ଆଇନଜୀବୀଙ୍କ ମସ୍ତିଷ୍କରେ ବିରଳ ଅସ୍ତ୍ରୋପଚାର ସଫଳ: ମୁଣ୍ଡରୁ ବାହାରିଲା ୩ ଶହ ଗ୍ରାମର ଓଜନର…ଡାକ୍ତର ଆଶ୍ଚର୍ଯ୍ୟ

ଦିଗପହଣ୍ଡି,୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ର ଜଣାଶୁଣା ଆଇନଜୀବୀ ତଥା ଖେମୁଣ୍ଡି ଓକିଲ ସଂଘର ପୂର୍ବତନ ସଭାପତି ହରପ୍ରସାଦ ରଥଙ୍କ ମସ୍ତିଷ୍କରେ ଟ୍ୟୁମର ହୋଇଥିବାରୁ ତାଙ୍କୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ସ୍ନାୟୁଶଲ୍ୟ ବିଭାଗରେ ଭର୍ତ୍ତି କରାଯାଇଥିଲା। ସେଠାରେ ସ୍ନାୟୁଶଲ୍ୟ ବିଭାଗୀୟ ମୁଖ୍ୟ ପ୍ରଫେସର ଡା. ରବି ନାରାୟଣ ପଣ୍ଡାଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଆସିଷ୍ଟାଣ୍ଟ ପ୍ରଫେସର ଡା. ଦେବଦତ୍ତ ସେନାପତି, ଡା. ଦେବଶ୍ରୀ ମହାପାତ୍ର, ଡା. ତୁଷାର କାନ୍ତ ରଥ, ଡା. ପି. ହରିପ୍ରସାଦ ପ୍ରମୁଖଙ୍କୁ ଏକ ଡାକ୍ତରୀ ଟିମ ହରପ୍ରସାଦଙ୍କ ମସ୍ତିଷ୍କରେ ଦୀର୍ଘ ଦିନରୁ ରହିଥିବା ପ୍ରାୟ ୩ ଶହ ଗ୍ରାମ ଓଜନର ଏକ ମାଂସ ପିଣ୍ଡୁଳା(ଟ୍ୟୁମର)କୁ ପ୍ରାୟ ୩ ଘଣ୍ଟାର ଅପରେଶନ ପରେ ବାହାର କରିବାରେ ସଫଳ ହୋଇଛନ୍ତି। ନିଶ୍ଚେତକ ବିଭାଗୀୟ ମୁଖ୍ୟ ଡା. ସଂଜୀବ ପାତ୍ର ଏବଂ ତାଙ୍କ ସହଯୋଗୀ ଅସ୍ତ୍ରୋପଚାର ସମୟରେ ଉପସ୍ଥିତ ଥିଲେ। ଏହି ସଫଳ ଅସ୍ତ୍ରୋପଚାର ପରେ ହରପ୍ରସାଦ ଏବଂ ତାଙ୍କ ପରିବାର ଲୋକେ ସ୍ନାୟୁ ଶଲ୍ୟ ବିଭାଗର ଡାକ୍ତରୀ ଟିମଙ୍କ ସମେତ ଅସ୍ତ୍ରୋପଚାର ଓ ଚିକିତ୍ସା ଦିଗରେ ସହାୟତା ଯୋଗାଇ ଦେଇଥିବା ସମସ୍ତ କର୍ମଚାରୀଙ୍କୁ ସାଧୁବାଦ ଜଣାଇବା ସହ ବିଭିନ୍ନ କ୍ଷେତ୍ରରେ ସହାୟତା ପାଇଁ ବ୍ରହ୍ମପୁର ବଡ଼ ମେଡିକାଲ କଲେଜ ପରିଚାଳନା ଅଧିକ୍ଷୀକା ଡା. ସୁଚିତ୍ରା ଦାସ ଏବଂ ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତିଭାସନଙ୍କୁ କୃତଜ୍ଞତା ଜଣାଇଛନ୍ତି। ବର୍ତ୍ତମାନ ହରପ୍ରସାଦଙ୍କୁ ଅପରେଶନ ପରବର୍ତ୍ତୀ ନିରୀକ୍ଷଣରେ ରଖାଯାଇଥିବା ବିଭାଗୀୟ ମୁଖ୍ୟ ଡା.ରବି ନାରାୟଣ ପଣ୍ଡା ପ୍ରକାଶ କରିଛନ୍ତି। ଏହି ବିରଳ ଅସ୍ତ୍ରୋପଚାର ସଫଳ ହୋଇଥିବାରୁ ଖେମୁଣ୍ଡି ଓକିଲ ସଂଘ ପକ୍ଷରୁ ଡାକ୍ତରୀ ଟିମର ସମସ୍ତ ସଦସ୍ୟା ସଦସ୍ୟଙ୍କୁ ଅଭିନନ୍ଦନ ଜଣାଇବା ସହ ହରପ୍ରସାଦଙ୍କ ଆଶୁ ଆରୋଗ୍ୟ କାମନା କରାଯାଇଛି ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗୁରୁଦିବସରେ ଶିକ୍ଷା,ଶିକ୍ଷକ ଓ ଶିକ୍ଷାୟତନ

ଦିଗପହଣ୍ଡି,୫|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୁଞ୍ଜିକଂୟା ଛକ ସ୍ଥିତ ନନ୍ଦିଘୋଷ କଲ୍ୟାଣ ମଣ୍ଡପ ସଭାଗୃହରେ ସ୍ଥାନୀୟ ଗଣ ଅଧିକାର ଓ ଆଇନ ସୁରକ୍ଷା ମଞ୍ଚ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

‘ଝିଅଙ୍କୁ ସ୍କର୍ଟ ପିନ୍ଧାଇ ସ୍କୁଲ ଛାଡନ୍ତୁନି’… ସ୍ୱାସ୍ଥ୍ୟମନ୍ତ୍ରୀ ଦେଲେ ଏମିତି ବୟାନ, ହେଉଛି ଚର୍ଚ୍ଚା

କୋଲକାତା,୫।୯: ପଶ୍ଚିମବଙ୍ଗର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ଶରଦ୍ୱତ ମୁଖାର୍ଜୀ ରାଜ୍ୟର ସମସ୍ତ ସ୍କୁଲକୁ ପରାମର୍ଶ ଦେଇଛନ୍ତି ଯେ, ଡେଙ୍ଗୁ ଋତୁରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ହାତ-ଗୋଡ଼ ସମ୍ପୂର୍ଣ୍ଣ ଘୋଡ଼ାଇ ହୋଇ…

ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ

ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ…

୫ ଦିନ ହେଲା ‘ଆଜି ନୁହେଁ, କାଲି ଦେବୁ’ କହି ଭଣ୍ଡାଉଛନ୍ତି ଗ୍ୟାସ ବିତରକ: ସିଲିଣ୍ଡର ରଖି ଗ୍ରାହକଙ୍କ ରାସ୍ତାରୋକ

ରାଜନଗର, ୫।୯(ଭାସ୍କର ରାଉତରାୟ): ଦୀର୍ଘଦିନ ଧରି ରାଜନଗର ଅଞ୍ଚଳରେ ଗ୍ୟାସ ଯୋଗାଣକୁ ନେଇ ଗ୍ରାହକମାନେ ନାନା ସମସ୍ୟାର ସମ୍ମୁଖୀନ ହେଉଥିବା ଅଭିଯୋଗ ହୋଇଛି। ଗ୍ୟାସ ବିତରକମାନେ ବିଭିନ୍ନ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri