ବଳାତ୍କାରୀଙ୍କୁ ୧୦ ବର୍ଷ କାରାଦଣ୍ଡ

ଫୁଲବାଣୀ ଅଫିସ, ୨୧ା୧: ଫୁଲବାଣୀ ଫାଷ୍ଟଟ୍ରାକ ସ୍ବତନ୍ତ୍ର କୋର୍ଟ ଅତିରିକ୍ତ ଜିଲା ଦୌରାଜଜ୍‌ ଭାସ୍କର ଚନ୍ଦ୍ର ସାହୁ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ କୋଟଗଡ ଥାନା ଅଞ୍ଚଳର ମୁକୁନ୍ଦ ମଲ୍ଲିକଙ୍କୁ ୧୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ୫୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅଧିକ ୬ ମାସ ଜେଲ ଦଣ୍ଡ ଭୋଗିବାକୁ ରାୟରେ ଉଲ୍ଲେଖ ରହିଛି।

କୋଟଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକା ସପ୍ତମ ଶ୍ରେଣୀ ଛାତ୍ରୀ ୨୦୧୬ ନଭେମ୍ବର ୧୬ତାରିଖରେ ଘରୁ ସ୍କୁଲ ଯାଉଥିଲେ। ହେଲେ ନାବାଳିକ ଜଣକ ପାହାଡିଆ ରାସ୍ତା ଦେଇ ଏକୁଟିଆ ଯାଉଥିବା ବେଳେ ମୁକୁନ୍ଦ ତାଙ୍କୁ ବଳାତ୍କାର କରିଥିଲେ। ଘଟଣା ବିଷୟରେ କାହାରିକୁ କହିଲେ ଜୀବନରେ ମାରି ଦେବାକୁ ଧମକ ଦେଇଥିଲେ। ହେଲେ ନାବାଳିକ ଜଣକ ପରିବାର ଲୋକଙ୍କୁ ଘଟଣା ସଂକ୍ରାନ୍ତରେ ଜଣାଇଥିଲେ। ଏନେଇ ପରିବାର ଲୋକେ ଥାନାରେ ଏକ ଅଭିଯୋଗ କରିଥିଲେ। ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ ପରେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ୧୪ ଜଣଙ୍କ ସାକ୍ଷ୍ୟ ପ୍ରମାଣକୁ ଆଧାର କରି ବିଚାରପତି ଉପରୋକ୍ତ ଦଣ୍ଡାଦେଶ ଶୁଣାଇଛନ୍ତି। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପିପି ବନମାଳୀ ବେହେରା ମାମଲା ପରିଚାଳନା କରୁଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ଲିଙ୍ଗରାଜ ମନ୍ଦିରରେ ଉଠିଲା ମହାଦୀପ: ନିର୍ଦ୍ଧାରିତ ସମୟ ପୂର୍ବରୁ ସମ୍ପନ୍ନ ହେଲା ନୀତିକାନ୍ତି

ଭୁବନେଶ୍ୱର,୧୫।୨: ପବିତ୍ର ମହାଶିବରାତ୍ରି ଅବସରରେ ଭୁବନେଶ୍ୱରର ପ୍ରସିଦ୍ଧ ଶ୍ରୀଲିଙ୍ଗରାଜ ମନ୍ଦିରରେ ମହାପ୍ରଭୁଙ୍କ ମହାଦୀପ ଉଠିଛି। ସବୁଠାରୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଚଳିତ ବର୍ଷ ପ୍ରଶାସନ ଓ ସେବାୟତଙ୍କ…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

ଏପ୍ରିଲରୁ ଲାଗୁ ହୋଇପାରେ ଭାରତ-ୟୁକେ ଚୁକ୍ତି, କଣ ଶସ୍ତା କଣ ମହଙ୍ଗା ହେବ ଜାଣନ୍ତୁ

ନୂଆଦିଲ୍ଲୀ,୧୫।୨: ଭାରତ ଏବଂ ୟୁକେ ମଧ୍ୟରେ ଜୁଲାଇ ୨୦୨୫ ରେ ସ୍ୱାକ୍ଷରିତ ହୋଇଥିବା ଭାରତ-ୟୁକେ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଏପ୍ରିଲ ୨୦୨୬ ରେ କାର୍ଯ୍ୟକାରୀ ହେବା ନେଇ…

ନୂଆ ଦାୟିତ୍ବ ଦେଲେ ନବୀନ, ଗଜପତି ଜିଲା ବିଜେଡି ମହିଳା ସଭାପତି ହେଲେ ସଂଯୁକ୍ତା ବେହେରା

ଗଜପତି,୧୫।୨(ଗିରିଧାରୀ ପରିଛା): ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଜପତି ଜିଲା ମହିଳା ବିଜେଡି ସଭାପତି ଭାବେ ସଂଯୁକ୍ତା ବେହେରାଙ୍କୁ ମନୋୟନ କରିଛନ୍ତି ।…

କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ, କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଦେହାନ୍ତ

କଟକ,୧୫ା୨:  ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ଗୀତା ପଟ୍ଟନାୟକଙ୍କ ପରଲୋକ । କଟକର ଏକ ଘରୋଇ ହସ୍ପିଟାଲ୍‌ରେ ଚିକିତ୍ସାଧୀନ ଅବସ୍ଥାରେ ଦେହାନ୍ତ ହୋଇଥିବା ସୂଚନା ରହିଛି । ଗତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri