ…

ଦୁଇଟି ସନ୍ତାନର ବାପା ହେବା ପରେ ଶେଷରେ ପ୍ରେମିକାଙ୍କ ହାତ ଧରିଲେ ଅର୍ଜୁନ ରାମପାଲ, ଛୁଟୁଛି ଶୁଭେଚ୍ଛାର ସୁଅ

ମୁମ୍ବାଇ: ବିବାହ କରି ଚର୍ଚ୍ଚାକୁ ଆସିଛନ୍ତି ଆଉଜଣେ ଅଭିନେତା । ସେ ହେଲେ ବଲିଉଡ ଅଭିନେତା ଅର୍ଜୁନ ରାମପାଲ। ପ୍ରେମିକା ତଥା ସାଉଥ ଆଫ୍ରିକାନ ମଡେଲ ଫ୍ୟାଶନ…

ଅସ୍ତିତ୍ୱ ହରାଉଛି ପ୍ରାକୃତିକ ଜଳ ଉତ୍ସ ସୁନ୍ଦରନାଳ

କୁଆଁରମୁଣ୍ଡା,୨୧ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରନାଳ ହେଉଛି କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ପ୍ରବାହିତ ଏକ ପ୍ରାକୃତିକ ଜଳ ଉତ୍ସ। ଏହି ଜଳ ଉତ୍ସ କୁମଝରିଆ ପଞ୍ଚାୟତର ପଟୁଆ ବାହାଲ-ତାଲସେରା…

ଭଡା ଘରୁ ମିଳିଲା ପୋଲିସ କର୍ମଚାରୀଙ୍କ ମୃତଦେହ: ୩ ବର୍ଷ ହେଲା…

ଭବାନୀପାଟଣା,୨୧।୮(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହର ପୁରୁଣାପଡାର ଏକ ଭଡା ଘରୁ ଶୁକ୍ରବାର ଜଣେ ଡିଭିଏଫ(ଜିଲା ସ୍ୱେଚ୍ଛାସେବୀ ବାହିନୀ)ପୋଲିସ କର୍ମଚାରୀଙ୍କ ଝୁଲନ୍ତା ମୃତ ଦେହ…

ହୀରାକୁଦରେ ବନ୍ଦ ହେଲା ୮ ଗେଟ୍‌, ୭ ଗେଟ୍‌ରେ ହେଉଛି ବନ୍ୟାଜଳ ନିଷ୍କାସନ

ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍‌…

ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର

ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…

ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର 

ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri