୧୮୬ ବର୍ଷ ପରେ ନିଜ ଦେଶକୁ ଫେରିଲା ଆଜ୍‌ଟେକ୍‌ ସାମ୍ରାଜ୍ୟର ଦୁର୍ଲଭ ପାଣ୍ଡୁଲିପି

ମେକ୍ସିକୋ ସିଟି,୧୯ା୯: ଦୀର୍ଘ ୧୮୬ ବର୍ଷ ପରେ ପୁଣିଥରେ ମେକ୍ସିକୋକୁ ଫେରିଛି ତା’ର ଐତିହାସିକ ଗୌରବ। ୧୬ଶ ଶତାବ୍ଦୀର ଦୁର୍ଲଭ ପାଣ୍ଡୁଲିପି ‘ଆଜାକ୍‌ଟିଟ୍ଲାନ କୋଡେକ୍ସ’ ପ୍ରଥମ ଥର ପାଇଁ ଫ୍ରାନ୍ସରୁ ଋଣ ସୂତ୍ରରେ ମେକ୍ସିକୋକୁ ଅଣାଯାଇଛି। ୧୮୪୦ ମସିହାରୁ ଏହା ଦେଶ ବାହାରେ ଥିବା ବେଳେ ୧୮୯୮ରୁ ଫ୍ରାନ୍ସର ‘ବିବ୍ଲିଓଥେକ୍‌ ନ୍ୟାଶନାଲ’ରେ ସଂରକ୍ଷିତ ଥିଲା। ୨ ଦେଶ ମଧ୍ୟରେ ୨୦୦ ବର୍ଷର କୂଟନୈତିକ ସମ୍ପର୍କର ସ୍ମୃତି ସ୍ବରୂପ ଏହି ସାଂସ୍କୃତିକ ଆଦାନପ୍ରଦାନ କରାଯାଇଛି। ମେକ୍ସିକୋର ଜାତୀୟ ମାନବବିଜ୍ଞାନ ଏବଂ ଇତିହାସ ପ୍ରତିଷ୍ଠାନର ସୂଚନା ଅନୁଯାୟୀ, ଏହା ଆଜ୍‌ଟେକ୍‌ ଇତିହାସର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଚିତ୍ରାତ୍ମକ ଦସ୍ତାବିଜ। ଏହି କୋଡେକ୍ସରେ ସ୍ଥାନୀୟ ଚିତ୍ରଲିପି ସହ ୟୁରୋପୀୟ ଲେଖାର ସମନ୍ବୟ ରହିଛି। ଏହାକୁ ତିନୋଟି ଭାଗରେ ବିଭକ୍ତ କରାଯାଇଛି, ଯେଉଁଥିରେ ଆଜ୍‌ଟେକ୍‌୍‌ ସଭ୍ୟତାର ପୌରାଣିକ ଜନ୍ମସ୍ଥାନ ‘ଆଜ୍ଟଲାନ’ରୁ ଲୋକଙ୍କ ସ୍ଥାନାନ୍ତର, ଟେନୋଚ୍ଟିଟ୍ଲାନ (ବର୍ତ୍ତମାନର ମେକ୍ସିକୋ ସିଟି)ର ପ୍ରତିଷ୍ଠା, ଶାସକମାନଙ୍କ ବଂଶାବଳୀ ଏବଂ ପରବର୍ତ୍ତୀ ସମୟରେ ସ୍ପାନିଶ୍‌ ଆକ୍ରମଣକାରୀଙ୍କ ବିଜୟ ସହ ଖ୍ରୀଷ୍ଟଧର୍ମର ପ୍ରଚାରକୁ ଅତି ସୁନ୍ଦର ଭାବେ ଚିତ୍ରିତ କରାଯାଇଛି। ‘ଓଟୋମି’ ସମ୍ପ୍ରଦାୟର ଜଣେ ସ୍ଥାନୀୟ କାରିଗରଙ୍କ ଦ୍ୱାରା ପ୍ରସ୍ତୁତ ଏହି ପାଣ୍ଡୁଲିପି ମେକ୍ସିକୋବାସୀଙ୍କୁ ନିଜ ସଂସ୍କୃତି ଓ ପରିଚୟର ମୂଲ୍ୟବୋଧ ପ୍ରଦାନ କରୁଛି ବୋଲି ମେକ୍ସିକା ସମ୍ପ୍ରଦାୟର ପ୍ରତିନିଧି ମାରିଆ ୟୁଜେନିଆ କହିଛନ୍ତି। ଏହି ଦୁର୍ଲଭ ପାଣ୍ଡୁଲିପିଟି ମେକ୍ସିକୋ ସିଟିର ପ୍ରସିଦ୍ଧ ଜାତୀୟ ମାନବବିଜ୍ଞାନ ସଂଗ୍ରହାଳୟରେ ଆସନ୍ତା ଡିସେମ୍ବର ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନ ପାଇଁ ରଖାଯିବ। ଏହି ଚୁକ୍ତି ଅନୁସାରେ ମେକ୍ସିକୋ ମଧ୍ୟ ତା’ର ଅନ୍ୟ ଏକ ଗୁରୁତ୍ୱପୂର୍ଣ୍ଣ ଐତିହାସିକ ଦସ୍ତାବିଜ୍‌ ‘କୋଡେକ୍ସ ବୋଟୁରିନି’କୁ ଫ୍ରାନ୍ସକୁ ଋଣ ସୂତ୍ରରେ ପ୍ରଦାନ କରିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

କଠୋର ଆଭିମୁଖ୍ୟ

ସପ୍ତାହେ ମଧ୍ୟରେ ୪ଜଣ ବରିଷ୍ଠ ଅଧିକାରୀଙ୍କୁ ସେମାନଙ୍କର ମୂଳ କ୍ୟାଡରକୁ ଫେରାଇ ଦିଆଯିବା ଏକ ଉଲ୍ଲେଖନୀୟ ଘଟଣା। ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ଏକ ବର୍ଦ୍ଧିତ ‘କୁଲିଂ-ଅଫ୍‌’…

୬ ବର୍ଷର ଶିଶୁକନ୍ୟାଙ୍କୁ ବଳାତ୍କାର କଲେ କାକା: ଘର ପଛପଟକୁ ନେଇ…

ପାଟଣା,୧୯ା୯(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୬ ବର୍ଷୀୟା ଶିଶୁ କନ୍ୟାଙ୍କୁ ସମ୍ପର୍କୀୟ କାକା ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏନେଇ ପୋଲିସ…

ଇଣ୍ଡୋନେସିଆକୁ ମିଳିଲା ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର

ଜାକର୍ତ୍ତା, ୧୯।୯: ଇଣ୍ଡୋନେସିଆକୁ ଶୁକ୍ରବାର ଏହାର ପ୍ରଥମ ଏୟାରକ୍ରାଫ୍ଟ କ୍ୟାରିୟର ମିଳିଛି । ରାଷ୍ଟ୍ରପତି ପ୍ରଭୋବୋ ସୁବିଆଣ୍ଟୋଙ୍କ ସରକାର ଦେଶର ପୁରୁଣା ସେନାକୁ ଆଧୁନିକୀକରଣ କରିବା ଏବଂ…

ରାଧାଷ୍ଟମୀରେ ସୃଷ୍ଟି ହେଲା ବଡ଼ ବଡ଼ ଗ୍ରହ ଯୋଗ: ଆଜିଠୁ ୫ ରାଶିଙ୍କର ଆରମ୍ଭ ହେଲା ଗୋଲଡେନ୍‌ ଟାଇମ୍‌, ଅପାର ଧନଲାଭ ସହ ବଢ଼ିବ ଆୟ!

ଭୁବନେଶ୍ୱର: ୧୯ ସେପ୍ଟେମ୍ବର ୨୦୨୬, ଶନିବାର ଭାଦ୍ରବ ମାସ ଶୁକ୍ଳପକ୍ଷ ଅଷ୍ଟମୀ ତିଥି। ଏହି ଦିନ ରାଧାଷ୍ଟମୀ, ଦଧୀଚି ଜୟନ୍ତୀ ଏବଂ ମାସିକ ଦୁର୍ଗାଷ୍ଟମୀ ପାଳନ କରାଯିବ।…

ଦୋକାନରୁ ଚୋରି,ଜାଲ ନୋଟ କାରବାର ଅଭିଯୋଗ: ୨ ଅଟକ

ଦେବଗଡ଼, ୧୯।୯: ଦୋକାନରୁ ଚୋରି ଏବଂ ସନ୍ଦିଗ୍ଧ ଜାଲ ନୋଟ ବ୍ୟବହାର ଅଭିଯୋଗରେ ଦେବଗଡ଼ ଜିଲା ବାରକୋଟ ଥାନା ପୋଲିସ ୨ ଜଣଙ୍କୁ ଅଟକ ରଖି ପଚରାଉଚରା…

ଅଷ୍ଟ୍ରେଲିଆ ବୋଲରଙ୍କୁ ଧୂଳି ଚଟାଇଲେ ରାହୁଲ ଦ୍ରାବିଡ଼ଙ୍କ ପୁଅ, ବର୍ଷା କଲେ ଚୌକା-ଛକା,ସମସ୍ତେ ଆଶ୍ଚର୍ଯ୍ୟ

ରାଜକୋଟ,୧୯।୯: କ୍ରିକେଟରେ ‘ଦ୍ରାବିଡ଼’ ନାଁ ଶୁଣିଲେ ରାହୁଲ ଦ୍ରାବିଡ଼ଙ୍କ ଧୈର୍ଯ୍ୟଶୀଳ ଓ ଶାନ୍ତ ବ୍ୟାଟିଂ ମନେ ପଡ଼େ। କିନ୍ତୁ ତାଙ୍କ ପୁଅ ଅନୱୟ ଦ୍ରାବିଡ଼ ବ୍ୟାଟରେ ଦେଖାଇଛନ୍ତି…

ସରିଲା ନୂଆଁଖାଇ, ରହିଗଲା ଆବର୍ଜନା: ସହର ସାରା ପରିବେଶ ପ୍ରଦୂଷଣର ବିକଳ ଚିତ୍ର

ବରଗଡ଼,୧୯।୯(ପ୍ରେମାନନ୍ଦ ଖମାରୀ): ଗଣେଶ ପୂଜା ଓ ନୂଆଁଖାଇ ସରି ଯାଇଛି। ଉତ୍ସାହ, ଉଦ୍ଦୀପନା ସହିତ ଲୋକେ ଏହାକୁ ପାଳନ କରିଛନ୍ତି। ହେଲେ ଏହି ପର୍ବ ସରିବା ପରେ…

ନିକିତାଙ୍କୁ ଗ୍ଲୋବାଲ ପାଥ୍‌ଫାଇଣ୍ଡର୍ସ ଆୱାର୍ଡ: ଛୁଟୁଛି ଶୁଭେଚ୍ଛାର ସୁଅ

ପଦ୍ମପୁର,୧୯ା୯(ପ୍ରଦୀପ୍ତ ଦାଶ):ସ୍ଥାନୀୟ ଅଞ୍ଚଳ ମହାବିଦ୍ୟାଳୟର ଛାତ୍ରୀ ନିକିତା ସାହୁ ଗ୍ଲୋବାଲ ଫାଇନାନ୍ସ ଆଣ୍ଡ ଟେକ୍ନୋଲୋଜି ନେଟୱାର୍କ ପକ୍ଷରୁ ପ୍ରଦତ୍ତ ପ୍ରତିଷ୍ଠିତ ‘ଗ୍ଲୋବାଲ ପାଥଫାଇଣ୍ଡର୍ସ ଆୱାର୍ଡ’ ଲାଭ କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?