Posted inରାଜ୍ୟ

ତେଲନଦୀରୁ ବିରଳ ମାଛ ଉଦ୍ଧାର

ସୋନପୁର,୨୯।୧୨(ନି.ପ୍ର.): ସୋନପୁର ସହର ପାର୍ଶ୍ୱ ଦେଇ ପ୍ରବାହିତ ତେଲ ନଦୀରୁ ମଙ୍ଗଳବାର ଏକ ବିରଳ ମାଛ ଉଦ୍ଧାର ହୋଇଛି । ଏହାର ଓଜନ ପ୍ରାୟ ୩୦୦ ଗ୍ରାମ ହେବ । ଥନାପତିପଡ଼ାର ପ୍ରମୋଦ ନାଏକ ଓ ଧୀବର ପଡାର ସଞ୍ଜୟ ଅଧିକାରୀ ନଦୀକୁ ଗାଧୋଇବାକୁ ଯାଇଥିବା ବେଳେ ଏହି ବିରଳ ମାଛକୁ ଦେଖିଥିଲେ । ଦୁହେଁ ମାଛକୁ ଧରି ପଡାକୁ ଆଣିଥିଲେ। ହେଲେ ମତ୍ସ୍ୟଜୀବୀ ଏବଂ ସହରବାସୀ ପୂର୍ବରୁ ଏଭଳି ମାଛ ଦେଖି ନ ଥିବା କହିଛନ୍ତି। ଅନ୍ୟପକ୍ଷେ ମାଛକୁ ଦେଖିବା ପାଇଁ ପଡାରେ ଭିଡ ଜମିଥିଲା। ଜନସାଧାରଣଙ୍କ ନିଷ୍ପତ୍ତି କ୍ରମେ ମାଛକୁ ଜୀବନ୍ତ ଅବସ୍ଥାରେ ତେଲନଦୀରେ ଛାଡି ଦିଆଯାଇଛି। କଳା ରଙ୍ଗର ମାଛ ଦେହରେ ଚିତା ପରି ଚିହ୍ନ ରହିଛି। ତଳ ପଟେ ମୁହଁ ରହିଛି। ସେହିପରି ପିଠି ଓ ପେଟରେ ଦନ୍ତୁରିତ କଣ୍ଟା ଅଛି। ପ୍ରକାଶ ଯେ, ସୋନପୁର ସହର ପାର୍ଶ୍ୱ ଦେଇ ପ୍ରବାହିତ ମହାନଦୀର ତେନ୍ତୁଳିଘାଟରୁ ଗତ ଅକ୍ଟୋବର ୩୧ ତାରିଖରେ ଏଭଳି ଏକ ବିରଳ ମାଛକୁ ମତ୍ସ୍ୟଜୀବୀମାନେ ଉଦ୍ଧାର କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ାଜଳା ପରେ ଏମ୍‌ଭି-୨୬ ଗାଁ ଛାଡୁଛନ୍ତି ଲୋକେ

ମାଲକାନଗିରି,୯।୧୨: ମାଲକାନଗିରି ଜିଲା କୋରୁକୋଣ୍ଡା ଥାନା ଅଧୀନ ଡୁଡ଼ାମେଟଲା ନଦୀ ନିକଟରୁ ଜଣେ ମହିଳାଙ୍କ ମୁଣ୍ଡବିହୀନ ମୃତଦେହ ଜବତ ଘଟଣା ପରେ ରାଖେଲଗୁଡ଼ା ଏବଂ ଏମ୍‌ଭି...

ମୋର୍ଚ୍ଚା ସଭାପତି ଘୋଷଣା କଲା ଭାଜପା: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ

ଭୁବନେଶ୍ୱର,୯।୧୨: ଭାରତୀୟ ଜନତା ପାର୍ଟି(ଭାଜପା) ପକ୍ଷରୁ ମଙ୍ଗଳବାର ବିଭିନ୍ନ ଜିଲା ପାଇଁ ମୋର୍ଚ୍ଚା ସଭାପତି, ଜିଲା ପ୍ରଭାରୀ ଏବଂ ଅନ୍ୟାନ୍ୟ ନାମ ଘୋଷଣା କରାଯାଇଛି। ଅଭିଳାଷ...

