ନାବାଳିକା ବଳାତ୍କାରୀଙ୍କୁ ୨୦ ବର୍ଷ ଜେଲଦଣ୍ଡ

ଜୟପୁର, ୧୭ା୩ (ନି.ପ୍ର.): କୋରାପୁଟ ଜିଲା ବୋରିଗୁମ୍ମା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ ଓ ବଳାତ୍କାର ମାମଲାର ବିଚାର ଗୁରୁବାର ଫାଷ୍ଟଟ୍ରାକ୍‌ ସ୍ପୋଶାଲ କୋର୍ଟରେ ହୋଇଛି। ଆଡହକ ଆଡିସନାଲ ସେସନ ଜଜ୍‌ ପ୍ରଦୀପ କୁମାର ସାସମଲ ମାମଲାର ରାୟ ଶୁଣାଣି କରି ୨ ଜଣଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ସେମାନେ ହେଲେ କୋଟପାଡ ଥାନା ଅନ୍ତର୍ଗତ କେନ୍ଦୁଗୁଡା ଗ୍ରାମର ସନ୍ତୋଷ ଆଲିୟାସ୍‌ ସତ୍ୟ ନାରାୟଣ ମାଝି ଓ ସୋମନାଥ ଆଲିୟାସ କନ୍ଦ।

ମୁଖ୍ୟ ଅଭିଯୁକ୍ତ ସନ୍ତୋଷଙ୍କୁ ୨ଟି ଦଫାରେ ବିଚାରପତି ୨୦ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୧୫ ହଜାର ଟଙ୍କା ଆର୍ଥତ୍କ ଜରିମାନା କରାଯାଇଛି। ଏହା ଅନାଦାୟ ହେଲେ ଅଧିକ ୯ ମାସ ଜେଲଦଣ୍ଡ ଭୋଗିବାକୁ ରାୟରେ କହିଛନ୍ତି । ମାମଲାର ସହଯୋଗୀ ସୋମନାଥଙ୍କୁ ୩ ବର୍ଷ ସଶ୍ରମ କାରାଦଣ୍ଡ ସହ ୫ ହଜାର ଟଙ୍କା ଜରିମାନା କରାଯାଇଛି। ଜରିମାନା ଅର୍ଥ ଅନାଦାୟ ହେଲେ ଅଧିକ ୩ ମାସ ଦଣ୍ଡ ଭୋଗିବାକୁ ବିଚରପତି ରାୟରେ କହିଛନ୍ତି । ଆଇନସେବା ପ୍ରାଧିକରଣ ପକ୍ଷରୁ ପୀଡିତାଙ୍କୁ ୨ ଲକ୍ଷ ଟଙ୍କା ଆର୍ଥତ୍କ ସହାୟତା ପ୍ରଦାନ କରିବାକୁ କୁହାଯାଇଛି। ଏଥିସହ ଦୋଷୀମାନଙ୍କ ଠାରୁ ଆଦାୟ ହେବାକୁ ଥିବା ୨୦ ହଜାର ଟଙ୍କା ମଧ୍ୟ ପୀଡ଼ିିତାଙ୍କୁ ଦେବାକୁ ବିଚାରପତି ସାସମଲ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାରେ ୧୧ ଜଣ ସାକ୍ଷ୍ୟ ଦେଇଥିଲେ। ସରକାରଙ୍କ ପକ୍ଷରୁ ସ୍ବତନ୍ତ୍ର ପବ୍ଲିକ ପ୍ରସିକ୍ୟୁଟର ଗାୟତ୍ରୀ ଦେବୀ ମାମଲା ପରିଚାଳନା କରୁଥିଲେ।

ସୂଚନାଯୋଗ୍ୟ,୨୦୧୪ ମେ’ ୧୫ରେ ବୋରିଗୁମ୍ମା ଅଞ୍ଚଳର ଜଣେ ନାବାଳିକା ବଜାରକୁ ଯାଉଥିଲେ। ସେତିକିବେଳେ ଅଭିଯୁକ୍ତ ସନ୍ତୋଷ ଏବଂ ସହଯୋଗୀ ସୋମନାଥ ନାବାଳିକାଙ୍କୁ ଅପହରଣ କରି ଏକ ବୋଲେରୋ ଗାଡିରେ ଜଗଦଲପୁର ନେଇ ଏକ ଘରେ ରଖିଥିଲେ। ସେଠାରେ ନାବାଳିକାଙ୍କୁ ବଳାତ୍କାର କରିଥିଲେ। ପୀଡ଼ିତାଙ୍କ ପରିବାର ପକ୍ଷରୁ ବୋରିଗୁମ୍ମା ଥାନାରେ ମେ’ ୨୫ରେ ଅଭିଯୋଗ ହୋଇଥିଲା। ଅଭିଯୋଗକୁ ଭିତ୍ତିକରି ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଥିଲା। ପୋଲିସ ଜଗଦଲପୁରରୁ ନାବାଳିକାଙ୍କୁ ଉଦ୍ଧାର କରି ୨ ଅଭିଯୁକ୍ତଙ୍କୁ ଗିରଫ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

୧ ଲିଟର ପେଟ୍ରୋଲ ବିକ୍ରିରେ କେତେ ଟଙ୍କା ପାଆନ୍ତି ପେଟ୍ରୋଲ ପମ୍ପ ମାଲିକ? ଜାଣିଲେ ଆଶ୍ଚର୍ଯ୍ୟ ହେବେ…

ନୂଆଦିଲ୍ଲୀ,୨୮।୮: ଯଦି ଆପଣ ଭାବୁଛନ୍ତି ଯେ ପେଟ୍ରୋଲ ପମ୍ପ ମାଲିକ ଟ୍ୟାଙ୍କର ଭର୍ତ୍ତି ପେଟ୍ରୋଲ ଆଣି ପ୍ରତି ଲିଟରରେ ୧୦-୧୨ ଟଙ୍କା ରୋଜଗାର କରନ୍ତି, ତେବେ ତାହା…

ସେପ୍ଟେମ୍ବରରେ ବଦଳିବ ବଡ଼ ଗ୍ରହଙ୍କ ଚଳନ: ୮ ରାଶିଙ୍କୁ ମିଳିବ ଶୁଭଫଳ, ୪ ରାଶି ରୁହନ୍ତୁ ସତର୍କ

ଜ୍ୟୋତିଷ ଦୃଷ୍ଟିରୁ ସେପ୍ଟେମ୍ବର ମାସକୁ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନେ କରାଯାଉଛି। ଏହି ମାସରେ ୪ଟି ବଡ଼ ଗ୍ରହ ନିଜ ରାଶି ପରିବର୍ତ୍ତନ କରିବେ। ମାସ ଆରମ୍ଭରେ…

ପାଣିଡଙ୍ଗର ଜଳ ପ୍ରକଳ୍ପ ଦାବିରେ ଗଣ ପ୍ରତିବାଦ

ଗୁଣପୁର,୨୮ା୮(ସୁଜାତା ପାଢ଼ୀ): ସିପିଆଇ (ଏମ୍‌ଏଲ) ଲିବରେଶନ ପକ୍ଷରୁ ବଂଶଧାରା ନଦୀ ଗୁଡ଼ାରୀର ପାଣି ଡଙ୍ଗରଠାରେ ଜଳ ପ୍ରକଳ୍ପ ନିର୍ମାଣ ଦାବିରେ ଶୁକ୍ରବାର ଗୁଣପୁର ନୂଆ ବସ୍‌ଷ୍ଟାଣ୍ଡଠାରେ ଏକ…

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri