ବିରଳ ମହାଜାଗତିକ ଦୃଶ୍ୟ, ପାଖାପାଖି ହେଲେ ପୃଥିବୀ-ଶନି…

ଓ୍ବାଶିଂଟନ,୨।୮: ଆମର ସୌରମଣ୍ଡଳରେ ସୋମବାର ଏକ ବିରଳ ମହାଜାଗତିକ ଦୃଶ୍ୟ ଘଟିଛି। ଭାରତୀୟ ସମୟ ପୂର୍ବାହ୍ନ ୧୧ଟା ୩୦ରେ ଶନିଗ୍ରହ ପୃଥିବୀର ଅତି ନିକଟତର ହୋଇଛି। ସୂର୍ଯ୍ୟ ଚାରିପଟେ ଘୂରି ବୁଲିବା ସମୟରେ ଶନି ପୃଥିବୀ ସହିତ ଏକ ସରଳ ରେଖାରେ ରହିଛନ୍ତି। ଉଭୟଙ୍କ ମଧ୍ୟରେ ହାରାହାରି ଦୂରତା ପ୍ରାୟ ୧୨୦ କୋଟି କିଲୋମିଟର ରହିଥିବାର ମହାକାଶ ଗବେଷଣା କେନ୍ଦ୍ର ନାସା କହିଛି। ଭାରତରେ ଏହା ଦିନ ହୋଇଥିବାରୁ ଏହା ଦେଖିବା ସମ୍ଭବ ନୁହେଁ। କିନ୍ତୁ ଯେଉଁଠି ରାତି ହୋଇଥିବ ସେଠାରେ ଲୋକେ ଏକ ଉଜ୍ଜ୍ୱଳ ଶନିଗ୍ରହକୁ ଦେଖି ପାରିବେ। ଏହି ମହାଜାଗତିକ ଦୃଶ୍ୟକୁ ବିନା ସୁରକ୍ଷା ଚଷମାରେ ଖାଲି ଆଖିରେ ସହଜରେ ଦେଖିହେବ। ପୃଥିବୀ ସୂର୍ଯ୍ୟ ଚାରିପଟେ ଥରେ ଘୂରିବା ପାଇଁ ପ୍ରାୟ ୩୬୫ ଦିନ ୬ ଘଣ୍ଟା ସମୟ ନେଇଥାଏ। ଅପରପକ୍ଷରେ ଶନି ସୂର୍ଯ୍ୟ ଚାରିପଟେ ଗୋଟିଏ ଥର ଘୂରିବାକୁ ୨୯.୫ ବର୍ଷ ସମୟ ନେଇଥାଏ। ଏହି ମହାଜାଗତିକ ଦୃଶ୍ୟ ପ୍ରତି ବର୍ଷେ ୧୩ ଦିନ ଅନ୍ତରରେ ଦୃଶ୍ୟମାନ ହୋଇଥାଏ। ପୃଥିବୀ ଏବଂ ଶନି ନିଜ ନିଜ କକ୍ଷପଥରେ ଗତି କରିବା ସମୟରେ ପରସ୍ପରର ନିକଟତର ହୋଇଥାନ୍ତି। ଏହାପୂର୍ବରୁ ୨୦୨୦ ଜୁଲାଇ ୨୦ରେ ଉଭୟ ଗ୍ରହ ପରସ୍ପରର ନିକଟତର ହୋଇଥିଲେ। ଏଭଳି ଦୃଶ୍ୟ ପୁଣି ୨୦୨୨ ଅଗଷ୍ଟ ୧୪ରେ ଦେଖିବାକୁ ମିଳିବ ବୋଲି ନାସାର ବୈଜ୍ଞାନିକ ସୂଚନା ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗଣେଶ ପୂଜାରେ ଅଘଟଣ: ମଣ୍ଡପକୁ ଯିବା ଲାଗି ଗାଧୋଇବାକୁ ଯାଇ ପୋଖରୀରେ ବୁଡ଼ିଗଲେ ଯୁବକ

ବାଲେଶ୍ୱର,୧୪ା୯(ବାଞ୍ଛାନିଧି ଦେ): ଅଗ୍ରପୂଜ୍ୟ ଗଣପତି ବାବାଙ୍କ ପୂଜା ଉତ୍ସବ ସୋମବାର ଧୂମ୍‌ଧାମରେ ପାଳିତ ହେଉଥିବାବେଳେ ବାଲେଶ୍ୱର ଜିଲା ରେମୁଣା ଅଞ୍ଚଳରେ ଏକ ଦୁଃଖଦ ଖବର ସାମ୍ନାକୁ ଆସିଛି…

ନୂଆଁଖାଇରେ ମାଟିପାତ୍ରର ମହକ; ବଲାଙ୍ଗୀର ହାଟରେ ବିକ୍ରି ହେଲାଣି କୁରେପତ୍ର ସାଙ୍ଗକୁ ଖଲିଦନା

ବଲାଙ୍ଗୀର,୧୪ା୯(ସୁନିଲ କୁମାର ମହାନ୍ତି): ରାତି ପାହିଲେ ନୂଆଁଖାଇ । ପ୍ରକୃତି ସହ ଓତପ୍ରୋତ ଭାବେ ଜଡ଼ିତ ନୂଆଁଖାଇ । ଏହି ଦିନ ପ୍ରଥମ ଅନ୍ନ ପ୍ରସ୍ତୁତିରେ ମାଟିପାତ୍ରର…

ବରଗଡ଼ରେ ଚାଞ୍ଚଲ୍ୟ: ନୂଆଖାଇ ପୂର୍ବରୁ ସ୍ତ୍ରୀଙ୍କୁ ପିଟିପିଟି ମାରିଲେ ସ୍ବାମୀ

ଅତାବିରା,୧୪।୯(ଯୁଧିଷ୍ଠିର ମହାପାତ୍ର)- ବରଗଡ଼ ଜିଲା ଅତାବିରା ଥାନା ଅନ୍ତର୍ଗତ ଅମ୍ଳିପାଲି ପଞ୍ଚାୟତ ଗଡତିଆଟିକ୍ରା ଗ୍ରାମରେ ଏକ ହତ୍ୟାକାଣ୍ଡ ଘଟିଛି। ସ୍ତ୍ରୀଙ୍କୁ ପିଟିପିଟି ସ୍ବାମୀ ହତ୍ୟା କରିଥିବା ଅଭିଯୋଗ…

ପୁଣି ବଡ଼ ଆନ୍ଦୋଳନ, ମହାରାଷ୍ଟ୍ର ସରକାରଙ୍କୁ ଘେରିବ CJP! ଅଭିଜିତ ଦୀପକେ କହିଲେ..

ମୁମ୍ବାଇ,୧୪ା୯: ଆନ୍ଦୋଳନ ନେଇ ବଡ଼ ଘୋଷଣା କଲା ସିଜେପି । ନିଟ୍‌ ପେପର ଲିକ୍‌ ମାମଲାକୁ ନେଇ ଦିଲ୍ଲୀର ଜନ୍ତର ମନ୍ତରରେ ବିକ୍ଷୋଭ ପରେ ଏବେ ମହାରାଷ୍ଟ୍ରର…

ଓରାଙ୍ଗଉଟାନକୁ ପୁଣି ଜ୍ୱର: ଡାକ୍ତରୀ ଟିମ୍‌ ସଜାଗ

ବାରଙ୍ଗ,୧୪।୧୦(ଲିଙ୍ଗରାଜ ରାଉତ): ବାଲେଶ୍ବରରୁ ଉଦ୍ଧାର ହୋଇ ନନ୍ଦନକାନନକୁ ଆସିଥିବା ଓରାଙ୍ଗଉଟାନଙ୍କ ମଧ୍ୟରୁ ଜଣେ ଜ୍ବରରେ ଆକ୍ରାନ୍ତ ହୋଇଛି। ଉକ୍ତ ଓରାଙ୍ଗଉଟାନଟି ଆସିବା ଦିନଠାରୁ ଜ୍ବରରେ ଆକ୍ରାନ୍ତ ହୋଇଥିବାର…

ମହାନଦୀକୁ ଗାଧୋଇବାକୁ ଯାଇଥିଲେ ୩ ଯୁବକ, ହଠାତ୍‌ ଗଲେ ଭାସି: ଆଉ ତା’ପରେ…

ବାଙ୍କୀ,୧୪।୯(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ସୁବର୍ଣ୍ଣପୁର ପଞ୍ଚାୟତସ୍ଥିତ ଘୋଡାବର ଗ୍ରାମ ନିକଟସ୍ଥ ମହାନଦୀରେ ଗାଧୋଇବାକୁ ଯାଇ ୩ ଜଣ ଯୁବକ ଭାସି ଯାଇଥିବା ବେଳେ ଦୁଇଜଣ…

ଗଣେଶ ଚତୁର୍ଥୀରେ ହଠାତ୍ କମିଗଲା ସୁନା ଦର, ରୁପା ବି ହେଲା ଶସ୍ତା

ନୂଆଦିଲ୍ଲୀ,୧୪ା୯: ସୁନା ଓ ରୁପା ଦରରେ ଗତ କିଛି ଦିନ ହେବ ଉତ୍‌ଥାନ-ପତନ ଲାଗି ରହିଛି । ସେପ୍ଟେମ୍ବର ୧୪, ଗଣେଶ ଚତୁର୍ଥୀ ଅବସରରେ ସୁନା କିଣିବାକୁ…

ପରିତ୍ୟକ୍ତ ଅବସ୍ଥାରେ ଜମ୍ବୁ ବ୍ରିଟିଶ ଲାଲ୍‌ କୋଠା, ଭୁଲ୍‌ କଲେ ଓଡ଼ିଶା ଲୋକଙ୍କୁ ଏଠାରେ ମିଳୁଥିଲା ଦଣ୍ଡ, ଆଉ ଏବେ…

ମହାକାଳପଡ଼ା,୧୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଜମ୍ବୁ ବ୍ରିଟିଶ ଲାଲ କୋଠା ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ରହିଛି। ଏକଦା ଏହା ଓଡ଼ିଶାର ବ୍ରିଟିଶ ଶାସକମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?