ହାଡ଼ ଭଙ୍ଗା ଶୀତରେ ଥରୁଛି ଜି.ଉଦୟଗିରି: ତାପମାତ୍ରା ରହିଛି…

ଜି.ଉଦୟଗିରି ୯/୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠି ): ଜି ଉଦୟଗିରି ସମେତ ସାରା ରାଜ୍ୟରେ ଜାରି ରହିଛି ଶୀତର ଲହରୀ। ଏକ ସପ୍ତାହ...

ନର୍ମାଲ ଡେଲିଭରୀ ଚାହୁଁଥିଲେ ଆପଣାନ୍ତୁ…. ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ଟିପ୍ସ

ଭୁବନେଶ୍ୱର,୯।୧୨: ଆଜିକାଲି ସିଜେରିଆନ ଡେଲିଭରି ସଂଖ୍ୟା ବଢିବାରେ ଲାଗିଛି। ଯଦି ନର୍ମାଲ ଡେଲିଭରୀ ଚାହୁଁଛନ୍ତି ତେବେ ସରକାରୀ ହସ୍ପିଟାଲ୍‌କୁ ଯାଆନ୍ତୁ ବୋଲି ବିଧାନସଭାରେ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ...

ବଢ଼ିବ ବିଧାୟକ, ମନ୍ତ୍ରୀଙ୍କ ଦରମା: ଜାଣନ୍ତୁ କେତେ…

ଭୁବନେଶ୍ୱର,୮।୧୨: ବଢ଼ିବ ବିଧାୟକ ଓ ମନ୍ତ୍ରୀଙ୍କ ଦରମା। ପୂର୍ବତନ ବିଧାୟକଙ୍କର ପେନସନ ମଧ୍ୟ ବୃଦ୍ଧି ହେବ। ବିଧାୟକ, ମନ୍ତ୍ରୀ, ଉପବାଚସ୍ପତି ଓ ପୂର୍ବ ବିଧାୟକଙ୍କ ଦରମା,...

ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁଙ୍କ ଶରଣ ପଶିଲେ ଟିମ୍‌ ଇଣ୍ଡିଆର ଖେଳାଳି

ଭୁବନେଶ୍ୱର,୯।୧୨: ବାରବାଟୀ ଲଢେଇ ପୂର୍ବରୁ ମହାପ୍ରଭୁ ଶୀ ଜଗନ୍ନାଥଙ୍କ ଶରଣ ପଶିଛନ୍ତି ଟିମ ଇଣ୍ଡିଆର ଖେଳାଳି। ପୁରୀ ଅଭିମୁଖେ ଟିମ ଇଣ୍ଡିଆର ୪ ଖେଳାଳି ବାହାରିଛନ୍ତି।...

ପିତୃତ୍ୱ ପାଇଁ ଜନ୍ମ ସାର୍ଟିଫିକେଟ ନୁହେଁ ବାଧକ: ଶିଶୁପୁତ୍ର ହସ୍ତାନ୍ତର ପାଇଁ ଅଜାଙ୍କୁ ନିର୍ଦ୍ଦେଶ ଦେଲେ ହାଇକୋର୍ଟ

କଟକ,୯ା୧୨(କାର୍ତ୍ତିକ ସାହୁ): ପିତୃତ୍ୱର ପ୍ରମାଣ ପାଇଁ ଜନ୍ମ ସାର୍ଟିଫିକେଟ ବାଧକ ନୁହେଁ। ଶିଶୁପୁତ୍ରର ଜନ୍ମ ସାର୍ଟିଫିକେଟ ଦାଖଲ କରି ନ ପାରିବା କାରଣରୁ ଜନ୍ମିତ ପିତାଙ୍କୁ...

ଆନ୍ଧ୍ରର ଚକ୍ରାନ୍ତ: ଓଡ଼ିଶା ଯୋଜନାକୁ ସୀମାନ୍ତବର୍ତ୍ତୀ ୭ ଗାଁର ବର୍ଜନ ନିଷ୍ପତ୍ତି

ପଟ୍ଟାଙ୍ଗି,୯ା୧୨(ଶରତ କୁମାର ଧଳ):କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ କୋଟିଆ ପଞ୍ଚାୟତ ଫାଟୁସିନେରୀ ଗ୍ରାମ ନିକଟ ଓଡ଼ିଶା-ଆନ୍ଧ୍ର ସୀମାନ୍ତ ଏକ ସ୍ଥାନରେ ୭ ଗ୍ରାମର ମୁଖିଆ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri