୬ ଗ୍ରହର ବିରଳ ମହାଜାଗତିକ ଦୃଶ୍ୟ: ଆଜିଠାରୁ ଆକାଶରେ ଦେଖାଯିବ ପ୍ଲାନେଟ୍‌ ପରେଡ୍‌

ଭୁବନେଶ୍ୱର,୨୮ା୨(ସୁଚିସ୍ମିତା ସାହୁ):ସନ୍ଧ୍ୟା ଆକାଶରେ ଶନିବାରଠାରୁ ୬ଟି ଗ୍ରହ ନିକଟତର ହେବେ। ଏହି ବିରଳ ମହାଜାଗତିକ ଦୃଶ୍ୟ ମାର୍ଚ୍ଚ ୭ ଯାଏ ଦୃଶ୍ୟମାନ ହେବ। ପ୍ରତିଦିନ ସୂର୍ଯ୍ୟାସ୍ତ ପରେ ପ୍ରାୟ ୩୦ ମିନିଟରୁ ୬୦ ମିନିଟ ମଧ୍ୟରେ ଆକାଶରେ ଆକର୍ଷଣ ସାଜିବେ ଏହି ଗ୍ରହ ପୁଞ୍ଜ। ଇଂଲିଶରେ ଏହାକୁ ‘ପ୍ଲାନେଟ ପରେଡ୍‌’ଏବଂ ଓଡ଼ିଆରେ ଗ୍ରହ ସମାବେଶ ବୋଲି କୁହାଯାଉଛି। ଏହି ଶବ୍ଦର କୌଣସି ବୈଜ୍ଞାନିକ ସଂଜ୍ଞା ନାହିଁ। କିନ୍ତୁ ଜ୍ୟୋତିର୍ବିଜ୍ଞାନରେ ଏହା ବହୁଳ ଭାବରେ ବ୍ୟବହୃତ ହେଉଛି ବୋଲି ଜନବିଜ୍ଞାନୀ ଡ. ଶୁଭେନ୍ଦୁ ପଟ୍ଟନାୟକ କହିଛନ୍ତି।
ସୂର୍ଯ୍ୟାସ୍ତର ପ୍ରାୟ ୩୦ ମିନିଟ ପରେ ପଶ୍ଚିମ ଆକାଶର ଦିଗ୍‌ବଳୟ ନିକଟରେ କ୍ରମାନ୍ବୟରେ ଶୁକ୍ର, ବୁଧ, ନେପ୍‌ଚୁନ ଏବଂ ଶନି ଗ୍ରହ ରହିବେ। ପ୍ରାୟ ୪୫ ଡିଗ୍ରୀ ଉପରେ ୟୁରାନ୍ସ ଓ ପ୍ରାୟ ମୁଣ୍ଡ ଉପରକୁ ବୃହଷ୍ପତି ଗ୍ରହ ରହିବ। ଏହି ୬ଟି ଗ୍ରହ ଭିତରୁ ୪ଟି ଅର୍ଥାତ ଶୁକ୍ର, ବୁଧ, ବୃହଷ୍ପତି ଏବଂ ଶନି ଖାଲି ଆଖିରେ ଦେଖାଯିବେ। କିନ୍ତୁ ୟୁରାନ୍ସ ଓ ନେପ୍‌ଚୁନ ଗ୍ରହ ଦୁଇଟିକୁ କେବଳ ଦୂରବୀକ୍ଷଣ ଯନ୍ତ୍ରରେ ଦେଖିହେବ। ବୁଧ ଓ ଶନି ଗ୍ରହର ଉଜ୍ଜ୍ୱଳତା ଖୁବ୍‌ କମ୍‌ ଥିବାରୁ ଆଲୋକ ପ୍ରଦୂଷଣ ଥିବା ସହରଗୁଡିକରୁ ଦେଖିବା କଷ୍ଟକର ହେବ। ଏକ ସମୟରେ ଖାଲି ଆଖିରେ ୪ଟି ଗ୍ରହର ଏହି ମହାଜାଗତିକ ଦୃଶ୍ୟକୁ ଦେଖିବାର ସୁଯୋଗ ପାଇପାରିବେ ଲୋକେ। ଓଡିଶା ତଥା ଭାରତର ସବୁ ଅଞ୍ଚଳରୁ ଆକାଶ ମେଘ ଓ ଆଲୋକ ପ୍ରଦୂଷଣ ମୁକ୍ତ ଥିଲେ ଏହାକୁ ଦେଖି ହେବ ବୋଲି ଡ. ପଟ୍ଟନାୟକ କହିଛନ୍ତି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ଗୁରୁଦିବସରେ ଗୁରୁଙ୍କ ପ୍ରତିବାଦ: କଳା ବ୍ୟାଚ୍ ପିନ୍ଧି ‘କଳା ଦିବସ’ ପାଳିଲେ ଅଂଶୁପା ସ୍ନାତକ ମହାବିଦ୍ୟାଳୟ ଅଧ୍ୟାପକ

ବାଙ୍କୀ,୫।୯(ଶୁଭେନ୍ଦୁ ମହାପାତ୍ର): ଗୋଟିଏ ପଟେ ସାରା ରାଜ୍ୟରେ ଗୁରୁଦିବସ ପାଳିତ ହୋଇଯାଇଥିବା ବେଳେ ବାଙ୍କୀ ଉପଖଣ୍ଡ ଅଂଶୁପା ସ୍ନାତକ ମହାବିଦ୍ୟାଳୟଠାରେ ଦେଖିବାକୁ ମିଳିଛି ଭିନ୍ନ ଚିତ୍ର। ଓସ୍ନେଲିଆ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

‘ଆସନ୍ତା ମାର୍ଚ୍ଚ-ଏପ୍ରିଲରେ ପଞ୍ଚାୟତ ନିର୍ବାଚନ’

ଭୁବନେଶ୍ୱର,୫।୯ : ରାଜ୍ୟରେ ଆସନ୍ତା ମାର୍ଚ୍ଚ ମାସ ଶେଷ କିମ୍ବା ଏପ୍ରିଲ ପ୍ରଥମ ସପ୍ତାହରେ ପଞ୍ଚାୟତ ନିର୍ବାଚନ ହୋଇପାରେ। ଏନେଇ ରାଜ୍ୟ ନିର୍ବାଚନ କମିଶନର ମଧୁସୂଦନ ପାଢ଼ୀ…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri