ଦୁର୍ଲଭ ବତକ ଦେଖି ଆଶ୍ଚର୍ଯ୍ୟ ହେଲେ ମୁଖ୍ୟମନ୍ତ୍ରୀ, ସୋସିଆଲ ମିଡିଆରେ ଶେୟାର କଲେ ଫଟୋ

ଇଟ୍ଟାନଗର,୮।୩: ଅରୁଣାଚଳ ପ୍ରଦେଶରେ ପଶ୍ଚିମ ୟୁରୋପ ଏବଂ ଯୁକ୍ତରାଷ୍ଟ୍ର ଆମେରିକାର ମାଣ୍ଡାରିନ ବତକ ଦେଖିବାକୁ ମିଳିଛି। ଏ ସମ୍ପର୍କରେ ଅରୁଣାଚଳ ପ୍ରଦେଶ ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ ଏକ ଭିଡିଓ ଶେୟାର କରି ସୂଚନା ଦେଇଛନ୍ତି। ନିଜେ ଏହି ବତକକୁ ଦେଖି ଆଶ୍ଚର୍ଯ୍ୟ ହୋଇଯାଇଥିବା କହିଛନ୍ତି।

ମାଣ୍ଡାରିନ୍‌‌ ବତକ ମୂଳ ପରିଚିଙ୍ଗ ପ୍ରଜାତିର। ଯାହା ଏହି ସପ୍ତାହରେ ଅରୁଣାଚଳ ପ୍ରଦେଶରେ ଦେଖିବାକୁ ମିଳିଛି। ଭିଡିଓଟିକୁ ମିନିଷ୍ଟ୍ରି ଅଫ୍‌ ଏନ୍‌ଭାଏରନ୍‌ମେଣ୍ଟ, ଫରେଷ୍ଟ ଆଣ୍ଡ୍‌ କ୍ଲାଇମେଟ ଚେଞ୍ଜ’ଟୁଇଟର ପେଜ୍‌ରେ ଶେୟାର କରାଯାଇଛି। ଏହା ପରେ ମୁଖ୍ୟମନ୍ତ୍ରୀ ଏହି ଭିଡିଓକୁ ପୋଷ୍ଟ କରି ଲେଖିଛନ୍ତି, ସେ ବହୁତ ଖୁସି।

୧୮ ସେକେଣ୍ଡର ଏହି ଭିଡିଓରେ ମାଣ୍ଡାରିନ୍‌ ବତକ ପୋଖରୀରେ ଆଉ ଏକ ବତକ ସହ ପହଁରୁଥିବା ଦେଖିବାକୁ ମିଳିଛି। ଅରୁଣାଚଳ ପ୍ରଦେଶର ଦିରଙ୍ଗ ଘାଟି ନିକଟରେ ଥିବା ଏହା ଦେଖିବାକୁ ମିଳିଛି। ବନବିଭାଗ ଏବଂ ସ୍ଥାନୀୟ ଲୋକ ଏମାନଙ୍କର ସଂରକ୍ଷଣ ପାଇଁ ପ୍ରୟାସ ଜାରି ରଖିଛନ୍ତି।

ମୁଖ୍ୟମନ୍ତ୍ରୀ ପେମା ଖଣ୍ଡୁ ବତଖର ଫଟୋ ଶେୟାର କରି କ୍ୟାପଶନ ଲେଖିଛନ୍ତି, ଏହା ଖୁବ୍‌ ଭଲ ଏବଂ ଦେଖି ବହୁତ ଖୁସି ଅନୁଭବ କରୁଛି। ସେ ଲେଖିଛନ୍ତି, ସଂରକ୍ଷଣ ପ୍ରୟାସ ଫଳ ପ୍ରଦାନ କରୁଛି। ମାଣ୍ଡାରିନ୍‌ ଡକ୍‌ ଦୁନିଆର ସବୁଠାରୁ ସୁନ୍ଦର ବତକ ବୋଲି ବିବେଚନା କରାଯାଏ।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଗ୍ୟାସ କଳାବଜାର ନେଇ ଅସୁରାଳିରେ ଚଢ଼ାଉ, ୧୭ ସିଲିଣ୍ଡର ଜବତ

ଧାମନଗର,୮।୪( ସନ୍ତୋଷ କୁମାର ମହାପାତ୍ର): ବେଆଇନ ଗ୍ୟାସ ସିଲିଣ୍ଡର କଳାବଜାରୀ ବିରୋଧରେ ବ୍ଲକ ପ୍ରଶାସନ ପକ୍ଷରୁ ଚଡାଉ କରି ୧୭ ଟି ଗ୍ୟାସ ସିଲିଣ୍ଡର ଜବତ କରାଯାଇଛି…

ଯୋଗାଣ ମନ୍ତ୍ରୀଙ୍କ ବଡ଼ ଘୋଷଣା, ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ LPG ଗ୍ୟାସ, କେତେ ଟଙ୍କା?

ଭୁବନେଶ୍ବର,୮।୪: ୫ କେଜିଆ ଗ୍ୟାସ ସିଲିଣ୍ଡର ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ବଡ଼ ଘୋଷଣା କରିଛନ୍ତି । ପେଟ୍ରୋଲ ପମ୍ପରେ ମିଳିବ ୫ କେଜିଆ ଏଲ୍‌ପିଜି…

ବନ୍ତରେ କାଳବୈଶାଖୀର ତାଣ୍ଡବ; ଉଜୁଡ଼ିଲା ଫସଲ, ମୁଣ୍ଡରେ ହାତଦେଲେ ଚାଷୀ

ବନ୍ତ,୮।୪(କିଶୋର କୁମାର ସେଠୀ ): ଗତ ମଙ୍ଗଳବାର ଦିନ କାଳବୈଶାଖୀ ପ୍ରଭାବରେରେ ଭଦ୍ରକ ଜିଲା ବନ୍ତ ବ୍ଲକର ବିଭିନ୍ନ ପଞ୍ଚାୟତରେ ବ୍ୟାପକ ପନି ପରିବା ଏବଂ ଡାଲି…

ବଡ଼ ଖବର: ବିଜେଡି ସଂସଦୀୟ ଦଳ ନେତା ପଦରୁ ସସ୍ମିତ ପାତ୍ରଙ୍କ ଇସ୍ତଫା, ବଢ଼ିଲା ଚର୍ଚ୍ଚା

ଭୁବନେଶ୍ୱର,୮।୪: ଓଡ଼ିଶା ରାଜନୀତିରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଜ୍ୟ ସଭାରେ ବିଜେଡି ସଂସଦୀୟ ଦଳ ନେତା ପଦରୁ ଇସ୍ତଫା ଦେଇଛନ୍ତି ଡକ୍ଟର ସସ୍ମିତ ପାତ୍ର।…

ଇରାନକୁ ଅସ୍ତ୍ରଶସ୍ତ୍ର ଯୋଗାଉଥିବା ଦେଶ ଉପରେ ଲାଗିବ ୫୦% ଟାରିଫ, ଯୁଦ୍ଧବିରତି ପରେ ଟ୍ରମ୍ପଙ୍କ ଘୋଷଣା

ଓ୍ବାଶିଂଟନ୍‌,୮।୪:  ଯୁଦ୍ଧବିରତି ପରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି । ସେ ଦୃଢ଼ତାର ସହିତ କହିଛନ୍ତି ଯେ ଇରାନରେ ନେତୃତ୍ୱର ଏକ…

ଯୁଦ୍ଧବିରତିର ସତ କହିଦେଲା ରୁଷିଆ, ଟ୍ରମ୍ପ କରିଥିଲେ…

ନୂଆଦିଲ୍ଲୀ,୮।୪: ମଧ୍ୟପ୍ରାଚ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ପାଇଁ ଆମେରିକା ଏବଂ ଇରାନ ରାଜି ହୋଇଛନ୍ତି, ଯାହା ଉଭୟ ପକ୍ଷ ଦ୍ୱାରା ଘୋଷଣା କରାଯାଇଛି। ଡୋନାଲ୍ଡ ଟ୍ରମ୍ପଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri