ଜନ୍ମନେଲେ ଅଜବ ଶିଶୁ: ରହିଛି ୨୫ ଆଙ୍ଗୁଠି

ବେଙ୍ଗାଲୁରୁ,୨୪।୭:କର୍ନାଟକର ବାଗଲକୋଟ ଜିଲାର ବନହଟ୍ଟି ଅଞ୍ଚଳର ସନ୍‌ସାଇନ ମଲ୍ଟି ସ୍ପେଶିଆଲିଟି ହସ୍ପିଟାଲରେ ମଙ୍ଗଳବାର ୨୫ ଆଙ୍ଗୁଠି ଥିବା ଏକ ଦୁର୍ଲଭ ଶିଶୁ ଜନ୍ମ ହୋଇଛି। ଏହି ଶିଶୁର ୨ ହାତରେ ୧୩ଟି ଆଙ୍ଗୁଠି ଥିବା ବେଳେ ୨ ପାଦରେ ୧୨ଟି ଆଙ୍ଗୁଠି ରହିଛି। ସେହିପରି ଶିଶୁର ବାମ ହାତରେ ୭ ଆଙ୍ଗୁଠି ଥିବା ସହ ଡାହାଣ ହାତରେ ୬ ଆଙ୍ଗୁଠି ରହିଛି। ଉଭୟ ବାମ ଓ ଡାହାଣ ପାଦରେ ୬ଟି ଲେଖାଏ ଆଙ୍ଗୁଠି ରହିଛି।
ତେବେ ନବଜାତକର ଜନ୍ମରେ ମା’ ଭାରତୀ(୩୫) ଓ ବାପା ଗୁରପ୍ପା କୋନୁର ଖୁସି ଅଛନ୍ତି। ଶିଶୁର ଏତେ ସଂଖ୍ୟକ ଆଙ୍ଗୁଠି ଥିବାକୁ ସେମାନେ ଭଗବାନଙ୍କର ଆଶୀର୍ବାଦ ବୋଲି କହିଛନ୍ତି। ତେବେ କ୍ରୋମୋଜୋମରେ ଅସନ୍ତୁଳନ ଦେଖାଯିବା ଯୋଗୁ ଏଭଳି ବ୍ୟତିକ୍ରମ ଘଟିଥାଏ ବୋଲି ସନ୍‌ସାଇନ୍‌ ହସ୍ପିଟାଲର ପ୍ରସୂତି ତଥା ସ୍ତ୍ରୀରୋଗ ବିଶେଷଜ୍ଞ ଡକ୍ଟର ପାର୍ବତୀ ହିରେମାଥ କହିଛନ୍ତି। ଡାକ୍ତରୀ ଭାଷାରେ ଏହି ବିରଳ ଜେନେଟିକ୍‌ ଡିସ୍‌ଅର୍ଡରକୁ ପଲିଡାକ୍ଟିଲି କୁହାଯାଏ। ଏହା ଯୋଗୁ ନବଜାତ ଶିଶୁର ଅଧିକ ସଂଖ୍ୟାରେ ଆଙ୍ଗୁଠି ଥାଏ ବୋଲି ଡକ୍ଟର ପାର୍ବତୀ କହିଛନ୍ତି। ତେବେ ବର୍ତ୍ତମାନ ଉଭୟ ନବଜାତ ଶିଶୁ ଓ ତା’ର ମା’ ସୁସ୍ଥ ଅଛନ୍ତି। ତଥାପି ଉଭୟଙ୍କୁ କିଛି ଦିନ ପର୍ଯ୍ୟନ୍ତ ଯତ୍ନନେବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧ ଭିତରେ ଟ୍ରମ୍ପଙ୍କ ବଡ଼ ଘୋଷଣା, ଇରାନ ବିରୋଧରେ ୫ ଦିନ ଯୁଦ୍ଧ ସ୍ଥଗିତ ରଖିଲା ଆମେରିକା

ନୂଆଦିଲ୍ଲୀ,୨୩।୩: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଘୋଷଣା କରିଛନ୍ତି ଯେ ସେ ଆଗାମୀ ପାଞ୍ଚ ଦିନ ପାଇଁ ଇରାନର ଏନର୍ଜୀ ଭିତ୍ତିଭୂମି ଉପରେ ଆକ୍ରମଣ ଯୋଜନାକୁ ସ୍ଥଗିତ…

ମୃତଦେହ ସହିତ ୧୩ ଘଣ୍ଟା ଉଡିଲା ବିମାନ, ହେଲେ ଜରୁରୀକାଳୀନ ଅବତରଣ କଲେନି ପାଇଲଟ, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୨୩।୩: ହଂକଂରୁ ଲଣ୍ଡନ ଯାଉଥିବା ବ୍ରିଟିଶ ଏୟାରୱେଜ ବିମାନ BA32ରେ ଏକ ଏଭଳି ଘଟଣା ଘଟିଛି, ଯାହା ବିମାନ ଚଳାଚଳ ନିୟମ ଏବଂ ମାନବ ସମ୍ବେଦନଶୀଳତା ମଧ୍ୟରେ…

ସମସ୍ୟା କହିଲେ ଲୋକେ: ୧୬୬ ଅଭିଯୋଗ ଶୁଣିଲେ…

ବାଙ୍କୀ,୨୩।୩( ଶୁଭେନ୍ଦୁ ମହାପାତ୍ର ): କଟକ ଜିଲା ଡମପଡା ବ୍ଲକ ଅଧୀନ ଜାତମୁଣ୍ଡିଆ ପଞ୍ଚାୟତ ଭବନଠାରେ ଏକ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର କଟକ ଜିଲାପାଳ…

ଗାଁରେ ପଡିଛି ମହିଳାଙ୍କ ଦରପୋଡା ମୃତଦେହ, ହତ୍ୟା ପରେ ଜାଳିଦେଲେ….

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲା କୁଣ୍ଢେଇଗୋଳା ଥାନା ମହ୍ଲାରବାହାଲ ଗ୍ରାମରେ ଭୟାନକ ହତ୍ୟାକାଣ୍ଡ । ମହିଳାଙ୍କୁ ହତ୍ୟା ପରେ ନିଆଁ ଲଗାଇ ପୋଡି ଦେଇଥିବା ନେଇ…

ଯୁଦ୍ଧ ମଧ୍ୟରେ ସଂସଦରେ କଡ଼ା ବାର୍ତ୍ତା ଦେଲେ ପ୍ରଧାନମନ୍ତ୍ରୀ ମୋଦି, ସାରା ବିଶ୍ୱରେ ପଡିଗଲା ଚହଳ

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ଭାରତ ସାମ୍ନା କରୁଥିବା ଚ୍ୟାଲେଞ୍ଜ ବିଷୟରେ ଲୋକ ସଭାରେ ସୂଚନା ଦେଇଛନ୍ତି। ପ୍ରଧାନମନ୍ତ୍ରୀ କହିଛନ୍ତି, ପଶ୍ଚିମ ଏସିଆର…

ପାଣି ପାଇଁ ତାତିଲେ ଗ୍ରାମବାସୀ: ହାଣ୍ଡି, ମାଠିଆ, ବାଲଟି ରଖି ରାସ୍ତାରେ ଶୋଇ ପ୍ରତିବାଦ

ବାରଙ୍ଗ,୨୩।୩(ଲିଙ୍ଗରାଜ ରାଉତ): ପିଇବା ପାଣି ଠିକ୍‌ ଭାବେ ନ ମିଳିବା ପ୍ରତିବାଦରେ ସୋମବାର ପାଟପୁର ଗ୍ରାମବାସୀ ତ୍ରିଶୁଳିଆ-ବାଙ୍କି ରାସ୍ତାକୁ ପାଟପୁର ଗାଁ ମୁଣ୍ଡରେ ଅବରୋଧ କରିଥିଲେ ।…

ଡାକ୍ତରଙ୍କ ଅମାନବୀୟ କାର୍ଯ୍ୟ; ଚିକିତ୍ସା ବାହାନାରେ ନିଶା ଇଞ୍ଜେକ୍ସନ ଦେଲେ, ଅଶ୍ଳୀଳ ଭିଡିଓ କରି…

ଭୋପାଳ,୨୩।୩: ମଧ୍ୟପ୍ରଦେଶର ଇନ୍ଦୋର ଜିଲ୍ଲାର ମହୁରେ, ଜଣେ ଡାକ୍ତର ଏକ ଘୃଣ୍ୟ କାର୍ଯ୍ୟ ସାମ୍ନାକୁ ଆସିଛି ।ଅଭିଯୋଗ ହୋଇଛି ଯେ ଡାକ୍ତର ଜଣେ ଯୁବତୀଙ୍କୁ ଚିକିତ୍ସା ସମୟରେ…

ପୁଣିଥରେ ସାରା ବିଶ୍ୱରେ ଘାରିଲାଣି ଲକ୍‌ଡାଉନ ଛାୟା, ପ୍ରସ୍ତୁତି ଆରମ୍ଭ କରିଦେଲେଣି ଅନେକ ଦେଶ

ନୂଆଦିଲ୍ଲୀ,୨୩।୩: ମଧ୍ୟପ୍ରାଚ୍ୟରେ, ଇରାନ ସହିତ ଚାଲିଥିବା ଉତ୍ତେଜନା ହର୍ମୁଜ ପ୍ରଣାଳୀକୁ ପ୍ରାୟତଃ ଅବରୋଧ କରିଛି, ଯେଉଁଠାରୁ ବିଶ୍ୱ ତୈଳ ଯୋଗାଣର ଏକ ବଡ଼ ଅଂଶ ଯାଏ। ଏହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri