ବଳାତ୍କାରୀଙ୍କୁ ୧୦ ବର୍ଷ, ସହଯୋଗୀଙ୍କୁ ୬ ବର୍ଷ ଜେଲ୍‌

ବାରିପଦା ଅଫିସ,୨୨।୧୨: ମୟୂରଭଞ୍ଜ ଜିଲା ବାରିପଦା ଅତିରିକ୍ତ ଜିଲା ଓ ଦୌରାଜଜ୍‌ ତଥା ସ୍ବତନ୍ତ୍ର ପୋକ୍‌ସୋ କୋର୍ଟରେ ବୁଧବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ ପାଇଛି। ଜଜ୍‌ ସୁମିତା ଜେନା ମାମଲାର ବିଚାର କରି ଦୋଷୀ ଶିବାନୀ ସିଂ(୨୫)ଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡ ସହ ୧୦ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ କରିଛନ୍ତି। ସେହିପରି ଘଟଣାରେ ସମ୍ପୃକ୍ତ ସହଯୋଗୀ ଶ୍ୟାମ ସୁନ୍ଦର ସିଂ(୩୧)ଙ୍କୁ ୬ ବର୍ଷ କାରାଦଣ୍ଡ ସହ ୩ହଜାର ଟଙ୍କା ଜରିମାନା ଓ ଅନାଦେୟ ଅଧିକ ୩ମାସ ଜେଲଦଣ୍ଡ ଭୋଗିବାକୁ ରାୟରେ ପ୍ରକାଶ କରିଛନ୍ତି  ।
୨୦୧୬ ମଇ ୧୨ ତାରିଖରେ ବୈଶିଙ୍ଗା ଥାନା ଅଞ୍ଚଳର ଜନୈକା ନାବାଳିକା ଶୌଚ ପାଇଁ ନିକଟସ୍ଥ କ୍ଷେତକୁ ଯାଇଥିଲେ। ସେତିକିେବେଳେ ଅଭିଯୁକ୍ତ ଶିବାନୀ ତାଙ୍କୁ ବଳାତ୍କାର କରିଥିଲେ। ଅନ୍ୟତମ ଅଭିଯୁକ୍ତ ଶ୍ୟାମ ସୁନ୍ଦର ପୀଡ଼ିତାଙ୍କ ମୁହଁକୁ ଚାପି ଧରିଥିଲେ। ଘଟଣା ବାବଦରେ ପରିବାର ଲୋକକୁ ଜଣାଇଲେ ଜୀବନରେ ମାରିଦେବୁ ବୋଲି ଉଭୟେ ଧମକ ଦେଇଥିଲେ। ହେଲେ ନାବାଳିକା ଜଣକ ଘଟଣା ସମ୍ପର୍କରେ ପରିବାର ଲୋକଙ୍କୁ ଜଣାଇଥିଲେ। ଏନେଇ ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ସରକାରୀ ଆଇନଜୀବୀ ଅଭିନ୍ନ କୁମାର ପଟ୍ଟନାୟକ ମାମଲା ପରିଚଳାନା କରୁଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri