ବଳାତ୍କାରୀଙ୍କୁ ୩ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୯ା୨: ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ ଅନୁପ ରଞ୍ଜନ ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲା ଶୁଣାଣି କରିଥିଲେ। ପ୍ରମାଣ ମିଳଥିବାରୁ କାଳୁ ବେହେରା (୩୨)ଙ୍କୁ ସେ ୩ ବର୍ଷ ଜେଲଦଣ୍ଡରେ ଦଣ୍ଡିତ କରିଛନ୍ତି। ସେହିପରି ୭ ହଜାର ଟଙ୍କା ଜରିମାନା ଦେବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଜରିମାନା ଅନାଦାୟ ଅତିରିକ୍ତ ୩ ମାସ ଜେଲ ଦଣ୍ଡରେ ଦଣ୍ଡିତ ହେବେ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଅନ୍ୟପଟେ ପୀଡ଼ିତାଙ୍କୁ ୫ଲକ୍ଷ ଆର୍ଥିକ ସହାୟତା ରାଶି ପ୍ରଦାନ କରିବାକୁ ଆଇନ ସେବା ପ୍ରାଧିକରଣ ସଚିବଙ୍କୁ ଜଜ ନିର୍ଦ୍ଦେଶ ଦେଇଥିବା ସ୍ବତନ୍ତ୍ର ସ୍ବତନ୍ତ୍ର ପିପି ନାରାୟଣ ପଣ୍ଡା ସୂଚନା ଦେଇଛନ୍ତି। ପ୍ରକାଶ ଯେ, ୨୦୧୫ ସେପ୍ଟେମ୍ବର ୮ ତାରିଖ ରାତିରେ ନାବାଳିକା ଜଣକ ଘରେ ଶୋଇଥିବା ବେଳେ ତାଙ୍କୁ ଅପହରଣ କରାଯାଇଥିଲା। ପରିବାର ଲୋକ ଝିଅକୁ ଖୋଜାଖୋଜି କରିବା ପରେ ଶେଷରେ କେ.ନୂଆଗାଁ ଥାନାରେ ଅଭିଯୋଗ କରିଥିଲେ। ପୋଲିସ ଘଟଣାର ୯ମାସ ପରେ ପୀଡ଼ିତାଙ୍କୁ ଉଦ୍ଧାର କରିବା ସହ ଅଭିଯୁକ୍ତ କାଳୁଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ପରେ ତଦନ୍ତକାରୀ ଅଧିକାରୀ ତଥା ତତ୍କାଳୀନ ଚିକିଟି ଏସଡ଼ିପିଓ ପ୍ରକାଶ ଚନ୍ଦ୍ର ଜେନା କୋର୍ଟରେ ଚାର୍ଜଶିଟ ଦାଖଲ କରିଥିଲେ। କିଛି ମାସ ପରେ ଅଭିଯୁକ୍ତ କାଳୁଙ୍କୁ ଜାମିନ ମିଳିଥିଲା। ଏହି ମାମଲାର ବିଚାର ବେଳେ ଅଭିଯୁକ୍ତ କାଳୁଙ୍କୁ କୋର୍ଟରେ ହାଜର କରାଯାଇଥିଲା। ଉକ୍ତ ଚାର୍ଜସିଟ ଓ ୧୪ ଜଣ ସାକ୍ଷୀଙ୍କ ବୟାନକୁ ଆଧାର କରି ଉପଯୁକ୍ତ ପ୍ରମାଣ ମିଳିଥିବାରୁ ଅଭିଯୁକ୍ତଙ୍କୁ ଜଜ ଉପରୋକ୍ତ ଦଣ୍ଡାଦେଶ ନିର୍ଦ୍ଦେଶ ଦେଇଛନ୍ତି। ସରକାରଙ୍କ ପକ୍ଷରୁ ପିପି ପଣ୍ଡା ମକଦ୍ଦମା ପରିଚାଳନା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Ayushman Card: ବର୍ଷକୁ କେବଳ ଏତିକି ଥର ମିଳେ ମାଗଣା ଚିକିତ୍ସା, ନିୟମ ନ ଜାଣିଲେ ପକେଟରୁ ବାଜିବ ଟଙ୍କା!

ନୂଆଦିଲ୍ଲୀ,୯।୧୨: ଭାରତରେ ସାଧାରଣ ଲୋକଙ୍କ ପାଇଁ ସ୍ୱାସ୍ଥ୍ୟସେବା ସୁଲଭ କରିବା ପାଇଁ ସରକାର ଅନେକ ପ୍ରମୁଖ ପଦକ୍ଷେପ ନେଇଛନ୍ତି, ଯାହା ମଧ୍ୟରୁ ସବୁଠାରୁ ପ୍ରମୁଖ ହେଉଛି...

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ବଡ଼ ପରିବର୍ତ୍ତନ: ବଦଳିଲା ପ୍ରମୁଖ ବିଷୟର ତାରିଖ

ଭୁବନେଶ୍ୱର,୯ା୧୨: ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ମଙ୍ଗଳବାର ୨୦୨୬ ମସିହା ପାଇଁ ହେବାକୁ ଥିବା ଯୁକ୍ତ ଦୁଇ ବାର୍ଷିକ ପରୀକ୍ଷା ସୂଚୀରେ କିଛି...

ଓଡ଼ିଶାକୁ ‘ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାର

ଭୁବନେଶ୍ୱର,୯ା୧୨: ହାଇଦ୍ରାବାଦରେ ଆୟୋଜିତ ତିନି ଦିନିଆ ଇଣ୍ଡିଆ ଇଣ୍ଟରନ୍ୟାସନାଲ ଟ୍ରାଭେଲ ମାର୍ଟ (IITM) ରେ ଓଡ଼ିଶାକୁ ‘ଭାରତରେ ଶ୍ରେଷ୍ଠ ବନ୍ୟଜୀବ ସଂରକ୍ଷଣ ପ୍ରୟାସ’ ପୁରସ୍କାରରେ ସମ୍ମାନିତ...

ବାରବାଟୀ ମ୍ୟାଚ ଭିତରେ ବଡ଼ ଘୋଷଣା, ପୁଣି T20 ପାଇଁ ଟିମ୍‌ ଇଣ୍ଡିଆର ଟିମ୍‌ ଘୋଷଣା, ଦଳରେ ଅଛନ୍ତି…

ନୂଆଦିଲ୍ଲୀ,୯।୧୨: ବିଶ୍ୱ ଚାମ୍ପିଅନ ଟିମ ଇଣ୍ଡିଆ ଖୁବଶୀଘ୍ର ପଡ଼ିଆକୁ ଫେରିବାକୁ ଯାଉଛି। ପ୍ରଥମ ଥର ପାଇଁ ICC ମହିଳା ବିଶ୍ୱକପ ଜିତିଥିବା ଭାରତୀୟ କ୍ରିକେଟ ଦଳ...

India vs South Africa: ବାରବାଟୀରେ କେତେଥର ଜିତିଛି ଭାରତ? ଶୁଣିଲେ ତାଜୁବ ହେବେ

କଟକ,୯ା୧୨: ବାରବାଟୀ ବ୍ୟାଟଲ୍‌ ପାଇଁ ମୈଦାନ ତୟାର । ଖଚାଖଚ୍ ଦର୍ଶକ ଭରା ଷ୍ଟାଡିୟମରେ ଫଟାଫଟ କ୍ରିକେଟର ମଜା । ଭାରତ ଏବଂ ଦକ୍ଷିଣ ଆଫ୍ରିକା...

ପୁଣି ଭାଗ ଭାଗ ହୋଇଯିବ ପାକିସ୍ତାନ: ସ୍ୱତନ୍ତ୍ର ସିନ୍ଧୁଦେଶ ଦାବି କରାଚୀରେ ହିଂସା

ନୂଆଦିଲ୍ଲୀ,୮।୧୨: ୧୯୭୧ ମସିହାରେ ପୂର୍ବ ପାକିସ୍ତାନକୁ ହରାଇବା ପରେ ପାକିସ୍ତାନରେ ପୁଣି ଥରେ ପ୍ରାଦେଶିକ ବିଭାଜନ ନେଇ ଜୋରଦାର ଆଲୋଚନା ଚାଲିଛି। ଦେଶରେ ଉତ୍ତମ ଶାସନ...

ମାଲକାନଗିରିରେ ବଢ଼ିଲା ଇଣ୍ଟରନେଟ କଟକଣା

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ଆର୍‌ଡିଙ୍କ ଅଚାନକ କଲେଜ ପରିଦର୍ଶନ

ଭଞ୍ଜନଗର,୯।୧୨(ବାବୁଲା ପ୍ରଧାନ): ବ୍ରହ୍ମପୁର ଆଞ୍ଚଳିକ ଉଚ୍ଚ ଶିକ୍ଷା ନିର୍ଦ୍ଧେଶକ(ଆର୍‌ଡି) ପ୍ରଫେସର ଡ.ନାରାୟଣ ବେହେରା ମଙ୍ଗଳବାର ଅଚାନକ ଭଞ୍ଜନଗର ସହରରେ ଥିବା ୩ ପ୍ରମୁଖ କଲେଜ କବି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri