୯ମାସ ଶିଶୁର ବିରଳ ଚକ୍ଷୁ ଅସ୍ତ୍ରୋପଚାର

ଭୁବନେଶ୍ୱର, ୨।୧୧(ଅସମାପିକା ସାହୁ): କନ୍‌ଜେନିଟାଲ୍‌ ଗ୍ଲୁକୋମା ଆକ୍ରାନ୍ତ ଜଣେ ୯ମାସ ଶିଶୁର ଚକ୍ଷୁ ଅସ୍ତ୍ରୋପଚାର କରିବାରେ କିମ୍ସ ଡାକ୍ତରମାନେ ସଫଳ ହୋଇଛନ୍ତି। ଏଭଳି ବିରଳ ଅସ୍ତ୍ରୋପଚାର ପରେ ଶିଶୁଟି ଏବେ ସମ୍ପୂର୍ଣ୍ଣ ଦେଖିପାରୁଛି। କିମ୍ସ ଚକ୍ଷୁରୋଗ ବିଭାଗ ମୁଖ୍ୟ ଡା. ମାତୁଳି ଦାସଙ୍କ ତତ୍ତ୍ୱାବଧାନରେ ସହକାରୀ ପ୍ରଫେସର ଡା. ଶାଶ୍ୱତୀ ସେନ୍‌ ଓ ତାଙ୍କ ଡାକ୍ତରୀ ଦଳ ଟ୍ରାବେକ୍ୟୁଲୋଟୋମି ଓ ଟ୍ରାବେକ୍ୟୁଲେକ୍ଟୋମି ଭଳି ଅତ୍ୟାଧୁନିକ ପଦ୍ଧତିରେ ଏହି ଅସ୍ତ୍ରୋପଚାର କରି ସଫଳତା ପାଇଛନ୍ତି। ସ୍ବଳ୍ପ ବ୍ୟୟରେ କିମ୍ସରେ ଏଭଳି ଅସ୍ତ୍ରୋପଚାର ହୋଇପାରୁଥିବା ଡା. ସେନ୍‌ ପ୍ରକାଶ କରିଛନ୍ତି। କନ୍‌ଜେନିଟାଲ୍‌ ଗ୍ଲୁକୋମା ଏଭଳି ଏକ ଅବସ୍ଥା, ଯେଉଁଥିରେ ରୋଗୀର ଆଖି ୧୦ ଭାଗରୁ ମାତ୍ର ୧ଭାଗ ଦେଖି ପାରିଥାଏ। ତେବେ ଏହି ଶିଶୁ କ୍ଷେତ୍ରରେ ମାତ୍ର ୪ ମାସରେ ଏଭଳି ଅବସ୍ଥା ସୃଷ୍ଟି ହୋଇଥିଲା। ତେବେ ୧୦ହଜାର ରୋଗୀଙ୍କ ମଧ୍ୟରୁ ଜଣକୁ ଏଭଳି ରୋଗ ହୋଇଥାଏ। ଏଭଳି ବିଲକ୍ଷଣ ପ୍ରକାଶ ପାଇଲେ ତୁରନ୍ତ ଡାକ୍ତରୀ ପରାମର୍ଶ ଓ ଚିକିତ୍ସା ଆରମ୍ଭ ହେଲେ ଏହା ମାରାତ୍ମକ ହୋଇ ନ ଥାଏ ବୋଲି ଡା. ସେନ୍‌ କହିଛନ୍ତି। ଏଭଳି ସଫଳ ଅସ୍ତ୍ରୋପଚାର ପାଇଁ କିଟ୍‌, କିସ୍‌ ଓ କିମ୍ସ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଡାକ୍ତରୀ ଦଳକୁ ଅଭିନନ୍ଦନ ଜଣାଇବା ସହ ଶିଶୁର ଆଶୁ ଆରୋଗ୍ୟ କାମନା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଋଷିକୂଲ୍ୟା ରେଳ ବ୍ରିଜ ଉପରେ ଚଢ଼ିଗଲେ ଯୁବକ, ଓହ୍ଲାଇବାକୁ ନାକେଦମ ହେଲା ପୋଲିସ, ସ୍ଥାନୀୟ ଲୋକେ ପହଞ୍ଚି… 

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ ): ମାନସିକ ବିକୃତ ଯୁବକଙ୍କ ଉନ୍ମତ କାଣ୍ଡ। ତାଙ୍କ ପାଇଁ ନାକେଦମ ହେଲା ପୋଲିସ। ଏଭଳି ଏକ ଘଟଣା ଶନିବାର ଅପରାହ୍ନରେ ଗଞ୍ଜାମରେ...

ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଲା ବଲାଙ୍ଗୀର ପୋଲିସ: ଦେଶୀ ବନ୍ଧୁକ, ବାଇକ୍‌ ଜବତ

ବଲାଙ୍ଗୀର,୨୭।୧୨(ସୁନିଲ ମହାନ୍ତି): ବଲାଙ୍ଗୀର ଟାଉନ ଥାନା ପୋଲିସଏକ ସ୍ବତନ୍ତ୍ର ଟିମ୍‌ ଶନିବାର ଏକ ଆନ୍ତଃରାଜ୍ୟ ଡକାୟତ ଗ୍ୟାଙ୍ଗକୁ ଧରିଛି l ଏ ନେଇ ବଲାଙ୍ଗୀର ଏସ୍‌ପି...

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି।...

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri